ଲୁଟେରାକୁ କାବୁ କଲେ ଲୋକେ

କେନ୍ଦୁଝର, ୧୯ା୫(ଡି.ଏନ.ଏ.)-କେନ୍ଦୁଝର ଜିଲା ତେଲକୋଇ ଥାନା କାଳିଆହତା ଫାଣ୍ଡି ଅଞ୍ଚଳ ମାରଦା ଗଁାର ଟଙ୍କଧର ମହାନ୍ତଙ୍କ ଘରେ ସୋମବାର ବିଳମ୍ବିତ ରାତିରେ ୪ଜଣ ଲୁଟେରା ବିଭିନ୍ନ ମାରଣାସ୍ତ୍ର ଧରି ଲୁଟ୍‌ପାଟ କରିଥିଲେ। ଲୁଟେରାମାନେ ଟଙ୍କଧରଙ୍କ ମୁଣ୍ଡରେ ବନ୍ଧୁକ ରଖି ପରିବାରର ଅନ୍ୟ ସଦସ୍ୟଙ୍କୁ ମାରଣାସ୍ତ୍ର ଦେଖାଇ ଭୟଭୀତ କରାଇ ଲୁଟ୍‌ କରି ଫେରାର୍‌ ହେବାକୁ ଉଦ୍ୟମ କରୁଥିବା ସମୟରେ ପରିବାର ଲୋକେ ପାଟିତୁଣ୍ଡ କରିଥିଲେ। ପାଟିତୁଣ୍ଡ ଶୁଣି ଲୁଟେରାମାନେ ଫେରାର୍‌ ହୋଇ ଯାଉଥିବାବେଳେ ଗ୍ରାମବାସୀ ଲୁଟେରାଙ୍କ ପିଛା କରି ଜଣଙ୍କୁ କାବୁ କରିବାରେ ସକ୍ଷମ ହୋଇଥିଲେ। ଏସମ୍ପର୍କରେ ତେଲକୋଇ ପୋଲିସ ଖବର ପାଇ ମାରଦାଠାରେ ପହଞ୍ଚି କାବୁ ହୋଇଥିବା ଲୁଟେରାକୁ ଥାନାକୁ ଆଣି ଅଟକ ରଖିଥିବାବେଳେ ତା’ ନିକଟରୁ ଗୋଟିଏ ବନ୍ଧୁକ ଓ ଛୁରୀ ଜବତ କରାଯାଇଥିବା ସୂଚନା ମିଳିଛି। ଏହି ଘଟଣାରେ ତେଲକୋଇ ପୋଲିସ ତଦନ୍ତ ଜାରୀ ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ନାମାଙ୍କନ ଦାଖଲ ବେଳେ ଅପରାଜିତା-ମନ୍ମଥଙ୍କ ସମର୍ଥକ ମୁହାଁମୁହିଁ

ଖୋର୍ଦ୍ଧା,୨ା୫: ଗୁରୁବାର ନାମାଙ୍କନପତ୍ର ଦାଖଲ ବେଳେ ଖୋର୍ଦ୍ଧା ଜିଲାପାଳଙ୍କ କାର୍ଯ୍ୟାଳୟରେ ମୁହଁାମୁହିଁ ହୋଇଛନ୍ତି ଏମ୍‌ପି ତଥା ଭାଜପା ଲୋକ ସଭା ପ୍ରାର୍ଥିନୀ ଅପରାଜିତା ଷଡ଼ଙ୍ଗୀ ଏବଂ...

ପୁଣି ଏକ ମାଈ ହାତୀର ଜୀବନ ଗଲା

କେନ୍ଦୁଝର,୨ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ବସନ୍ତପୁର ଗ୍ରାମ ନିକଟରେ ଗୁରୁବାର ଏକ ହାତୀର ମୃତଦେହ ବନ ବିଭାଗ ଉଦ୍ଧାର କରିଛି। ପ୍ରସବ ବେଦନା ଯୋଗୁ...

ନାମାଙ୍କନପତ୍ର ଦାଖଲ କଲେ ନବକୁମାର, ସରୋଜ

ବୌଦ୍ଧ,୨ା୫(ଅଜିତ କୁମାର ବାରିକ): ବୌଦ୍ଧ କଂଗ୍ରେସ ପକ୍ଷରୁ ଗୁରୁବାର ନାମାଙ୍କନପତ୍ର ଦାଖଲ କରିଛନ୍ତି କଂଗ୍ରେସ ପ୍ରାର୍ଥୀ ସରୋଜ ପ୍ରଧାନ ଏବଂ ବୌଦ୍ଧ କଂଗ୍ରେସ ପ୍ରାର୍ଥୀ ନବକୁମାର...

ହଠାତ ଢେଙ୍କାନାଳ ସହରରେ ଅବତରଣ କଲା ହେଲିକପ୍ଟର, ତଦନ୍ତ କରୁଛି ପୋଲିସ

ଢେଙ୍କାନାଳ,୨।୫: ଗୁରୁବାର କୌଣସି ପୂର୍ବ ସୂଚନା ନଦେଇ ଏକ ହେଲିକପ୍ଟର ଢେଙ୍କାନାଳ ସହରରେ ଅବତରଣ କରିଛି। ଏହା କେଉଁଠୁ ଆସିଛି ଓ କାହିଁକି ଆସିଛି ସେ...

ସ୍ବାମୀଙ୍କ ଆଗରେ ଚାଲିଗଲା ସ୍ତ୍ରୀଙ୍କ ଜୀବନ

କଟକ,୨।୫(କାର୍ତ୍ତିକ ସାହୁ): ଚାଉଳିଆଗଞ୍ଜ ଦୁର୍ଗାମଣ୍ଡପ ନିକଟରେ ଗୁରୁବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି,...

ଟ୍ରକକୁ ପଛପଟୁ ଧକ୍କା ଦେଲା ଯାତ୍ରୀବାହୀ ବସ୍‌: ଅଳ୍ପକେ ବର୍ତ୍ତିଲେ ୬୦ରୁ ଉଦ୍ଧର୍‌ବ ଯାତ୍ରୀ

ଜଳେଶ୍ୱର,୨।୫: ବାଲେଶ୍ବର ଜିଲା ବସ୍ତା ଥାନା ଅନ୍ତର୍ଗତ ୧୬ନମ୍ବର ଜାତୀୟ ରାଜପଥର କୁଣ୍ଡାପୁର ଛକ ନିକଟରେ ହୋଇଛି ଏକ ବଡ଼ ଦୁର୍ଘଟଣା ହୋଇଛି। ଭାରସାମ୍ୟ ହରାଇ...

ତାଣ୍ଡବ ରଚିଲା କାଳ ବୈଶାଖୀ: ଉପୁଡିଲା ଗଛ, ଘର କାନ୍ଥ ପଡି ୩ ଗୁରୁତର

ପାଟଣା,୨।୫(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ବାଉଁଶୁଳି ଏବଂ ଏହାର ଆଖପାଖ ଅଞ୍ଚଳରେ କାଳ ବୈଶାଖୀ ତାଣ୍ଡବ ରଚିଛି। କାଳ ବୈଶାଖୀ ପ୍ରଭାବରେ ପ୍ରବଳ...

ଯାତ୍ରୀବାହୀ ବସ ଦୁର୍ଘଟଣା ଗ୍ରସ୍ତ, ଅନେକେ ଆହତ

ଜଳେଶ୍ୱର,୨।୫: ବାଲେଶ୍ୱର ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ବସ୍ତା ଥାନା ଅନ୍ତର୍ଗତ ବରୁଣଗଡିଆ ନିକଟରେ ଗୁରୁବାର ଏକ ଯାତ୍ରୀବାହୀ ବସ ଦୁର୍ଘଟଣା ଗ୍ରସ୍ତ ହୋଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri