ଲୋକ ଲଜ୍ଜା: ଆମ୍ବଗଛରେ ରଶି ଲଗାଇ ବିବାହିତ ପ୍ରେମୀଯୁଗଳଙ୍କ ଆତ୍ମହତ୍ୟା

ବନ୍ତଳା,୧୬।୬(ଡି.ଏନ୍‌.ଏ.): ଅନୁଗୋଳ ଜିଲା ପୁରୁଣାକୋଟ ଥାନା କୋଠଭୂଇଁ ପଞ୍ଚାୟତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଥିବା ଦେଖିବାକୁ ମିଳିଛି। କୁମୁରି ଗ୍ରାମ ମୁଣ୍ଡରେ ଥିବା ଏକ ଆମ୍ବ ଗଛରେ ଦୁଇ ବିବାହିତ ପ୍ରେମୀଯୁଗଳ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ସେମାନେ ହେଲେ ଡଲାସିଙ୍ଗା ଗ୍ରାମର ମଧୁ ସାହୁ(୩୫) ଓ କୋଠଭୂଇଁ ଗ୍ରାମର ଶାନ୍ତି ପ୍ରଧାନ (୩୮)। ଉଭୟ ପୂର୍ବରୁ ବିବାହିତ ଥିବା ବେଳେ ସେମାନଙ୍କୁ ଉକ୍ତ ବିବାହରୁ ଦୁଇଟି ଲେଖାଏଁ ସନ୍ତାନ ଥିବା ଜଣାପଡ଼ିଛି।

ସୂଚନାନୁଯାୟୀ, ଏକ ବର୍ଷ ପୂର୍ବେ ମଧୁ ଓ ଶାନ୍ତିଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଗଢ଼ି ଉଠିଥିଲା। ଏ ନେଇ ଶାନ୍ତିଙ୍କ ସ୍ବାମୀ ଜାଣିବା ପରେ ଉଭୟଙ୍କ ମଧ୍ୟରେ ପାଟିତୁଣ୍ଡ ହେବା ସହ ସମାଧାନ ନିମନ୍ତେ ଘଟଣା କୋର୍ଟରେ ପହଞ୍ଚିଥିଲା। ତେବେ ୬ ମାସ ପୂର୍ବେ ମଧୁ ଏବଂ ଶାନ୍ତି କୋର୍ଟରେ ବିବାହ କରି ଘରୁ ପଳାଇ ଆସିଥିଲେ। ଶନିବାର ଉଭୟ ରଜ ଉପଲକ୍ଷେ ଦଲାସିଙ୍ଗା ଗ୍ରାମକୁ ଆସିଥିଲେ। ହେଲେ ଲୋକ ଲଜ୍ଜା ସହି ନ ପାରି ସେମାନେ ଆତ୍ମହତ୍ୟା କରିଥିବା ଅନୁମାନ କରାଯାଉଛି। ସେମାନଙ୍କ ମୃତଦେହ ନିକଟରେ ସ୍କୁଟ ିଟିଏ ରଖାଯାଇଥିବା ଦେଖିବାକୁ ମିଳୁଛି। ଘଟଣା ନେଇ ଖବର ପ୍ରଚାରିତ ହେବା ପରେ ଘଟଣାସ୍ଥଳରେ ଲୋକମାନଙ୍କ ଭିଡ଼ ପରିଲକ୍ଷିତ ହେଉଛି। ଖବର ଲେଖାଯିବା ପର୍ଯ୍ୟନ୍ତ ଉଭୟଙ୍କ ପରିବାର ପକ୍ଷରୁ ଅଭିଯୋଗ କରାଯାଇ ନ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଢ଼ୁଛି ହାତୀ ଜନିତ କ୍ଷୟକ୍ଷତି

ବଇଣ୍ଡା,୫।୫(ପରିକ୍ଷିତ ସାହୁ)ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଧଣ୍ଡାତୋପା ରେଞ୍ଜରେ କିଛିଦିନ ହେବ ହାତୀ ଉପଦ୍ରବ ଲାଗି ରହିଛି। ନିକଟସ୍ଥ ଜଙ୍ଗଲରୁ ଚାଲି ଆସୁଥିବା ହାତୀ ଜମି...

ପ୍ରାର୍ଥତ୍ପତ୍ର ଦାଖଲ ନ କରି ଫେରିଗଲେ ନଳିନୀକାନ୍ତ

ଆଠମଲ୍ଲିକ, ୩ା୫(ଉଦୀପ୍ତ ପୁରୋହିତ)/ ଅନୁଗୋଳ (ଅମିତ କୁମାର ସାମଲ):ଅନୁଗୋଳ ଜିଲା ଆଠମଲ୍ଲିକ ବିଜେଡି ବିଧାୟକ ପ୍ରାର୍ଥୀ ନଳିନୀକାନ୍ତ ପ୍ରଧାନ ଗୁରୁବାର ପ୍ରାର୍ଥିପତ୍ର ଦାଖଲ ପାଇଁ ବିରାଟ...

ଶଙ୍ଖ ଛାଡ଼ିଲେ ପୂର୍ବତନ ବିଧାୟକ

ଛେଣ୍ଡିପଦା,୧ା୫(ଅଜିତ ଧଳ):ଅନୁଗୋଳ ଜିଲା ଛେଣ୍ଡିପଦା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଖଗେଶ୍ୱର ବେହେରା ବିଜେଡିରୁ ଇସ୍ତଫା ଦେଇଛନ୍ତି। ବିଜେଡି ରାଜ୍ୟ ସଭାପତି ନବୀନ ପଟ୍ଟନାୟକଙ୍କ ନିକଟକୁ ସେ...

‘ଓଡ଼ିଆ ଅସ୍ମିତାକୁ ଜାଗ୍ରତ କରି ରାଜ୍ୟକୁ ୧ ନମ୍ବର କରିବା’

ଅନୁଗୋଳ,୩୦ା୪ (ଅମିତ କୁମାର ସାମଲ)/ ଆଠମଲ୍ଲିକ (ଉଦୀପ୍ତ ପୁରୋହିତ)/ ବଇଣ୍ଡା (ପରିକ୍ଷିତ ସାହୁ):ଓଡ଼ିଶାରେ ପ୍ରଥମ ଥର ଓ କେନ୍ଦ୍ରରେ ତୃତୀୟ ଥର ପାଇଁ ଭାଜପା ସରକାର...

‘ଓଡ଼ିଶାର ନେତା ଓଡ଼ିଆ ଲୋକ ହେବା ଦରକାର’

ଅନୁଗୋଳ,୨୮ା୪(ଅମିତ କୁମାର ସାମଲ)ଓଡ଼ିଆ ଭାଷା, ସଂସ୍କୃତି ଏବଂ ଓଡ଼ିଆ ଲୋକଙ୍କ ଭବିଷ୍ୟତ ଆଜି ଅନ୍ଧାରରେ। ଓଡ଼ିଶାର ନେତା ଓଡ଼ିଆ ଲୋକ ହେବା ଦରକାର। ଓଡ଼ିଶାରେ ଭ୍ରଷ୍ଟ,...

ନିର୍ବାଚନ ଥିବାରୁ ମୁହଁ ଦେଖାଇଲେ ନେତା

ଅନୁଗୋଳ,୨୮।୪ (ଅମିତ କୁମାର ସାମଲ)ଅନୁଗୋଳ ଦେଇ ଯାଇଥିବା ୫୫ ନମ୍ବର ଜାତୀୟ ରାଜପଥ ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ଦୀର୍ଘବର୍ଷ ହେଲା କାର୍ଯ୍ୟ ଚାଲିଥିଲେ ମଧ୍ୟ ଶେଷ...

ଉଚ୍ଛେଦକୁ ୬ ବର୍ଷ ବିତିଲା, ନିର୍ମାଣ ହେଉନି

ବଇଣ୍ଡା,୨୮।୪(ପରିକ୍ଷିତ ସାହୁ)ରାଜପଥ ନିର୍ମାଣ ପାଇଁ କରାଯାଇଥିଲା ଉଚ୍ଛେଦ। ଭଙ୍ଗା ଯାଇଥିଲା ରାସ୍ତା ପାର୍ଶ୍ୱରେ ଥିବା ଅନେକ ଯାତ୍ରୀ ବିଶ୍ରାମାଗାର। ସରକାରୀ କାର୍ଯ୍ୟାଳୟଗୁଡ଼ିକୁ ମଧ୍ୟ ମାଟିରେ ମିଶାଇ...

‘କ୍ରୀତଦାସ ନୁହେଁ, ସ୍ବାଭିମାନରେ ବିଶ୍ୱାସକରେ’

ଅନୁଗୋଳ, ୨୭ା୪(ଅମିତ କୁମାର ସାମଲ): ଦୀର୍ଘ ୨୫ ବର୍ଷର ଅପାରଗ ଓ ସ୍ଥାଣୁ ସରକାରରେ ଅନେକେ କ୍ରୀତଦାସ ହେବାକୁ ପସନ୍ଦ କରୁଛନ୍ତି। କିନ୍ତୁ ସେ କ୍ରୀତଦାସରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri