Posted inଜାତୀୟ

ଲୋକ ସଭା ନିର୍ବାଚନ: ଗୁରୁବାର ଦ୍ୱିତୀୟ ପର୍ଯ୍ୟାୟ ମତଦାନ

ନୂଆଦିଲ୍ଲୀ,୧୭।୪: ଗୁରୁବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ପାଇଁ ମତଦାନ କରାଯିବ। ଦ୍ୱିତୀୟ ପର୍ଯ୍ୟାୟରେ ୧୩ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୯୬ ଆସନରେ ଭୋଟଗ୍ରହଣ କରାଯିବ। ତାମିଲନାଡୁର ଭେଲୋର ଆସନକୁ ଏଥିରୁ ବାଦ୍‌ ଦିଆଯାଇଛି। ସେଥିମଧ୍ୟରୁ ୪୧ଟି ଆସନକୁ ରେଡ୍‌ ଆଲର୍ଟ ଘୋଷଣା କରାଯାଇଛି। ଏସବୁ ଆସନରେ ୩ରୁ ଅଧିକ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱୀତା କରୁଛନ୍ତି। ସେହିପରି ୮ଶହ ୮୮ ଜଣ ନିର୍ଦ୍ଦଳୀୟ ପ୍ରାର୍ଥୀ ଏହି ପର୍ଯ୍ୟାୟରେ ନିର୍ବାଚନ ଲଢୁଛନ୍ତି। ମୋଟ୍‌ ପ୍ରାର୍ଥୀଙ୍କ ମଧ୍ୟରୁ ପୁରୁଷଙ୍କ ସଂଖ୍ୟା ୧୪ ଶହ ୭୦ ଥିବାବେଳେ ମହିଳାଙ୍କ ସଂଖ୍ୟା ଶହେ ୨୦ ରହିଛି। ଯାଞ୍ଚ୍‌ ହୋଇଥିବା ୧୫ଶହ ୯୦ ଜଣ ପ୍ରାର୍ଥୀଙ୍କ ସତ୍ୟପାଠରୁ ଏହା ଜଣାପଡ଼ିଥିବା କୁହାଯାଉଛି। ଏହି ପର୍ଯ୍ୟାୟରେ ଆସାମର ୫, ବିହାର ୫, ଛତିଶଗଡ଼ ୩, ଜମ୍ମୁ ଓ କଶ୍ମୀର ୨, କର୍ନାଟକ ୧୪ , ମହାରାଷ୍ଟ୍ର ୧୦, ମଣିପୁର ୧, ଓଡ଼ିଶା ୫, ତାମିଲନାଡ଼ୁ ୩୮, ତ୍ରିପୁରା ୧, ଉତ୍ତରପ୍ରଦେଶର ୮, ପଶ୍ଚିମବଙ୍ଗ ୩ ଏବଂ ପୁଡୁଚେରୀର ଗୋଟିଏ ଲୋକ ସଭା ଆସନ ପାଇଁ ମତଦାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ମଦର ଗୁଣବତ୍ତା ନେଇ ସରକାରଙ୍କ ବଡ଼ ପଦକ୍ଷେପ, ଦେଲେ ଏହି ନିର୍ଦ୍ଦେଶ

ଚେନ୍ନାଇ,୨୩ା୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଜୋସେଫ ବିଜୟ ରାଜ୍ୟର ସମସ୍ତ ଡିଷ୍ଟିଲେରୀରେ ମଦର ଗୁଣବତ୍ତା ନେଇ କଡ଼ା ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। TASMAC ମାଧ୍ୟମରେ ବିକ୍ରି ହେଉଥିବା…

ଚିନିର ମୂଲ୍ୟ କିଲୋଗ୍ରାମ ପିଛା ୨୦ଟଙ୍କାରେ ପହଞ୍ଚିବା ପରେ କ’ଣ କହିଥିଲେ ଅଟଳ ବିହାରୀ ବାଜପେୟୀ? ଭିଡ଼ିଓ ହେଉଛି ଭାଇରାଲ, ତେଜିଲାଣି ରାଜନୀତି!

ନୂଆଦିଲ୍ଲୀ,୨୩।୮: ଚିନିର ମୂଲ୍ୟ ବୃଦ୍ଧି ପୁଣି ଥରେ ସାଧାରଣ ଲୋକଙ୍କ ବଜେଟକୁ ବାଧା ଦେବା ଆରମ୍ଭ କରିଛି। ଦେଶର ଅନେକ ରାଜ୍ୟରେ ଚିନିର ମୂଲ୍ୟ ପ୍ରତି କିଲୋଗ୍ରାମ…

ସ୍ୱାମୀଙ୍କୁ ନଜଣାଇ ଟ୍ରଙ୍କରେ ରଖିଥିଲେ ୧୨ ଲକ୍ଷ, ସବୁ ଖାଇଦେଲା ମୂଷା! ତାପରେ….

ଲକ୍ଷ୍ନୌ,୨୩।୮: ତ୍ତତ୍ତରପ୍ରଦେଶର ଗୋଣ୍ଡାରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି, ଯାହାକୁ ନେଇ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହେଉଛି । ଜଣେ ମହିଳା ପ୍ରାୟ ୮…

ଜନ୍ତର-ମନ୍ତର ଭଳି ପୁଣି ଆନ୍ଦୋଳନର ଚେତାବନୀ ଦେଲା CJP, ଏହିଦିନ ଯୁବବର୍ଗ….

ନୂଆଦିଲ୍ଲୀ,୨୩।୮: ଜନ୍ତର ମନ୍ତରରେ ଚାଲିଥିବା ବିରୋଧ ପ୍ରଦର୍ଶନ ସମୟରେ କେନ୍ଦ୍ର ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଦାବି କରିଛି କକ୍ରୋଚ ଜନତା ପାର୍ଟି (CJP) ।…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

ଡିଫେନ୍ସ ମିନିଷ୍ଟ୍ରିରେ କରୁଥିଲେ ଚାକିରି, ହଠାତ୍‌ ୩ ମାସର ଗର୍ଭବତୀବସ୍ଥାରେ କଲେ ଆତ୍ମହତ୍ୟା; ରାଜଧାନୀରେ ଚାଞ୍ଚଲ୍ୟ…

ନୂଆଦିଲ୍ଲୀ,୨୩।୮: ଦିଲ୍ଲୀରେ ପ୍ରତିରକ୍ଷା ମନ୍ତ୍ରଣାଳୟ (ଡିଫେନ୍ସ ମିନିଷ୍ଟ୍ରି) ରେ କାର୍ଯ୍ୟରତ ଜଣେ ୩ ମାସର ଗର୍ଭବତୀ ମହିଳା ଆତ୍ମହତ୍ୟା କରିଛନ୍ତି। ଅଭିଯୋଗ ହୋଇଛି ଯେ ଶାଶୂଘର ଲୋକେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri