ଲୋକ ସଭାରେ ଉଠିଲା ଓଡ଼ିଶା ପିଏମ୍‌ଏଓ୍ବାଇ ଦୁର୍ନୀତି ପ୍ରସଙ୍ଗ

ଭୁବନେଶ୍ୱର,୪ା୧୨(ବ୍ୟୁରୋ):ଓଡ଼ିଶାରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ପିଏମ୍‌ଏଓ୍ବାଇ)ରେ ଦୁର୍ନୀତି ହୋଇଥିବା ନେଇ ଲୋକ ସଭାରେ ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡଙ୍ଗୀ ପ୍ରଶ୍ନ ଉଠାଇଛନ୍ତି। ଅପରାଜିତା ନିଜ ନିର୍ବାଚନମଣ୍ଡଳୀ ମଧ୍ୟରେ ହୋଇଥିବା ଦୁର୍ନୀତିକୁ ନେଇ ଦାୟିତ୍ୱରେ ଥିବା ଅଫିସରଙ୍କ ବିରୋଧରେ ସରକାର କ’ଣ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ବୋଲି ପ୍ରଶ୍ନ କରିଥିଲେ। ଅପରାଜିତାଙ୍କ ଏହି ପ୍ରଶ୍ନର ଉତ୍ତରରେ କେନ୍ଦ୍ର ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର କହିଛନ୍ତି, ଓଡ଼ିଶା ସରକାର ଏକ ରିପୋର୍ଟ ଦାଖଲ କରି ସେଥିରେ ଉଲ୍ଲେଖ କରିଛନ୍ତି ଯେ, ୩୨ ହିତାଧିକାରୀଙ୍କୁ ଘର ପ୍ରଦାନରେ ଅନିୟମିତତା ହୋଇଛି। ଏ ନେଇ ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀଙ୍କୁ ନିଲମ୍ବନ କରାଯାଇଛି। ୪ ଅଯୋଗ୍ୟ ହିତାଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଏହାସହ ଏହି ଅନିୟମିତତାରେ ସମ୍ପୃକ୍ତ ଥିବା ୩ଜଣଙ୍କ ନାଁରେ ମାମଲା ରୁଜୁ କରାଯାଇଛି। ଏହି ପ୍ରସଙ୍ଗରେ ଅପରାଜିତା କହିଛନ୍ତି, କାର୍ଯ୍ୟାନୁଷ୍ଠାନରେ ଏତେ ଡେରି କାହିଁକି। କାହିଁକି ତାଙ୍କୁ ପାର୍ଲାମେଣ୍ଟରେ କଥା ଉଠାଇବାକୁ ପଡିଲା। ଯେତେବେଳେ ଏଭଳି ଦୁର୍ନୀତି ହୋଇଥିବା ନେଇ ଅଭିଯୋଗ କଲି ସେତେବେଳୁ କାହିଁକି କାର୍ଯ୍ୟାନୁଷ୍ଠାନ ନ ହେଲା। ପାର୍ଲାମେଣ୍ଟରେ ପ୍ରସଙ୍ଗ ଉଠାଇବାରୁ ରାଜ୍ୟ ସରକାର ତଦନ୍ତ କଲେ। ଯଦି ସୁନ୍ଦରଭାବେ ସରକାର ଚାଲନ୍ତା ତେବେ ଏମିତି ପରିସ୍ଥିତି ସୃଷ୍ଟି ହୁଅନ୍ତା ନାହିଁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେଡ୍‌ କରିବାକୁ ଯାଇଥିଲେ ଖଣି ଅଧିକାରୀ: ଆକ୍ରମଣ କଲେ ବାଲି ମାଫିଆ

ଜୟପୁର,୧୧।୪(ପବନ ପାଣିଗ୍ରାହୀ ): ରେଡ୍‌ କରିବାକୁ ଯାଇଥିଲେ ଖଣି ଅଧିକାରୀ। ଆକ୍ରମଣ କଲେ ବାଲି ମାଫିଆ। ଏଭଳି ଅଭାବନୀୟ ଘଟଣା ଘଟିଛି କୋରାପୁଟ ଜିଲା ସଦର ଥାନା…

ରାହୁଲଙ୍କୁ ଦେଖି ଅଟକି ଗଲେ ମୋଦି, ଆଉ ତା’ପରେ ଘଟିଲା…ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ମହାତ୍ମା ଜ୍ୟୋତିବା ଫୁଲେଙ୍କ ୨୦୦ତମ ଜନ୍ମବାର୍ଷିକୀରେ ପୁଷ୍ପମାଲ୍ୟ ଅର୍ପଣ କରିବା ପାଇଁ ସଂସଦ ପରିସରରେ ପ୍ରେରଣା ସ୍ଥଳକୁ ଯାଇଥିଲେ। ସେଠାରେ…

ବିପଦ ସାଜିଲା ଓଭରଟେକ୍‌, ବିଲକୁ ପଶିଗଲା ୨ ବସ୍‌, ଆଉ ତା’ ପରେ…

ସାଲେପୁର,୧୧ା୪(ଅରବିନ୍ଦ ଭୂୟାଁ): ସାଲେପୁର ଥାନା ଅଧୀନ କଟକ ସାଲେପୁର ରାସ୍ତାର ଭାତପଡ଼ା ଛକ ନିକଟରେ ଶନିବାର ସକାଳେ ଦୁଇଟି ଘରୋଇ ବସ୍‌ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ଦୁର୍ଘଟଣାଗ୍ରସ୍ତ…

ବିମାନରେ ଏକାଠି ବସିଲେ ନବୀନ-ପୀତାମ୍ବର: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁକ୍ରବାର ଅପରାହ୍ନରେ ନୂଆଦିଲ୍ଲୀ ଅଭିମୁଖେ ଗସ୍ତ କରିଛନ୍ତି। ତାଙ୍କ ବଡ଼ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ ଗତ ୨ ଦିନ…

ଭୟଙ୍କର ଦୁର୍ଘଟଣା: ଟ୍ରକ୍‌ରେ ପିଟିହେଲା ଆମ୍ବୁଲାନ୍ସ, ଆଉ ତା’ପରେ…

ଢେଙ୍କାନାଳ,୧୧ା୪(ରତନ ନାୟାର): ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ୫୫ ନମ୍ବର ଜାତୀୟ ରାଜପଥ ହଳଦିଆବାହାଳଠାରେ ଶନିବାର ସକାଳେ ରାସ୍ତାରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌ ସହ ଧକ୍କା…

ଗୁଳି ଖାଇବୁ ପଛେ ଜମି ଦେବୁନାହିଁ: ରୋକଠୋକ୍‌ ଶୁଣାଇ ଦେଲେ ଅଞ୍ଚଳବାସୀ

ରାୟଗଡ଼ା/କଲ୍ୟାଣସିଂହପୁର,୧୧।୪(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା):ରାୟଗଡ଼ା ଜିଲା କାଶୀପୁର ବ୍ଲକ ସିଜିମାଳି ବକ୍ସାଇଟି ଖଣିକୁ ବେଦାନ୍ତ ପକ୍ଷରୁ ଗତ ମଙ୍ଗଳବାର ରାସ୍ତା ନିର୍ମାଣ ଉଦ୍ୟମ ଆରମ୍ଭ ହୋଇଥିଲା।…

ସିଲେଟପଡାଠାରୁ କୁଶୁର୍ଲା ଛକ ପର୍ଯ୍ୟନ୍ତ ରାସ୍ତା ମରାମତି ଦାବି: ପ୍ରତିଶ୍ରୁତି ମିଳିବା ପରେ ଧାରଣା ପ୍ରତ୍ୟାହୃତ

କର୍ଲାମୁଣ୍ଡା,୮।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକ ଠାରୁ ସିଲେଟପଡା ରାସ୍ତା ମରଣଯନ୍ତା ପାଲଟିଛି। ଉକ୍ତରାସ୍ତାର ମରାମତି…

ମାମୁଘର ଗାଁକୁ ଯାତ୍ରା ଦେଖିବାକୁ ଆସିଥିଲେ ଭଣଜା: ମିଳିଲା ଗୋଡ଼ହାତ ଅଲଗା ହୋଇଥିବା ମୃତଦେହ

ନନ୍ଦପୁର,୧୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଦେଇ ଯାଇଥିବା ବିଶାଖାପାଟଣା-କିରାଣ୍ଡୁଳ ସଂଯୋଗୀ କେକେ ରେଳପଥରେ ମାଳି ବେଲଗାଁ ପଞ୍ଚାୟତ ଖୁଜେଲ ଗ୍ରାମ ନିକଟ ରେଳଧାରଣାରେ ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri