ଲିଙ୍ଗରାଜ ମନ୍ଦିର ପାର୍ଶ୍ୱରୁ ହଟିବ ଜବରଦଖଲ: ଆଜି ସର୍ଭେ, ଖୁବ୍‌ଶୀଘ୍ର ଉଚ୍ଛେଦ

ଭୁବନେଶ୍ୱର, ୧୫ା୧୦(ବ୍ୟୁରୋ): ଶ୍ରୀମନ୍ଦିର ଭଳି ରାଜ୍ୟର ଅନ୍ୟତମ ଐତିହ୍ୟ ତଥା ପ୍ରମୁଖ ଶୈବପୀଠ ଶ୍ରୀଲିଙ୍ଗରାଜ ମନ୍ଦିର ପାର୍ଶ୍ୱରୁ ଜବରଦଖଲ ହଟିବ। ସେହିଭଳି ବିନ୍ଦୁ ସାଗର ପାର୍ଶ୍ୱରେ ଥିବା ସରକାରୀ ତଥା ମନ୍ଦିର ଜାଗାକୁ ଜବରଦଖଲମୁକ୍ତ କରାଯିବ। ଏଥିପାଇଁ ମନ୍ଦିର ପ୍ରଶାସନ ସହ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଓ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଏବେ ଅଣ୍ଟା ଭିଡ଼ିଛି। ପର୍ଯ୍ୟଟକଙ୍କ ଯାତାୟାତ ସୁବିଧା ସହ ଐତିହ୍ୟର ସୁରକ୍ଷା ତଥା ସହରର ସୌନ୍ଦର୍ଯ୍ୟ ବୃଦ୍ଧି ପାଇଁ ଏହି ପ୍ରୟାସ ଆରମ୍ଭ ହୋଇଛି। ମଙ୍ଗଳବାର ଏକ ମିଳିତ ଟିମ୍‌ ସର୍ଭେ କରିବ। ଏହି ଟିମ୍‌ରେ ବିଡିଏ, ବିଏମ୍‌ସି, ସାଧାରଣ ପ୍ରଶାସନ ବିଭାଗ, ରାସ୍ତା ଓ କୋଠାବାଡି ବିଭାଗ ଏବଂ ମନ୍ଦିର ପ୍ରଶାସନର ଅଧିକାରୀମାନେ ରହିବେ। ମନ୍ଦିରର କେଉଁ ପାଶର୍‌ବରେ କେତେ ସରକାରୀ ଓ ଠାକୁରଙ୍କ ଜମି ରହିଛି, କେଉଁଠି ଜବରଦଖଲ କରାଯାଇଛି ତାହାକୁ ପ୍ରଥମେ ଚିହ୍ନଟ କରାଯିବ। ମନ୍ଦିର ପ୍ରଶାସନ ନକ୍ସା ଦେଖି କିଛି ସ୍ଥାନ ଚିହ୍ନଟ ହୋଇଥିବାବେଳେ ସର୍ଭେ ପରେ ଜବରଦଖଲ ଉଚ୍ଛେଦ ପାଇଁ ବ୍ଲୁପ୍ରିଣ୍ଟ ପ୍ରସ୍ତୁତ ହେବ।
ଉଲ୍ଲେଖଯୋଗ୍ୟ, ମନ୍ଦିର ପାର୍ଶ୍ୱରେ ଥିବା ବହୁ ସରକାରୀ ତଥା ମନ୍ଦିର ଜମିକୁ ଉଠାଦୋକାନୀଙ୍କଠାରୁ ଆରମ୍ଭକରି ସ୍ଥାନୀୟ ଲୋକ ଓ ବ୍ୟବସାୟୀ ଜବରଦଖଲ କରିଛନ୍ତି। ପ୍ରତିଦିନ ଏଠାରେ ଟ୍ରାଫିକ ଜାମ୍‌ ପରିସ୍ଥିତି ଲାଗୁ ରହୁଛି। ଶ୍ରଦ୍ଧାଳୁମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ତେବେ ଏଠାରେ ପୁରୀ ପରି ବଡ଼ ଉଚ୍ଛେଦ କରାଯିବ ନାହିଁ। ଏହି ସର୍ଭେରେ ଟିମ୍‌ ସାମିଲ ରହିବ। ଜଣେ ଅମିନ, ଜଣେ ଆର୍‌ଆଇ ସହ ପ୍ରଶାସନିକ ଅଧିକାରୀମାନେ ସର୍ଭେ କରିବେ। ବିଡିଏ ଏନ୍‌ଫୋର୍ସମେଣ୍ଟ ଅଧିକାରୀ ହରିଶ୍ଚନ୍ଦ୍ର ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏସଂକ୍ରାନ୍ତରେ ଚୂଡ଼ାନ୍ତ ନିଷ୍ପତ୍ତି ପରେ ଉଚ୍ଛେଦ ପାଇଁ ସମସ୍ତ ପ୍ରସ୍ତୁତି ସରିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀଙ୍କୁ ଅଧ୍ୟାପକଙ୍କ ପ୍ରେମ ନିବେଦନ, ଅଡିଓ ଭାଇରାଲ୍‌ ପରେ ଚହଳ, ଥାନାରେ…

ଠାକୁରମୁଣ୍ଡା,୨୦ା୨(ତାରାକାନ୍ତ ପଟ୍ଟନାୟକ)- ଠାକୁରମୁଣ୍ଡା ଥାନା ଅଧୀନ ଏକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ନାବାଳିକା ଛାତ୍ରୀଙ୍କୁ ଜଣେ ଅଧ୍ୟାପକ ପ୍ରେମ ନିବେଦନ ସହ ଶାରୀରିକ ସମ୍ପର୍କ ପାଇଁ…

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri