ଲୁହାବୋଝେଇ ଟ୍ରକ୍‌ ଧକ୍କାରେ ୨ଭାଇ ମୃତ, କ୍ଷତିପୂରଣ ଦାବିରେ ରାଜ୍ୟ ରାଜପଥ ଅବରୋଧ

ଝାରସୁଗୁଡା ଅଫିସ୍‌/ଲଖନପୁର,୨୫।୧୦(ଡି.ଏନ୍‌.ଏ.): ଝାରସୁଗୁଡ଼ା ଜିଲା ବଡମାଲ ଥାନା ଅଧୀନ ୧୦ ନଂ. ରାଜ୍ୟ ରାଜପଥ ଏସ୍‌ଏମ୍‌ସି ରାସ୍ତା ନିକଟରେ ଶୁକ୍ରବାର ଏକ ଲୁହାବୋଝେଇ ଟ୍ରକ୍‌ ଧକ୍କାରେ ୨ ଭାଇଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ନିକଟସ୍ଥ ତୁମ୍ଭେକେଲା ଗ୍ରାମର ବଡ଼ଭାଇ ସାନ୍ତନୁ ଭଇଁସା(୪୫) ଓ ସାନଭାଇ ଜଗନ୍ନାଥ ଭଇଁସା(୪୨)।
ପ୍ରକାଶ ଯେ, ଟ୍ରକ୍‌(ନଂ. ଓଡି୧୬ଏଫ୍‌ ୮୫୦୭) ଲୁହା ବୋଝେଇକରି ଝାରସୁଗୁଡାରୁ ଏସ୍‌ଏମ୍‌ସି ପ୍ଲାଣ୍ଟ ଅଭିମୁଖେ ଯାଉଥିଲା। ବିପରୀତ ଦିଗରୁ ବାଇକ୍‌ (ଓଡି୨୩ଏଚ୍‌ ୬୩୩୯) ଯୋଗେ ସାନ୍ତନୁ ଓ ଜଗନ୍ନାଥ ଯାଉଥିଲେ। ଏସ୍‌ଏମ୍‌ସି ରାସ୍ତା ନିକଟରେ ଟ୍ରକ୍‌ ସହ ସେମାନଙ୍କର ମୁହାଁମୁହିଁ ଧକ୍କା ହୋଇଥିଲା। ଘଟଣାସ୍ଥଳରେ ୨ ଭାଇଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଉତ୍ତ୍ୟକ୍ତ ଲୋକେ ରାଜ୍ୟ ରାଜପଥକୁ ଅବରୋଧ କରିଛନ୍ତି। ଖବରପାଇ ବଡମାଲ ଥାନା ଆଇଆଇସି ଅମିତାଭ ପଣ୍ଡା ଘଟଣାସ୍ଥଳରେ ପହଞ୍ଚି ଆନ୍ଦୋଳନକାରୀଙ୍କୁ ବୁଝାସୁଝା କରୁଛନ୍ତି। ପୋଲିସ୍‌ ୨ଭାଇଙ୍କ ମୃତଦେହ ଜବତ କରିବା ସହ ଦୁର୍ଘଟଣା ଘଟାଇଥିବା ଟ୍ରକ୍‌ ଓ ବାଇକ୍‌କୁ ଜବତକରି ତଦନ୍ତ ଚଳାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

୧ ବଲ୍‌ ୯ ରନ୍‌: ବିନା ଓ୍ବାଇଡ୍‌-ନୋ ବଲ୍‌ରେ କେମିତି ହେଲା ସମ୍ଭବ, ଜାଣନ୍ତୁ କ୍ରିକେଟ୍‌ ପଡ଼ିଆରେ ରୋଚକ ଘଟଣା

ହରାରେ,୫।୨: ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ୧୯ ବର୍ଷରୁ କମ ବିଶ୍ୱକପ ସେମିଫାଇନାଲ ମ୍ୟାଚ କ୍ରିକେଟ ପଡ଼ିଆରେ ଏକ ଅସାଧାରଣ ଘଟଣା ଦେଖିବାକୁ ମିଳିଥିଲା। ଆଫଗାନିସ୍ତାନ ବ୍ୟାଟିଂ…

ଟି-୨୦ ବିଶ୍ୱକପ ପୂର୍ବରୁ ଭାରତକୁ ଜୋରଦାର୍‌ ଝଟ୍‌କା: ଯନ୍ତ୍ରଣାରେ ଛଟ୍‌ପଟ୍‌ ହୋଇ…

ନୂଆଦିଲ୍ଲୀ,୫।୨: ICC ଟି-୨୦ ବିଶ୍ୱକପ ୨୦୨୬ ପୂର୍ବରୁ ଟିମ ଇଣ୍ଡିଆର ଖେଳାଳିଙ୍କ ଆଘାତର ଧାରା ଜାରି ରହିଛି। ଦ୍ରୁତ ବୋଲର ହର୍ଷିତ ରାଣା ଏବେ ଏହି ତାଲିକାରେ…

ସାଙ୍ଗ ନେଲା ସାଙ୍ଗର ଜୀବନ, ହତ୍ୟା କରି ଜରିରେ କରିଦେଲେ ପ୍ୟାକ୍‌, ୫ ଦିନ ପରେ ମିଳିଲା…

ବ୍ରଜରାଜନଗର, ୫।୨(ବିଜୟ ବରାଡ଼): ଝାରସୁଗୁଡା ବ୍ରଜରଜନଗର ଥାନା ରାମପୁର ଫାଣ୍ଡି ଆନ୍ତର୍ଗତ କୁକୁରିକାନୀ ପଡ଼ାର ଟାଙ୍ଗର ଘାଟ ଜଙ୍ଗଲରେ ଏକ ଯୁବକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି…

ଗୋବିନ୍ଦାଙ୍କ ପତ୍ନୀ ସୁନିତାଙ୍କ ଚମକିଲା ଭାଗ୍ୟ, ୫୮ ବର୍ଷ ବୟସରେ…

ମୁମ୍ବାଇ: ଗୋବିନ୍ଦାଙ୍କ ପତ୍ନୀ ସୁନିତା ଆହୁଜା, ଯିଏ ପ୍ରାୟତଃ ତାଙ୍କ ବୟାନ ପାଇଁ ଶିରୋନାମାରେ ଥାନ୍ତି। ଏବ ପୁଣି ଥରେ ଖବରରେ ଅଛନ୍ତି। ଏଥର, ତାଙ୍କର ବିବାଦୀୟ…

ଏହି କାରଣକୁ ନେଇ ୧୨ ଘଣ୍ଟିଆ ଲାଞ୍ଜିଗଡ ବନ୍ଦ ଡାକରା: ସ୍କୁଲ, କଲେଜ, ଦୋକାନ ବଜାର ସବୁ ଠପ୍‌

ଲାଞ୍ଜିଗଡ,୫।୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ସବ-ରେଜିଷ୍ଟାର କାର୍ଯ୍ୟାଳୟକୁ ଜିଲା ପ୍ରଶାସନ ପକ୍ଷରୁ ବିଶ୍ୱନାଥପୁରଠାରେ ସ୍ଥାପନ ନେଇ ଲାଞ୍ଜିଗଡ ଅଞ୍ଚଳବାସୀ ବିରୋଧ କରିଛନ୍ତି।…

ବିବାହର କିଛି ଘଣ୍ଟା ପରେ ଏକ ସନ୍ତାନକୁ ଜନ୍ମ ଦେଲେ କନ୍ୟା, ଆଶ୍ଚର୍ଯ୍ୟ ହୋଇଗଲା ବର, ପୂରା ଘଟଣା ଜାଣିଲେ…

ଲକ୍ଷ୍ନୌ,୫।୨: ଉତ୍ତର ପ୍ରଦେଶର ରାମପୁର ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଆଜିମନଗର ଥାନା ଅଞ୍ଚଳ ଅନ୍ତର୍ଗତ…

ବଲାଙ୍ଗୀରରେ ଚର୍ଚ୍ଚା: ମା’ ପାଟଣେଶ୍ବରୀଙ୍କ ମନ୍ଦିରରେ କେଭି-କଳିକେଶ, ଏକାଠି ବସିଲେ ହୋମଯଜ୍ଞ କଲେ

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଇଷ୍ଟଦେବି ମାଁ ପାଟଣେଶ୍ବରୀଙ୍କ ମନ୍ଦିରକୁ ଶହେ ପଚାଶ ବର୍ଷ (୧୫୦) ପୂରଣ ହୋଇଛି । ତେଣୁ ଯାକଜମକରେ ଦେବାଳୟ ଐତିହ୍ୟ…

ନଡ୍ଡା-ଖାର୍ଗେ କଥା କଟାକଟି: ରାହୁଲଙ୍କୁ ନେଇ ହଙ୍ଗାମା

ନୂଆଦିଲ୍ଲୀ,୫।୨: ସଂସଦର ବଜେଟ ଅଧିବେଶନର ସପ୍ତମ ଦିନରେ ମଧ୍ୟ ଗୃହରେ ହୋହଲ୍ଲା ଜାରି ରହିଛି। ଗୁରୁବାର ଲୋକ ସଭା କାର୍ଯ୍ୟ ସକାଳ ୧୧ଟାରେ ଆରମ୍ଭ ହୋଇଥିଲା। କିନ୍ତୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri