Posted inଖେଳ

ଲିଲିମା ଖେଳିଲେ ୧୫୦ତମ ମ୍ୟାଚ

ନୂଆଦିଲ୍ଲୀ, ୨୨।୮- ଟୋକିଓରେ ଅନୁଷ୍ଠିତ ଅଲିମ୍ପିକ୍‌ ଟେଷ୍ଟ ଇଭେଣ୍ଟ ମହିଳା ହକିର ଜାପାନ ବିପକ୍ଷ ଫାଇନାଲ ଖେଳି ଏକ ମାଇଲଖୁଣ୍ଟ ସ୍ପର୍ଶ କରିଛନ୍ତି ଓଡ଼ିଶାର ଲିଲିମା ମିଞ୍ଜ। ଭାରତ ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା ୨୫ ବର୍ଷୀୟ ଲିଲିମାଙ୍କ ପାଇଁ ଏହାଥିଲା ୧୫୦ତମ ଅନ୍ତର୍ଜାତୀୟ ମ୍ୟାଚ। ଏଥିପାଇଁ ଏହି ଓଡ଼ିଆ ମିଡ୍‌ଫିଲ୍ଡରଙ୍କୁ ହକି ଇଣ୍ଡିଆ ପକ୍ଷରୁ ଅଭିନନ୍ଦନ ଜଣାଯାଇଛି।
ସୁନ୍ଦରଗଡ଼ ଜିଲାର ବିହାବନ୍ଧ-ତାନାତୋଲି ଗ୍ରାମର ଲିଲିମା ୨୦୧୧ରେ ଆର୍ଜେଣ୍ଟିନାରେ ଅନୁଷ୍ଠିତ ଚତୁଃରାଷ୍ଟ୍ରୀୟ ଟୁର୍ନାମେଣ୍ଟରେ ଅନ୍ତର୍ଜାତୀୟ କ୍ୟାରିୟର ଆରମ୍ଭ କରିଥିଲେ। ଘରୋଇ ହକିରେ କ୍ରମାଗତ ଭଲ ପ୍ରଦର୍ଶନ ପାଇଁ ତାଙ୍କୁ ଜାତୀୟ କ୍ୟାମ୍ପରେ ସାମିଲ କରାଯାଇଥିଲା। ୨୦୧୨ ଡିସେମ୍ବରରେ ନ୍ୟୁଜିଲାଣ୍ଡ ବିପକ୍ଷ ସିରିଜ ପରଠାରୁ ସେ ଭାରତୀୟ ଦଳର ନିୟମିତ ସଦସ୍ୟ ପାଲଟି ଯାଇଛନ୍ତି। ୨୦୧୩ ମହିଳା ହକି ଓ୍ବାଲର୍‌ଡ ଲିଗ୍‌ର ସେମିଫାଇନାଲରେ ପ୍ରବେଶ କରିଥିବା ଭାରତୀୟ ଦଳର ମଧ୍ୟ ସେ ସଦସ୍ୟା ଥିଲେ। ୨୦୧୪ରେ ମାଲେସିଆ ବିପକ୍ଷରେ ୬-୦ରେ ହକି ଟେଷ୍ଟ ସିରିଜ ଜିତିଥିବା ଭାରତ ପକ୍ଷରୁ ମଧ୍ୟ ସେ ପ୍ରତିନିଧିତ୍ୱ କରିଥିଲେ। ୨୦୧୪ ଗ୍ଲାସ୍‌କୋ ରାଜ୍ୟଗୋଷ୍ଠୀ କ୍ରୀଡ଼ା, ୨୦୧୪ ଇଞ୍ଚିଅନ ଏସିଆନ ଗେମ୍ସରେ ବ୍ରୋଞ୍ଜପଦକ, ୨୦୧୬ ରିଓ ଅଲିମ୍ପିକ୍ସ(ଦୀର୍ଘ ୩୬ ବର୍ଷ ବ୍ୟବଧାନରେ ଭାରତୀୟ ମହିଳା ଦଳ ଅଲିମ୍ପିକ୍ସ ଖେଳିଥିଲା), ୨୦୧୭ ମହିଳା ଏସିଆ କପ୍‌ରେ ଚାମ୍ପିୟନ, ୨୦୧୮ ଗୋଲ୍ଡକୋଷ୍ଟ ରାଜ୍ୟଗୋଷ୍ଠୀ କ୍ରୀଡ଼ା, ୨୦୧୮ ମହିଳା ଏସିଆନ ଚାମ୍ପିୟନ୍ସ ଟ୍ରଫିରେ ରୌପ୍ୟ ପଦକ, ୨୦୧୮ ମହିଳା ହକି ବିଶ୍ୱକପ, ୨୦୧୮ ଜାକର୍ତ୍ତା ଏସିଆନ ଗେମ୍ସରେ ରୌପ୍ୟ ପଦକ ବିଜୟୀ ଭାରତୀୟ ଦଳର ସେ ସଦସ୍ୟ ଥିଲେ।
”ଦେଶ ପକ୍ଷରୁ ୧୫୦ତମ ଅନ୍ତର୍ଜାତୀୟ ମ୍ୟାଚ ଖେଳିଥିବାରୁ ମୁଁ ଗର୍ବିତ। ରାଉରକେଲା ପାନପୋଷ ସ୍ପୋଟର୍‌ସ ହଷ୍ଟେଲରୁ ହିଁ ମୋ କ୍ୟାରିୟରର ମୂଳଦୁଆ ପଡ଼ିଥିଲା। କ୍ୟାରିୟରର ଆଦ୍ୟ କାଳରେ ମୋତେ ସାହାଯ୍ୟ କରିଥିବା ଓଡ଼ିଶାର କୋଚ୍‌ ମାନଙ୍କୁ ମୁଁ ଧନ୍ୟବାଦ ଜଣାଉଛି। ମୁଁ ଏକ ପ୍ରତିଭା ସମ୍ପନ୍ନ ଖେଳାଳି ବିଶିଷ୍ଟ ଭାରତୀୟ ଦଳର ସଦସ୍ୟ ହୋଇପାରିଥିବାରୁ ନିଜକୁ ଭାଗ୍ୟବାନ ମନେ କରୁଛି। ସାଥି ଖେଳାଳି ଓ ସପୋର୍ଟଷ୍ଟାଫ୍‌ମାନେ ପରିବାରର ସଦସ୍ୟଙ୍କ ପରି ବାତାବରଣ ସୃଷ୍ଟି କରିଥାନ୍ତି। ଦେଶ ପକ୍ଷରୁ ୧୫୦ ମ୍ୟାଚ ଖେଳିବାର ଅନୁଭବ ଅନନ୍ୟ ଏବଂ ଦୀର୍ଘ ବର୍ଷ ମଧ୍ୟରେ ଅନେକ ପଦକ ଜିତିପାରିଥିବାରୁ ନିଜକୁ ଧନ୍ୟ ମନେ କରୁଛି। ଆସନ୍ତା ବର୍ଷ ଅଲିମ୍ପିକ୍ସ ଆସୁଥିବାରୁ ଆମେ ଲକ୍ଷ୍ୟ ପଥରେ ପହଞ୍ଚତ୍ ଦେଶକୁ ଗର୍ବିତ କରିବା ଦିଗରେ ଆମେ ଏକାଗ୍ର ହେଉଛୁ“ ବୋଲି ଲିଲିମା ପ୍ରକାଶ କରିଛନ୍ତି। ହକି ଇଣ୍ଡିଆର ପକ୍ଷରୁ ସଭାପତି ମହମ୍ମଦ ମୁସ୍ତାକ ଅହମଦ ଲଲିମାଙ୍କୁ ଅଭିନନ୍ଦନ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଯିଏ ଆଉଟ୍‌ କରିଥିଲେ, ତାଙ୍କୁ ବଡ଼ ଗିଫ୍ଟ ଦେଲେ କୋହଲି

ନୂଆଦିଲ୍ଲୀ,୫।୫: ଜଣେ ମହାନ ବ୍ୟାଟ୍ସମ୍ୟାନ ହେବା ବ୍ୟତୀତ ବିରାଟ କୋହଲି ମଧ୍ୟ ଜଣେ ବଡ଼ ହୃଦୟର ବ୍ୟକ୍ତି ଅଟନ୍ତି। କୋହଲି ତାଙ୍କ ଜର୍ସି ନୁର ଅହମ୍ମଦଙ୍କୁ...

ଟି -୨୦ ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଜାରି: ଏହି ଦିନ ଖେଳାଯିବ ଭାରତ-ପାକିସ୍ତାନ ମ୍ୟାଚ୍‌

ନୂଆଦିଲ୍ଲୀ,୫।୫: ଆଇସିସି ମହିଳା ଟି -୨୦ ବିଶ୍ୱକପ ୨୦୨୪ର କାର୍ଯ୍ୟସୂଚୀ ପ୍ରକାଶ କରିଛି। ଏହି ଟୁର୍ନାମେଣ୍ଟ ବାଂଲାଦେଶରେ ଆୟୋଜିତ ହେବ। ଭାରତୀୟ ମହିଳା ଦଳକୁ ଗ୍ରୁପ...

ରେସଲର୍‌ ବଜରଙ୍ଗ ପୁନିଆଙ୍କୁ ବଡ଼ ଝଟ୍‌କା; ନିଲମ୍ବନ କଲା NADA

ନୂଆଦିଲ୍ଲୀ,୫।୫: ଭାରତୀୟ ରେସଲର୍‌ ବଜରଙ୍ଗ ପୁନିଆଙ୍କୁ ବଡ଼ ଝଟ୍‌କା ଲାଗିଛି। ନ୍ୟାଶନାଲ ଆଣ୍ଟିଂ ଡୋପିଂ ଏଜେନ୍ସି(ଏନ୍‌ଏଡିଏ) ଅସ୍ଥାୟୀ ଭାବେ ତାଙ୍କୁ ନିଲମ୍ବିତ କରିଛି। ସେ ମାର୍ଚ୍ଚରେ...

‘ଦଳ ଚୟନରେ ଏଆଇ ବ୍ୟବହାର କରୁଛି ଇଂଲଣ୍ଡ’

ଲଣ୍ଡନ,୫୫: ମହିଳା କ୍ରିକେଟ ଦଳ ଚୟନରେ ଇଂଲଣ୍ଡ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ବ୍ୟବହାର କରୁଛି ବୋଲି କହିଛନ୍ତି କୋଚ୍‌ ଜନ୍‌ ଲୁଇସ୍‌। ଚୂଡାନ୍ତ ଏକାଦଶ ଚୟନ...

ଆଇପିଏଲ୍‌ର ଅବଶିଷ୍ଟ ମ୍ୟାଚ ଖେଳିବେନି ମୟଙ୍କ ଯାଦବ,ଜାଣନ୍ତୁ କାରଣ…

ଲକ୍ଷ୍ନୌ, ୫ା୫: ପେସ୍‌ ସେନ୍‌ସେଶନ ମୟଙ୍କ ଯାଦବ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଅବଶିଷ୍ଟାଂଶରୁ ବାଦ୍‌ ପଡ଼ିଛନ୍ତି। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସର କୋଚ୍‌ ଜଷ୍ଟିନ ଲାଙ୍ଗର...

ଧୋନୀ ମୋ ବାପାଙ୍କ ଭଳି…କିଛି ଏଭଳି କହିଲେ…

ନୂଆଦିଲ୍ଲୀ,୪।୫: ୨୦୨୨ରେ ପ୍ରଥମ ଥର ଆଇପିଏଲ୍‌ ଖେଳିଥିବା ମଥିଶା ପଥିରାନା ନିଜର ବୋଲିଂକୁ ନେଇ ‘ବେବି ମଲିଙ୍ଗା’ ନାମରେ ଖ୍ୟାତ। ଶ୍ରୀଲଙ୍କା ଅଣ୍ଡର ୧୯ ଟିମ୍‌ରେ...

‘ଓ୍ବାର୍ନର ୭୦% ଭାରତୀୟ, ୩୦% ଅଷ୍ଟ୍ରେଲିୟ’

ନୂଆଦିଲ୍ଲୀ,୪।୫: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ ତଥା ବର୍ତ୍ତମାନ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଆଇପିଏଲ୍‌ ଖେଳୁଥିବା ଡେଭିଡ୍‌ ଓ୍ବାର୍ନରଙ୍କୁ ଭାରତ କେତେ ପସନ୍ଦ, ସମସ୍ତେ ତାହା ଜାଣନ୍ତି।...

‘ହତାଶ ହୋଇପଡ଼ିଛନ୍ତି ପାଣ୍ଡ୍ୟା,ଅଛନ୍ତି ଚାପରେ’

ନୂଆଦିଲ୍ଲୀ,୪।୫: ହାର୍ଦ୍ଦିକ ପାଣ୍ଡ୍ୟା ଥକି ଯାଇଥିବା, ହତାଶ ଏବଂ ଚାପରେ ଥିବା ଭଳି ଦୃଶ୍ୟମାନ ହେଉଛନ୍ତି। କିଛି ଏଭଳି କହିଛନ୍ତି ପୂର୍ବତନ ଅଷ୍ଟ୍ରେଲିୟ କ୍ରିକେଟର ଆରୋନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri