Posted inଜାତୀୟ

ଲୋକ ସଭାରେ ଆଗତ ହେଲା ଟ୍ରିପଲ୍‌ ତଲାକ୍‌ ବିଲ୍‌: ବିରୋଧୀଙ୍କ ହଙ୍ଗାମା

ନୂଆଦିଲ୍ଲୀ, ୨୧।୬: ଶୁକ୍ରବାର ଲୋକ ସଭାରେ ‘ଟ୍ରିପଲ ତଲାକ’ ବିଲ୍‌ ଆଗତ କରାଯାଇଛି। କେନ୍ଦ୍ର ଆଇନ୍‌ ମନ୍ତ୍ରୀ ରବିଶଙ୍କର ପ୍ରସାଦ ଏହି ସଂସଦରେ ଉପସ୍ଥାପନ କରିଛନ୍ତି। ମହିଳାଙ୍କୁ ନ୍ୟାୟ ଦେବାରେ ଏହା ଏକ ବଡ ପଦକ୍ଷେପ ବୋଲି ଆଇନ୍‌ ମନ୍ତ୍ରୀ କହିଛନ୍ତି। ମୁସଲିମ ମହିଳା (ବିବାହ ଅଧିକାର ସୁରକ୍ଷା) ବିଲ ୨୦୧୯ ନାମରେ ନାମିତ ଏହି ବିଲ ଲୋକ ସଭାରେ ଆଗତ ହେବାପରେ ବିରୋଧୀ ହଙ୍ଗାମା କରିଥିଲେ। କଂଗ୍ରେସ ନେତା ଶଶି ଥରୁର ବିଲକୁ ବିରୋଧ କରି କହିଥିଲେ, ସବୁ ସମୁଦାୟର ଲୋକଙ୍କ ପାଇଁ ନିୟମ ଲାଗୁ ହେଉ। ମୁସଲିମ୍‌ ନେତା ଅସଉଦ୍ଦିନ୍‌ ଓବୈସି କହିଛନ୍ତି, ଏହି ବିଲ୍‌ ସମ୍ବିଧାନ ବିରୋଧୀ। ଏହାଦ୍ୱାରା ମୁସଲିମ୍‌ ପୁରୁଷଙ୍କୁ କେବଳ ଦଣ୍ଡ ମିଳିବ। ସୂଚନାଯୋଗ୍ୟ,୧୭ତମ ଲୋକ ସଭା ଗଠନ ହେବା ପରେ ମୋଦି ସରକାର ଦ୍ୱିତୀୟ କାର୍ଯ୍ୟକାଳରେ ଏହା ପ୍ରଥମ ବିଲ୍‌ ହେବ। ଗତ ଏନଡିଏ ସରକାର ସମୟରେ ମଧ୍ୟ ଏହି ବିଲ୍‌ ଆସିଥିଲା। କିନ୍ତୁ ରାଜ୍ୟସଭାରେ ପାରିତ ହୋଇପାରି ନ ଥିଲା। ଏହି ବିଲ ପାରିତ ହେଲେ ତିନି ଥର ତଲାକ କହି ଛାଡପତ୍ର ଦେଉଥିବା ମୁସଲିମ ପୁରୁଷଙ୍କୁ ୩ ବର୍ଷର ଜେଲ ହୋଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

IPL 2027: ଦିଲ୍ଲୀ କ୍ୟାପିଟାଲ୍ସର ନୂଆ ହେଡ୍ କୋଚ୍ ହେଲେ ସୌରଭ ଗାଙ୍ଗୁଲି, ହେମାଙ୍ଗ ବଦାନୀଙ୍କ ସ୍ଥାନ ନେଲେ ଦାଦା

ନୂଆଦିଲ୍ଲୀ,୬।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସିଜନ୍ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ (DC) ସୌରଭ ଗାଙ୍ଗୁଲିଙ୍କୁ ଟିମ୍‌ର ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି।…

କ୍ୟାପଟେନ୍ ସ୍ମିତ ମଚ୍ଚାରଙ୍କର ମାସିକ ଦରମା କେତେ? ସିନିୟର କ୍ୟାପଟେନଙ୍କୁ ମିଳେ ଏସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦୁବାଇରୁ ତେଲ ଆଭିଭ ଯାଉଥିବା ବିମାନରେ ଜଣେ ଓମାନୀ ସହ-ପାଇଲଟ (କୋ-ପାଇଲଟ) ଭାରତୀୟ ପାଇଲଟ ସ୍ମିତ ମଚ୍ଚାରଙ୍କ ଉପରେ ଆକ୍ରମଣ କରି ବିମାନକୁ କ୍ରାସ କରାଇବାକୁ…

ଆଶା ଦିଦିଙ୍କ ପାଇଁ ଖୁସି ଖବର; ମାସିକ ପ୍ରୋତ୍ସାହନ ରାଶି ୬ ହଜାରକୁ ବୃଦ୍ଧି, ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୬।୧୦: ଆଶା କର୍ମୀଙ୍କ ପାଇଁ ଖୁସି ଖବର। ମୁଖ୍ୟମନ୍ତ୍ରୀ ଆଶା ଦିଦିମାନଙ୍କ ନିଷ୍ଠା ଓ ଦିନରାତିର କଠିନ ପରିଶ୍ରମକୁ ସମ୍ମାନ ଜଣାଇ ସେମାନଙ୍କ ମାସିକ ପ୍ରୋତ୍ସାହନ ରାଶିକୁ…

ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର

ଷ୍ଟକହୋମ,୬।୧୦: ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର ପ୍ରଦାନ କରାଯାଇଛି; ମଙ୍ଗଳବାର ଏହି ଘୋଷଣା କରାଯାଇଥିଲା। ରୟାଲ ସ୍ବିଡିସ ଏକାଡେମୀ ଅଫ ସାଇନ୍ସେସ ଫ୍ରାନ୍ସିସ ହାଲଜେନ୍‌…

Gyanesh Kumar Net Worth: ମୁଖ୍ୟ ନିର୍ବାଚନ କମିଶନରଙ୍କ ମାସକୁ ଦରମା କେତେ? ଜାଣନ୍ତୁ ବଙ୍ଗଳା, ଗାଡ଼ିଠାରୁ ପେନସନ ଯାଏ ମିଳୁଥିବା ସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦେଶରେ ଯେତେବେଳେ ବି ନିର୍ୱାଚନ ମାହୋଲ ସୃଷ୍ଟି ହୁଏ କିମ୍ୱା ଭୋଟର ତାଲିକାକୁ ନେଇ ବିବାଦ ଉପୁଜେ, ସେତେବେଳେ ଭାରତୀୟ ନିର୍ୱାଚନ ଆୟୋଗ (ECI) ଏବଂ…

ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମ ପରିଦର୍ଶନ କରିବା ପାଇଁ ବିରାଟ କୋହଲି ୫ କୋଟି ଟଙ୍କା ପାଇଥିଲେ? ଜାଣନ୍ତୁ ଏହା ପଛର ସତ୍ୟତା

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କୁ ବୃନ୍ଦାବନରେ ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ଓ ତାଙ୍କ ସହ ଆଲୋଚନା କରିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?