Posted inଜାତୀୟ

ଲୋକ ସଭା ଉପବାଚସ୍ପତି ପଦ ଓ୍ବାଇଏସଆର୍‌ କଂଗ୍ରେସକୁ ଦିଆଯାଇପାରେ

ନୂଆଦିଲ୍ଲୀ. ୧୨।୬: ଆନ୍ଧ୍ର ପ୍ରଦେଶର ଜଗନମୋହନଙ୍କ ନେତୃତ୍ୱାଧୀନ ଓ୍ବାଇଏସଆର କଂଗ୍ରେସକୁ ଏଥର ଲୋକ ସଭା ଉପବାଚସ୍ପତି ପଦ ଅଫର୍‌ ଭାଜପା ଦେଇପାରେ। ମଙ୍ଗଳବାର ଭାଜପା ସାଂସଦ ଜିଭିଏଲ ନରସିଂହା ରାଓ ମୁଖ୍ୟମନ୍ତ୍ରୀ ଜଗନଙ୍କୁ ଭେଟିବା ପରେ ଏହି ଚର୍ଚ୍ଚା ଜୋର ଧରିଛି। ତେବେ ହଠାତ୍‌ ନିଷ୍ପତ୍ତି ନ ନେଇ କିଛି ଦିନ ସମୟ ନେଇଛନ୍ତି ଜଗନ। ଏନେଇ ସେ ଦଳର ବରିଷ୍ଠ ନେତାଙ୍କ ସହ ଆଲୋଚନା କରିଛନ୍ତି। ଗୃହରେ ସବୁଠାରୁ ବଡ଼ ଦଳ ଭାବେ ଅଛନ୍ତି କଂଗ୍ରେସ ଓ ଡିଏମକେ। ଏହି ଦୁଇ ଦଳ ଉପ ବାଚସ୍ପତି ପଦବୀ ନେବା ପାଇଁ ମନା କରିଛନ୍ତି। ତେଣୁ ତୃତୀୟ ବୃହତ ଦଳ ଭାବରେ ୱାଇଏସଆର କଂଗ୍ରେସକୁ ଏହି ପ୍ରସ୍ତାବ ଦିଆଯାଇପାରେ ଚର୍ଚ୍ଚା ହେଉଛି। ସୂଚନାଯୋଗ୍ୟ, ଗତ ଲୋକ ସଭାରେ ଭାଜପାର ୩୦୩ଜଣ ସାଂସଦ, କଂଗ୍ରେସ ୫୨, ଡିଏମକେ ୨୩ ଏବଂ ୱାଇଏସଆର କଂଗ୍ରେସ ୨୨, ତୃଣମୂଳ କଂଗ୍ରେସ ୨୨, ଶିବସେନା ୧୮, ଜେଡିୟୁ ୧୬, ବିଜେଡି ୧୨ ଏବଂ ବିଏସପି ୧୦ ଆସନ ଓ ଅନ୍ୟାନ୍ୟ ଦଳ ୧୦ରୁ କମ ଆସନରେ ବିଜୟୀ ହୋଇଛନ୍ତି। ଆନ୍ଧ୍ର ପ୍ରଦେଶରେ ଏକକ ସଂଖ୍ୟାଗରିଷ୍ଠତା ହାସଲ କରି ସରକାର ଗଢିଥିବା ଜଗନ ନିର୍ବାଚନ ଜିତିବା ପରେ ମୋଦିଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଥିଲେ। ସେହିପରି ନୀତି ଆୟୋଗ ବୈଠକରେ ମଧ୍ୟ ଉଭୟ ନେତା ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…

୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର: ଏହିସବୁ ଉପରେ ବଡ଼ ଘୋଷଣା

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

ପଶ୍ଚିମବଙ୍ଗରେ ହେବ ଖେଳ! ଯେଉଁଠାରୁ ହାରିଥିଲେ, ସେଠାରୁ ପୁଣି ନିର୍ବାଚନ ଲଢିବେ ଦିଦି? ଆସିଲା ବଡ଼ ଖବର

କୋଲକାତା,୭।୯: ପଶ୍ଚିମବଙ୍ଗର ଦୁଇଟି ବିଧାନସଭା ଆସନ ନନ୍ଦୀଗ୍ରାମ ଓ ରେଜିନଗର ପାଇଁ ଉପନିର୍ବାଚନ ଘୋଷଣା କରିଛନ୍ତି ଭାରତୀୟ ନିର୍ବାଚନ କମିଶନ (ECI)। ସୋମବାର ଘୋଷିତ କାର୍ଯ୍ୟସୂଚୀ ଅନୁଯାୟୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri