ଲୁଟେରା ସୟିଦ, ସଦାମ ଗିରଫ

କଟକ ଅଫିସ,୨୮।୫: ସହରର ଦୁଇ ବଡ଼ ଲୁଟ୍‌ ଅଭିଯୁକ୍ତଙ୍କୁ ବୁଧବାର ଗିରଫ କରିଛି ଲାଲବାଗ ଥାନା ପୋଲିସ। ସେମାନେ ଓଡ଼ିଆ ବଜାରର ସୟିଦ ଖାନ (୩୬) ଓ ଚାନ୍ଦିନୀଚୌକ ଅଞ୍ଚଳର ସୟିଦ ସଦାମ (୨୪)। ଇଦ୍‌ ଅବସରରେ ଅଳଙ୍କାର ଦୋକାନରୁ ଲୁଟ୍‌ ଉଦ୍ୟମ ମାମଲାରେ ପୋଲିସ ଉଭୟଙ୍କୁ କୋର୍ଟ ଚାଲାଣ କରିଛି। ସମ୍ପୃକ୍ତ ଅନ୍ୟଜଣେ ଯୁବକ ସେଖ୍‌ ଅଫସର ମଧ୍ୟ ଗିରଫ ହୋଇଛନ୍ତି।
କିଛି ବର୍ଷ ହେବ ସହରରେ ସୟିଦ ଓ ସଦାମଙ୍କ ଉତ୍ପାତ ବଢ଼ିବାରେ ଲାଗିଥିଲା। ଲାଲବାଗ, ମଧୁପାଟଣା, ବାଦାମବାଡ଼ି, ଦରଘାବଜାର, କ୍ୟାଣ୍ଟନମେଣ୍ଟ, ପୁରୀଘାଟ, ମର୍କତନଗର ଥାନାରେ ଉଭୟଙ୍କ ନାଁରେ ଏକାଧିକ ମାମଲା ରହିଛି। ଗତ ସୋମବାର ଅପରାହ୍ନରେ ସେମାନେ ବାଲୁବଜାରସ୍ଥିତ ଶ୍ରୀସାଇ ଅଳଙ୍କାର ଦୋକାନରେ ପହଞ୍ଚତ୍ ମାଲିକ ପ୍ରଶାନ୍ତ ସାହାଙ୍କ ମୁଣ୍ଡରେ ବନ୍ଧୁକ ଲଗାଇ ୨ ଲକ୍ଷ ଟଙ୍କା ଦାଦାବଟି ମାଗିଥିଲେ। ନଚେତ ତାଙ୍କ ସହ ପରିବାର ସଦସ୍ୟଙ୍କୁ ମାରିଦେବାକୁ ଧମକ ମଧ୍ୟ ଦେଇଥିଲେ। ଟଙ୍କା ନ ପାଇବାରୁ ଦୋକାନରେ ଥିବା ୧୫ ଲକ୍ଷ ଟଙ୍କାର ସୁନା ଅଳଙ୍କାର ଲୁଟି ଖସିଯିବା ବେଳେ ପ୍ରଶାନ୍ତ ଚିତ୍କାର କରିଥିଲେ। ଲୋକେ ପହଞ୍ଚତ୍ୟିବାରୁ ସୟିଦ, ସଦାମ ଓ ସେଖ୍‌ ସ୍କୁଟି (ଓଡି-୦୫-ଏଟି-୫୪୩୬) ଓ ସୁନା ଅଳଙ୍କାର ଛାଡ଼ି ଫେରାର ହୋଇଯାଇଥିଲେ। ପ୍ରଶାନ୍ତଙ୍କ ଅଭିଯୋଗ ପରେ ପୋଲିସ ଦୋକାନର ସିସିଟିଭି ଫୁଟେଜ୍‌କୁ ଯାଞ୍ଚ କରି ସମସ୍ତ ଅଭିଯୁକ୍ତଙ୍କୁ ଗିରଫ କରିଥିଲା। ୨୦୧୧ରେ ସଦାମ ଓ ତାଙ୍କ ସହଯୋଗୀ ପ୍ରଶାନ୍ତଙ୍କ ମା’ଙ୍କୁ ମରଣାନ୍ତକ ଆକ୍ରମଣ କରିବା ସହ ବାପାଙ୍କୁ ଧମକ ଦେଇଥିଲେ। ଏ ନେଇ ଲାଲବାଗ ଥାନାରେ ଏତଲା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୯ମ ଶ୍ରେଣୀ ପାଇଁ CBSEର ତ୍ରିଭାଷୀ ନିୟମ: କେନ୍ଦ୍ର, ଏନ୍‌ସିଇଆର୍‌ଟିକୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୮ା୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଜୁଲାଇ ୧ରୁ ନବମ ଶ୍ରେଣୀ ପିଲାଙ୍କ ପାଇଁ ୩ ଭାଷା ପଢ଼ିବା ବାଧ୍ୟତାମୂଳକ ନୀତି ଲାଗୁ କରିଥିବାରୁ ଏହାକୁ…

୨ଦିନ ପରେ ପାଗ ବଦଳିବ: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର,୨୮ା୫ (ସୌମ୍ୟରଞ୍ଜନ ରାଉତ):ପ୍ରବଳ ଗରମ ଓ ଗୁଳୁଗୁଳିରୁ ଓଡ଼ିଶାବାସୀଙ୍କୁ ଆଶ୍ବସ୍ତି ମିଳିଛି। ରାଜ୍ୟ ତାପମାତ୍ରାରେ ସାମାନ୍ୟ ହ୍ରାସ ପାଇଥିଲେ ମଧ୍ୟ ବୁଧବାର ଦିନସାରା ଗୁଳୁଗୁଳି ଜାରି ରହିଥିଲା।…

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

ପାଟଣାଗଡ଼ରେ ଘୋଷିତ ପାୱାର୍ କଟ୍‌: ପ୍ରତିବାଦରେ ବିଦ୍ୟୁତ୍ ଅଫିସ୍ ଘେରାଉ କରିବ ବିଜେଡି

ବଲାଙ୍ଗୀର,୨୭।୫(ସୁନୀଲ କୁମାର ମହାନ୍ତି): ପାଟଣାଗଡ଼ ନିର୍ବାଚନ ମଣ୍ଡଳୀରେ ଉଗ୍ର ରୂପ ନେଉଛି ବିଦ୍ୟୁତ ସମସ୍ୟା। ଅଘୋଷିତ ବିଦ୍ୟୁତ୍‌ କାଟ ପ୍ରତିବାଦରେ ଆଗାମୀ ଦିନରେ ବିଦ୍ୟୁତ ଅଫିସ ଘେରାଉ…

ବରଗଡ଼ରେ ଚଳିବନି ଅପରାଧୀଙ୍କ ଦାଦାଗିରି, ଦାୟିତ୍ୱ ନେଇ କଡ଼ା ଚେତାବନୀ ଦେଲେ ନୂତନ SP

ବରଗଡ଼,୨୭।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଆଉ ଚଳିବନି ଅପରାଧୀଙ୍କ ଦାଦାଗିରି କିମ୍ବା ବେଆଇନ ନିଶା କାରବାର। ବରଗଡ଼ର ନୂତନ ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) ଭାବେ ବୁଧବାର ଦାୟିତ୍ୱ…

କେନ୍ଦୁଝରରେ କାଳବୈଶାଖୀ ତାଣ୍ଡବ; ଛିଣ୍ତିଲା ବିଦ୍ୟୁତ୍ ତାର, ଗଛ ପଡ଼ି ବୃଦ୍ଧା ଗୁରୁତର

କେନ୍ଦୁଝର,୨୭।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକରେ ତାଣ୍ତବ ରଚିଛି କାଳବୈଶାଖୀ । ବୁଧବାର ସନ୍ଧ୍ୟାରେ ଜୋରରେ ପବନ ହେବାରୁ ପନିପରିବା ଫସଲ ସମେତ ଗଛ ଉପୁଡିଵା…

୨୪ ଦିନରେ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ଯାତ୍ରା ମ୍ୟାନେଜରଙ୍କ ସ୍ବତନ୍ତ୍ର ପୂଜା, ବିରାଟ ପଟୁଆରରେ ସହର ପରିକ୍ରମା କଲେ…

ଛତ୍ରପୁର,୨୭।୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟ ଦେବୀ ମା’ ରାମାୟାଣାମ୍ମାଙ୍କ ପ୍ରସିଦ୍ଧ ଠାକୁରାଣୀ ଯାତ୍ରା ପାଇଁ ଏବେ ସାରା ସହର ଉଠୁଛି ପଡୁଛି। ମା’ଙ୍କ ଆଗମନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri