Posted inଭଦ୍ରକ

ଲୋକନୃତ୍ୟରେ ଦୁଲୁକିଲା ମଞ୍ଚ

ଭଦ୍ରକ ଅଫିସ, ୨୧।୧୨- ଭଦ୍ରକରେ ଚାଲିଥିବା ରାଜ୍ୟସ୍ତରୀୟ ଯୁବ ମହୋତ୍ସବର ଶୁକ୍ରବାର ଥିଲା ୩ୟ ଦିବସ। ଏଥିପାଇଁ ନେହେରୁ ଷ୍ଟାଡିୟମ, ଶହୀଦ ସ୍ମୃତି ଭବନ, ସଂସ୍କୃତି ଭବନ ସମେତ ଜିଲା ସ୍କୁଲ ପରିସର ବେଶ୍‌ ଚଳଚଞ୍ଚଳ ହୋଇଥିଲା। ମୁଖ୍ୟତଃ ନେହେରୁ ଷ୍ଟାଡିୟମ ପରିସରରେ ୧୫ଟି ଜିଲାର ଲୋକନୃତ୍ୟ ପ୍ରତିଯୋଗିତା ହେଉଥିବାରୁ ହଜାର ହଜାର ପ୍ରତିଯୋଗୀ ଓ ଦେଖଣାହାରୀଙ୍କ ଭିଡ଼ ଦେଖିବାକୁ ମିଳିଥିଲା। ଲୋକନୃତ୍ୟରେ ମଞ୍ଚ ଦୁଲୁକିଥିଲା। ସନ୍ଧ୍ୟାରୁ ବିଳମ୍ବିତ ରାତି ପର୍ଯ୍ୟନ୍ତ ଦର୍ଶକଙ୍କ ଭିଡ଼ ଜମିଥିଲା। ଟାଉନହଲ ପରିସରରେ ନାଟକ ପ୍ରତିଯୋଗିତା, ସଂସ୍କୃତି ଭବନ ଉପରମହଲାରେ ଭାରତ ନାଟ୍ୟମ୍‌, କଥକ, କୁଚିପୁଡ଼ି ଓ ମଣିପୁରୀ, ତଳମହଲାରେ ହାର୍‌ମୋନିୟମ, ତବଲା, ଜିଲା ସ୍କୁଲରେ ବକ୍ତୃତା ଓ ମୃଦଙ୍ଗ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ବିଚାରକ ଭାବେ ୨୫ ଜଣ ଦାୟିତ୍ୱ ତୁଲାଇଥିଲେ। ଜିଲାର ବଛା ବଛା ଅଧିକାରୀଙ୍କୁ ସମସ୍ତ କାର୍ଯ୍ୟ ପରିଚାଳନା ଦାୟିତ୍ୱ ଦିଆଯାଇଛି। ଏହିଭଳି ଶନିବାର ପୂର୍ବାହ୍ନରେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇ ସନ୍ଧ୍ୟାରେ ଉଦ୍‌ଯାପନୀ ଉତ୍ସବରେ କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯିବ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଛ ଯାଆଁଳ ନେବାକୁ କହି ଡକାୟତି, ଘରେ ପଶି ଲୁଟିନେଲେ ସୁନା ଗହଣା ସହ ଟଙ୍କା

ଭଦ୍ରକ,୪।୮(ସନାତନ ରାଉତ): ଭଦ୍ରକ ଗ୍ରାମଞ୍ଚଳ ଥାନା ଅନ୍ତର୍ଗତ ଜଗଦଳପୁର ପଞ୍ଚଯାତର ଜୁଡ଼ାଗଡିଆ ଗ୍ରାମରେ ଏକ ବଡ଼ ଧରଣର ଡ଼କାୟତି ହୋଇଛି । ଗ୍ରାମର ନିରଞ୍ଜନ ଶତପଥୀଙ୍କ ଘରକୁ…

ଚା’ ପିଉଥିବା ବେଳେ ବ୍ୟକ୍ତିଙ୍କୁ ଛୁରାମାଡ଼, ଗୁରୁତର ଅବସ୍ଥାରେ ଭଦ୍ରକ ମେଡିକାଲକୁ ସ୍ଥାନାନ୍ତର

ଧାମନଗର,୩।୮(କାଳିନ୍ଦୀ ବେହେରା): ଭଦ୍ରକ ଜିଲା ଧୁଷୁରୀ ଥାନା ଅଧୀନସ୍ଥ କୋଠାର ପଞ୍ଚାୟତ ଅନ୍ତର୍ଗତ ମିର୍ଘାଟକୁଳ ଗ୍ରାମରେ ସୋମବାର ସନ୍ଧ୍ୟାରେ ଏକ ଛୁରାମାଡ଼ ଘଟଣାକୁ ନେଇ ଅଞ୍ଚଳରେ ଉତ୍ତେଜନା…

ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲିଲେ ମନମୋହନ, କ୍ଷତିଗ୍ରସ୍ତଙ୍କୁ ଦେଲେ ଆଶ୍ୱାସନା

ଚାନ୍ଦବାଲି,୩।୮(କିଷାନ ପାତ୍ର): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ସୋମବାର ଭଦ୍ରକ ଜିଲାର ବନ୍ୟା ପ୍ରଭାବିତ ଚାନ୍ଦବାଲି ଅଞ୍ଚଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି। ଖେରଙ୍ଗ ଓ…

ନାଳ ସୁଅରେ ଭାସି ଚାଲିଗଲା ଚାଷୀଙ୍କ ଜୀବନ, କ୍ଷତିପୂରଣ ଦାବି ତେଜିଲା

ବାସୁଦେବପୁର,୩।୮(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ସୁଦର୍ଶନପୁର ପଞ୍ଚାୟତ ଦୁବ ନାଳରୁ ସୋମବାର ଜଣେ ଚାଷଙ୍କ ମୃତଦେହ ଅଗ୍ନିଶମ କର୍ମଚାରୀ ଉଦ୍ଧାର କରିଛନ୍ତି। ମୃତ…

ବଡ଼ଓସ୍ତିଆ ପଞ୍ଚାୟତର ହଜାର ହଜାର ହେକ୍ଟର ଚାଷଜମି ଜଳମଗ୍ନ, କୃଷି ଋଣ ଛାଡ଼ ଦାବି

ଚାନ୍ଦବାଲି,୨।୮(କିଷାନ ପାତ୍ର): ଲଗାଣ ବର୍ଷା ଓ ବୈତରଣୀ ନଦୀର ବନ୍ୟା ଜଳ ମାଡ଼ି ଆସି ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ବଡ଼ଓସ୍ତିଆ ପଞ୍ଚାୟତର ଅନେକ ଅଞ୍ଚଳ…

ବନ୍ୟା ବିପନ୍ନଙ୍କ ପାଖରେ ପହଞ୍ଚିଲା ରିଲିଫ୍‌, ସାଉଣ୍ଟିଲେ ପ୍ରଶଂସା

ଚାନ୍ଦବାଲି,୨।୮(କିଷାନ ପାତ୍ର): ଭଦ୍ରକ ଜିଲା ଭାଜପା ମହିଳା ମୋର୍ଚ୍ଚା ସମ୍ପାଦିକା ସ୍ବାଗତିକା ପଲାଇଙ୍କ ନେତୃତ୍ୱରେ ଚାନ୍ଦବାଲି ବ୍ଲକର ବନ୍ୟା ପ୍ରଭାବିତ ମାଧପୁର, ଭୂଇଁବୃତ୍ତି, ଘଟପୁର, ଆରଡ଼ି, ଓଲଗ,…

Odisha Floods: ବନ୍ୟାଞ୍ଚଳ ବୁଲିଲେ ଜିଲାପାଳ, ସ୍ଥିତି ଅନୁଧ୍ୟାନ କରି…

ଚାନ୍ଦବାଲି,୨ା୮(କିଷାନ ପାତ୍ର): ଭଦ୍ରକ ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଚାନ୍ଦବାଲି ବ୍ଲକର ବନ୍ୟା ପ୍ରଭାବିତ ଅଞ୍ଚଳ ଗସ୍ତ କରି ସ୍ଥିତିର ସମୀକ୍ଷା କରିଛନ୍ତି। ବନ୍ୟାଜଳ ଘେରାଉ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri