ଲିଙ୍ଗରାଜଙ୍କ ନୀତି ବନ୍ଦ

ପୁରୁଣା ଭୁବନେଶ୍ୱର, ୨।୪ (ଡି.ଏନ୍‌.ଏ.): ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ବର୍ଷ ବର୍ଷ ଧରି ପାଳିତ ହେଉଥିବା ବହୁ ପରମ୍ପରାରେ ପୂର୍ଣ୍ଣଚ୍ଛେଦ ପଡ଼ିବାରେ ଲାଗିଛି। ପୂର୍ବରୁ ୯ଶହ ବର୍ଷର ହାଣ୍ଡିଭଙ୍ଗା ଯାତ୍ରା ବନ୍ଦ ହୋଇଯାଇଥିବାବେଳେ ଚଳିତବର୍ଷ ରୁକୁଣା ରଥଯାତ୍ରା ଲକ୍‌ଡାଉନ୍‌ ପାଇଁ ବୁଧବାର ହୋଇପାରିନି। ଏହାକୁ ନେଇ ସେବାୟତ ଓ ଶ୍ରଦ୍ଧାଳୁଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଅନ୍ୟପକ୍ଷରେ ଠାକୁରଙ୍କ ନୀତିକାନ୍ତି ମଧ୍ୟ ଲକ୍‌ଡାଉନ୍‌ ଶେଷ ପର୍ଯ୍ୟନ୍ତ ବନ୍ଦ କରିଦିଆଯାଇଛି। ସୂଚନାନୁସାରେ, ରଥଯାତ୍ରା ପାଇଁ ସେବାୟତମାନେ ପ୍ରୟାସ ଜାରି ରଖିଥିଲେ। ରଥ ନିର୍ମାଣ ମଧ୍ୟ ସରିଥିଲା। ମଙ୍ଗଳବାର ରାତି ୭ଟା ୪୫ରେ ସନ୍ଧ୍ୟା ଧୂପ, ନବପତ୍ରିକା ପୂଜା ହୋଇ ରଥ ପ୍ରତିଷ୍ଠା ପାଇଁ ଅନ୍ୟାନ୍ୟ ନୀତି ହେବାର ଥିଲା। ହେଲେ ସେବାୟତମାନେ ସରକାରଙ୍କ କରୋନା କଟକଣା ପାଇଁ ଜାରି ଗାଇଡ୍‌ଲାଇନ୍‌କୁ ସମ୍ମାନ ଦେଇ ଏହି ନିଷ୍ପତ୍ତି ନେଇଥିବା ସେବାୟତ କାଶୀନାଥ ପୂଜାପଣ୍ଡା କହିଛନ୍ତି। ସେ କହିଛନ୍ତି, ଠାକୁରଙ୍କ ନୀତିକାନ୍ତି ପାଇଁ ୩୬ ସେବାୟତଙ୍କ ସହ ୫ ଜଣ ପୋଲିସ ମୋଟ ୪୧ଜଣ ଆବଶ୍ୟକ। ତେଣୁ ଠାକୁରଙ୍କ ନୀତିକାନ୍ତି ସମ୍ଭବ ନୁହେଁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରସ୍ତ ମିଳିବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

ପରକୀୟା ପ୍ରୀତି: ସ୍ତ୍ରୀଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ, ଜେଲ ଗଲେ ସ୍ବାମୀ

ଦିଗପହଣ୍ଡି,୨୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳ କଲୋନୀ ପ୍ରଥମ ଲେନର ଚନ୍ଦନ ପାତ୍ରଙ୍କ ପରକୀୟା ପ୍ରୀତି ପଦାରେ ପଡ଼ିଛି। ବିବାହିତା ସ୍ତ୍ରୀ ଥାଉ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri