ଲୋକଙ୍କ ଆଶା ପୂରଣ କରିବାକୁ ଆମେ ପ୍ରତିଶ୍ରୁତିବଦ୍ଧ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫ା୩(ବ୍ୟୁରୋ): ଗଣତନ୍ତ୍ରରେ ଲୋକମାନେ ପ୍ରକୃତ ମାଲିକ। ସେମାନେ ଭୋଟ ଦେଇ ଜନପ୍ରତିନିଧି ବାଛିଥାନ୍ତି। ତେଣୁ ସେମାନଙ୍କ ଆଶା ପୂରଣ କରିବା ପାଇଁ ପ୍ରତିଶ୍ରୁତିବଦ୍ଧ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଲୋକ ସେବା ଭବନରେ ବୁଧବାର ଆୟୋଜିତ ‘ମୋ ସରକାର’ କାର୍ଯ୍ୟକ୍ରମ ଅବସରରେ ମୁଖ୍ୟମନ୍ତ୍ରୀ ଏହି କଥା କହିଛନ୍ତି। ସ୍କୁଲ ଓ ଗଣଶିକ୍ଷା, ଉଚ୍ଚଶିକ୍ଷା, ଶକ୍ତି, ଗ୍ରାମ୍ୟ ଉନ୍ନୟନ ଏବଂ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ପ୍ରଭୃତି ବିଭାଗ ‘ମୋ ସରକାର’ କାର୍ଯ୍ୟକ୍ରମର ଅନ୍ତର୍ଭୁକ୍ତ ହୋଇଛି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସରକାରୀ କର୍ମଚାରୀ, ନିର୍ବାଚିତ ପ୍ରତିନିଧି ସାଧାରଣ ଜନତାଙ୍କ ସ୍ବାର୍ଥକୁ ସର୍ବାଧିକ ଗୁରୁତ୍ୱ ଦେବାର ଆବଶ୍ୟକତା ରହିଛି। ଏହା ହିଁ ପ୍ରତି ସରକାରଙ୍କ ପ୍ରାଥମିକତା। ‘ମୋ ସରକାର’ କାର୍ଯ୍ୟକ୍ରମକୁ ସଫଳତାର ସହ ପରିଚାଳନା କରିବା ପାଇଁ ବିଭାଗଗୁଡ଼ିକ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିଥିବା ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଥିଲେ। ବିଭିନ୍ନ ପର୍ଯ୍ୟାୟରେ ୨୭ଟି ଗୁରୁତ୍ୱପୂର୍ଣ୍ଣ ବିଭାଗ ମୋ ସରକାର କାର୍ଯ୍ୟକ୍ରମ ଅନ୍ତର୍ଭୁକ୍ତ ହୋଇ ସାରିଲାଣି। ମୋ ସରକାର କାର୍ଯ୍ୟକ୍ରମରେ ଜନସାଧାରଣଙ୍କଠାରୁ ମତାମତ ସଂଗ୍ରହ କରିବା ସବୁଠୁ ଗୁରୁତ୍ୱପୂର୍ଣ୍ଣ, ଏଥିପାଇଁ ସମସ୍ତ ପଦକ୍ଷେପ ସବୁ ସମୟରେ ପ୍ରସ୍ତୁତ ରଖିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏହାକୁ ପରିଚାଳନା କରୁଥିବା କର୍ମଚାରୀ ଉପଯୁକ୍ତ ପ୍ରଶିକ୍ଷଣ ନେବା ଆବଶ୍ୟକ, ସେହିପରି ଏହି କାର୍ଯ୍ୟକ୍ରମର ମୂଳଲକ୍ଷ୍ୟ ହାସଲ ସମ୍ପର୍କରେ ମଧ୍ୟ ସଚେତନ ହେବା ନିହାତି ଜରୁରୀ ବୋଲି କୁହାଯାଇଛି। ସେହିଭଳି ଭାରତବର୍ଷର ସମ୍ବିଧାନ ‘ଆମେ ନାଗରିକ’ ବାକ୍ୟରୁ ଆରମ୍ଭ ହୋଇଛି। ମହାନ ଦେଶର ମହାନ ଜନତା ହିଁ ସମ୍ବିଧାନ ଦେଇଛନ୍ତି। ତେଣୁ ସରକାର ଜନତାଙ୍କ ପ୍ରତିନିଧିତ୍ୱକୁ ଦର୍ଶାଉଛି, ଶାସକକୁ ନୁହେଁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଏହାର ସୁପରିଚାଳନାକୁ ଆହୁରି ସୁସଙ୍ଗଠିତ କରିବା ପାଇଁ ୫-ଟି ସଚିବ ଭି.କେ. ପାଣ୍ଡିଆନ୍‌ ତୃଣମୂଳ ଅଧିକାରୀଙ୍କ ସହ ଆଲୋଚନା ମଧ୍ୟ କରିଥିଲେ। ସେ ଯାଜପୁର, ବାଲେଶ୍ୱର, ଅନୁଗୋଳ, ବରଗଡ, କଳାହାଣ୍ଡି, ରାୟଗଡା ଜିଲାର ବିଭିନ୍ନ କ୍ଷେତ୍ରୀୟ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ। ୫-ଟି ସଚିବ ସରକାରୀ କର୍ମଚାରୀଙ୍କୁ ଉତ୍ତମ ବ୍ୟବହାର ଏବଂ ସ୍ବଚ୍ଛ ପ୍ରକ୍ରିୟାକୁ ସର୍ବାଧିକ ଗୁରୁତ୍ୱ ଦେବାକୁ ପରାମର୍ଶ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ଅରୁଣ ସାହୁ, ସମୀର ରଞ୍ଜନ ଦାଶ, ଦିବ୍ୟଶଙ୍କର ମିଶ୍ର, ସୁଶାନ୍ତ ସିଂ, ଅଶୋକ ପଣ୍ଡା, ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀ ଏବଂ ଉନ୍ନୟନ କମିଶନର ସୁରେଶ ମହାପାତ୍ର ପ୍ରମୁଖ ଉପସ୍ଥିତ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡେବିଟ୍‌ କାର୍ଡରେ ପରିବର୍ତ୍ତନ ଆଣିଲା ଏହି ବ୍ୟାଙ୍କ, ଚେକ୍‌ କରିନିଅନ୍ତୁ ଆପଣଙ୍କ ବ୍ୟାଙ୍କ ନାହିଁ ତ?

ନୂଆଦିଲ୍ଲୀ,୨୨।୧୨: ଆପଣ କ’ଣ ଏୟାରପୋର୍ଟ ଲାଉଞ୍ଜ ଆକ୍ସେସ ପାଇବା ପାଇଁ HDFC ବ୍ୟାଙ୍କ ଡେବିଟ୍‌ କାର୍ଡ କିଣିଛନ୍ତି? ଆପଣଙ୍କ ପାଇଁ ଏକ ବଡ଼ ଅପଡେଟ। ନୂତନ...

ଡାକ୍ତରଙ୍କ ବଡ଼ ଖୁଲାସା, ସକାଳୁ କାହିଁକି ହୁଏ ହାର୍ଟଆଟାକ୍….

ନୂଆଦିଲ୍ଲୀ,୨୨।୧୨: ସକାଳ ସମୟ ହୃଦୟ ପାଇଁ ଏକ ବିଶେଷ ବିପଦପୂର୍ଣ୍ଣ ସମୟ ଭାବରେ ବିବେଚନା କରାଯାଏ। ସକାଳେ ହୃଦଘାତର ସଂଖ୍ୟା ଅଧିକ ଥାଏ । ବିଶେଷକରି...

ଦିନିକିଆ ଅଧିନାୟକ ପଦରୁ ଗିଲ୍‌ ହେବେ ବିଦା! ତାଙ୍କ ସ୍ଥାନରେ ଏହି ଖେଳାଳିଙ୍କୁ ମିଳିବ ଅଧିନାୟକତ୍ୱ, ବଡ଼ ଖୁଲାସା

ନୂଆଦିଲ୍ଲୀ,୨୨।୧୨: କ୍ରିକେଟର ଶୁବମନ ଗିଲ୍‌ଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ତାଙ୍କୁ ପ୍ରଥମେ ଟେଷ୍ଟ ଦଳର ଅଧିନାୟକ ଏବଂ ପରେ ଚଳିତ ବର୍ଷ...

ଭୟଙ୍କର ଦୁର୍ଘଟଣା: ଏକାବେଳକେ ୨ ବାଇକ୍‌କୁ ଧକ୍କା ଦେଲା କାର୍‌,ପରେ…

ଗଞ୍ଜାମ,୨୨।୧୨(ଅନାଥ ତରାଇ): ଗଞ୍ଜାମ ବ୍ଲକ ପୋଇରାସୀ ପଞ୍ଚାୟତର କାଇଁଚପୁର ନିକଟରେ ସୋମବାର ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର (ନଂ ଓଡ଼ି୦୭ଏପି୪୪୩୩) ଦୃତ ଗତିରେ ଆସି...

୩ ଲକ୍ଷ ପାର୍‌ କରିବ ସୁନା ଦାମ୍‌! ଆମେରିକୀୟ ଅର୍ଥନୀତିଜ୍ଞଙ୍କ ବଡ଼ ଆକଳନ

ନୂଆଦିଲ୍ଲୀ,୨୨।୧୨: ଆମେରିକୀୟ ଅର୍ଥନୀତିଜ୍ଞ ଏବଂ ପ୍ରସିଦ୍ଧ ବଜାର ରଣନୀତିଜ୍ଞ ଏଡ ୟାରଡେନି ବିଶ୍ୱାସ କରନ୍ତି ଯେ ଏହି ଦଶନ୍ଧିର ଶେଷ ସୁଦ୍ଧା ସୁନାରେ ଏକ ଗୁରୁତ୍ୱପୂର୍ଣ୍ଣ...

ସଫେଇ କରିବାକୁ କହି ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟିନେଲେ ଯୁବକ, ଆଉ ତା’ପରେ…

ବଲାଙ୍ଗୀର, ୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡାଠାରେ ସଫେଇ ନାଁରେ ଦୁଇ ଜଣ ଯୁବକ ଜଣେ ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟି ଫେରାର୍‌ ହୋଇଯାଇଛନ୍ତି।...

ଏକାଠି ଜିଇଁବା ଏକାଠି ମରିବା….ସ୍ବାମୀ ମୃତ୍ୟୁର ୬ ଘଣ୍ଟା ପରେ ଦୁନିଆରୁ ବିଦାୟ ନେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୨।୧୨: କୁହାଯାଏ ଯେ ପ୍ରକୃତ ପ୍ରେମ ଜୀବନସାରା ରହିଥାଏ । ସମସ୍ତିପୁର ଜିଲ୍ଲାର ରୋସେରାର ଏହି ହୃଦୟ ବିଦାରକ ଘଟଣା ଏହାର ପ୍ରମାଣ ଦେଉଛି ।...

ହୋଟେଲ ଭମର୍ସ ସିଲ୍‌ କଲା ପୌର ପ୍ରଶାସନ

ବଲାଙ୍ଗୀର,୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୌର ପ୍ରଶାସନ ପକ୍ଷରୁ ସୋମବାର ସ୍ଥାନୀୟ ହୋଟେଲ ଭମର୍ସକୁ ସିଲ୍‌ କରାଯାଇଛି। ପୌର ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri