‘ଲୋକଙ୍କୁ କାମ ଯୋଗାଇବାକୁ ଯୋଜନା କର’

ଭୁବନେଶ୍ୱର,୧୩ା୫(ବ୍ୟୁରୋ): ଲକ୍‌ଡାଉନ ଯୋଗୁ ଦେଢ଼ମାସରୁ ଊର୍ଦ୍ଧ୍ୱ କାଳ ଧରି ଲୋକମାନେ ଘରେ ବସି ରହିଛନ୍ତି। ଏଭଳିସ୍ଥିତିରେ ଲୋକମାନଙ୍କୁ ଯେପରି ଅଧିକରୁ ଅଧିକ କାମ ଯୋଗାଇ ଦିଆଯାଇପାରିବ ସେନେଇ ନିଜ ଅଧୀନରେ ଥିବା ବିଭାଗଗୁଡ଼ିକରେ ଯୋଜନା ପ୍ରସ୍ତୁତ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅତିରିକ୍ତ ମୁଖ୍ୟଶାସନ ସଚିବ, ବିଭାଗୀୟ ସଚିବ, ଓ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। କୃଷି ଅର୍ଥନୀତିକୁ ଅଧିକ ସୁଦୃଢ କରିବା ପାଇଁ ରାଜ୍ୟ ସରକାର ଖୁବଶୀଘ୍ର ୩ଟି ଅଧ୍ୟାଦେଶ ଆଣିବେ। ଏଥିସହିତ ଗ୍ରାମ୍ୟ ଅର୍ଥନୀତିକୁ ସଶକ୍ତ କରିବା ପାଇଁ ଅଧିକ ପାଣ୍ଠି ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ମଙ୍ଗଳବାର ଭିଡିଓ କନଫରେନ୍ସ ଜରିଆରେ ରାଜ୍ୟର କୋଭିଡ ନିୟନ୍ତ୍ରଣ ଓ ଅର୍ଥନୈତିକ ପୁନରୁଦ୍ଧାର କାର୍ଯ୍ୟକ୍ରମ ସମ୍ପର୍କରେ ମୁଖ୍ୟଶାସନ ସଚିବ ଏବଂ ବରିଷ୍ଠ ଅଧିକାରୀଙ୍କ ସହିତ ଆଲୋଚନା ବେଳେ କହିଛନ୍ତି।
ବହୁ ସଂଖ୍ୟାରେ ପ୍ରବାସୀ ଓଡ଼ିଆ ରାଜ୍ୟକୁ ଫେରୁଛନ୍ତି। ବିଭିନ୍ନ ଅଞ୍ଚଳରେ ନିର୍ମିତ ଅସ୍ଥାୟୀ ସ୍ବାସ୍ଥ୍ୟ ଶିବିରଗୁଡ଼ିକର ପରିଚାଳନା ଓ ଲୋକମାନଙ୍କୁ ରୋଜଗାର ଯୋଗାଇ ଦେବା ପାଇଁ ଅର୍ଥନୀତିକୁ ଚଳଚଞ୍ଚଳ କରିବାକୁ ହେବ। ଏଥିପାଇଁ ମାନବିକତା ଏବଂ ବୃତ୍ତିଗତ ଦକ୍ଷତା ସହ କଠିନ ପରିସ୍ଥିତିର ମୁକାବିଲା କରିବାକୁ ପଡ଼ିବ। କରୋନା ଲଢ଼େଇ ଏକ ଲମ୍ବା ଯୁଦ୍ଧ। କୋଭିଡ୍‌ ମୁକାବିଲାରେ ସମାଜର ସକ୍ରିୟ ଅଂଶ ଗ୍ରହଣ ସହିତ ପଞ୍ଚାୟତିରାଜ ଅନୁଷ୍ଠାନଗୁଡ଼ିକୁ ବର୍ତ୍ତମାନ ପରିସ୍ଥିତିରେ ଅଧିକ ସଶକ୍ତ କରିବାର ଆବଶ୍ୟକ ରହିଛି ବୋଲି ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଗଞ୍ଜାମ ଭଳି ଅନ୍ୟ ଜିଲାରେ ଥିବା ଅସ୍ଥାୟୀ ଶିବିରଗୁଡ଼ିକର ଅନ୍ତେବାସୀଙ୍କୁ କୋଭିଡ୍‌ ରୋଗ ସମ୍ପର୍କରେ ତାଲିମ ଦିଆଯିବା ଦରକାର। ଯେପରି କି ସଙ୍ଗରୋଧରୁ ବାହାରିବା ପରେ ସେମାନେ କୋଭିଡ୍‌ ସ୍ବେଚ୍ଛାସେବୀଭାବେ ସମାଜକୁ ସେବା ଯୋଗାଇ ଦେଇ ପାରିବେ। ଏଥିପାଇଁ ଏକ ସଂକ୍ଷିପ୍ତ ସାର୍ଟିଫିକେଟ କୋର୍ସ ପ୍ରସ୍ତୁତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ଏକ ସପ୍ତାହ ମଧ୍ୟରେ ଗଞ୍ଜାମ, ବାଲେଶ୍ୱର, କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର ଓ ବଲାଙ୍ଗୀରରେ କୋଭିଡ୍‌ କେୟାର ସେଣ୍ଟର ଶଯ୍ୟା ସଂଖ୍ୟା ବୃଦ୍ଧି କରାଯିବ। ବର୍ତ୍ତମାନ ସମୟରେ ଗର୍ଭବତୀ ମହିଳା, ପ୍ରସୂତି, ଶିଶୁ ଭିନ୍ନକ୍ଷମ ଓ ବୟସ୍କ ଲୋକଙ୍କ ପ୍ରତି ସ୍ବତନ୍ତ୍ର ଧ୍ୟାନ ଦେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା(ଏମ୍‌ଜିଏନ୍‌ଆର୍‌ଇଜିଏସ୍‌) ଏବଂ ମିଶନ ଶକ୍ତି କାର୍ଯ୍ୟକ୍ରମକୁ ଅଧିକ ବ୍ୟାପକ କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି। ସ୍ବାସ୍ଥ୍ୟ ସେବାରେ ନିୟୋଜିତ କର୍ମଚାରୀଙ୍କ ପାଇଁ ବ୍ୟକ୍ତିଗତ ସୁରକ୍ଷା ସରଞ୍ଜାମ(ପିପିଇ) ଏବଂ ଅନ୍ୟାନ୍ୟ ମେଡିକାଲ ଉପକରଣ ଯୋଗାଣକୁ ସୁନିଶ୍ଚିତ କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି। ବର୍ତ୍ତମାନ ରବି ଧାନ ଅମଳ ଆରମ୍ଭ ହୋଇଛି। ସାର, ବିହନ ଓ ଅନ୍ୟାନ୍ୟ ଜରୁରୀ କୃଷି ଉପକରଣ ଯୋଗାଣ ମଧ୍ୟ ଆରମ୍ଭ ହୋଇଛି। ଚାଷୀଙ୍କ ପାଇଁ ହେଲ୍‌ପ ଲାଇନ କାର୍ଯ୍ୟ କରୁଛି। ମତ୍ସ୍ୟ, କୁକୁଡ଼ା, ଉଦ୍ୟାନ କୃଷି କାର୍ଯ୍ୟକ୍ରମ ସନ୍ତୋଷଜନକ ରହିଛି। ସ୍ବୟଂ ସହାୟକ ଗୋଷ୍ଠୀ କୋଭିଡ୍‌ ପରିଚାଳନାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ମିଶନ ଶକ୍ତି ନିର୍ଦ୍ଦେଶିକା କହିଥିଲେ। ମିଶନ ଶକ୍ତିର ମହିଳାମାନେ ୫୦ଲକ୍ଷରୁ ଅଧିକ ମାସ୍କ ପ୍ରସ୍ତୁତ କରିଥିବାବେଳେ ସେଥିରୁ ୪୨ ଲକ୍ଷ ବଣ୍ଟନ କରାଯାଇଛି। ସେହିପରି ମାଗଣା ରନ୍ଧାଖାଦ୍ୟ କାର୍ଯ୍ୟକ୍ରମରେ ୧.୬କୋଟି ମିଲ୍‌ ଯୋଗାଇଛନ୍ତି। ଏଥିସହିତ ସେମାନେ ହସ୍ପିଟାଲ ଖାଦ୍ୟ ଯୋଗାଣ, ମାଛ ଚାଷ , କୃଷି, ପରିବାରଗୁଡିକୁ ସିଧା ସଳଖ ରାଶନ ଯୋଗାଣ ଆଦି କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି। ସ୍ବୟଂ ସହାୟକ ଗୋଷ୍ଠୀଗୁଡ଼ିକୁ ୩୦୦କୋଟି ଟଙ୍କା ବିନା ସୁଧରେ ଦିଆଯାଇଛି ବୋଲି ବୈଠକରେ ସୂଚନା ଦିଆଯାଇଛି। ଶ୍ରମଭିତ୍ତିକ କାର୍ଯ୍ୟକ୍ରମକୁ ତ୍ୱରାନ୍ବିତ କରାଯିବ ବୋଲି ସୂଚନା ଦିଆଯାଇଛି। ଆଗାମୀ ୧ ମାସ ମଧ୍ୟରେ ଦିନକୁ ୧ଲକ୍ଷ ଲୋକଙ୍କୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମରେ ସାମିଲ କରାଯିବ। ଲକ୍‌ଡାଉନ ସମୟରେ ଆଇନ୍‌ ଶୃଙ୍ଖଳା ବଜାୟ ରଖିବା ପାଇଁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଥିବା ପୋଲିସ ମହାନିର୍ଦ୍ଦେଶକ ସୂଚନା ଦେଇଛନ୍ତି। ଏହି ବୈଠକରେ ମୁଖ୍ୟ ଶାସନ ସଚିବ, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ମୁଖ୍ୟ ପରାମର୍ଶଦାତା, ବିଭିନ୍ନ ବିଭାଗ ଦାୟିତ୍ୱରେ ଥିବା ଅତିରିକ୍ତ ମୁଖ୍ୟଶାସନ ସଚିବ ଓ ବିଭିନ୍ନ ବିଭାଗର ସଚିବମାନେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ଗୋଟିଏ ଘୋଷଣାରେ ଖସିଲା ଅଶୋଧିତ ତେଲ ମୂଲ୍ୟ, ଜାଣନ୍ତୁ ନୂଆ ଦାମ୍‌

ଓ୍ବାଶିଂଟନ୍‌,୮।୪: ୮ ଏପ୍ରିଲରେ ଅଶୋଧିତ ତୈଳ ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ଘଟିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଉପରେ ସମ୍ଭାବ୍ୟ ବୋମା ବିସ୍ଫୋରଣକୁ ଦୁଇ…

୪୨.୫% ଭାରତୀୟ ସ୍ବାସ୍ଥ୍ୟକୁ କରନ୍ତି ଅଣଦେଖା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୮ା୪(ପି.ଟି.):କାର୍ଯ୍ୟବ୍ୟସ୍ତତା କାରଣରୁ ୪୨.୫ ପ୍ରତିଶତ ଭାରତୀୟ ସେମାନଙ୍କ ସ୍ବାସ୍ଥ୍ୟ ପ୍ରତି ଅଣଦେଖା କରୁଥିବା ସ୍ବୀକାର କରିଛନ୍ତି। ୫୭.୮ ପ୍ରତିଶତ କହିଛନ୍ତି, ସେମାନଙ୍କ ସ୍ବାସ୍ଥ୍ୟ ପାଇଁ କ’ଣ ଭଲ…

୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌: ଭିତରେ ଥିଲେ ଡ୍ରାଇଭର

ଜୟପୁର,୮।୪(ପବନ ପାଣିଗ୍ରାହୀ): ୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌। ଫଳରେ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ପୋଲିସ ଡାକ୍ତରଖାନାରେ ଭର୍ତ୍ତି କରିଛି। ଜୟପୁର…

ଘୂର୍ଣ୍ଣିବଳୟ ସୃଷ୍ଟି: ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାଜ୍ୟରେ….

ଭୁବନେଶ୍ୱର,୮ା୪(ବନ୍ଦନା ସେଠୀ):ଓଡ଼ିଶା ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଉପରବାୟୁ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଘୂର୍ଣ୍ଣିବଳୟଟି ସମୁଦ୍ର ପତ୍ତନଠାରୁ ୦.୯ କିମି ଉଚ୍ଚତାରେ ରହିଛି। ଏହାସହ ଏକ…

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri