ଲୋକମାନ୍ୟ ତିଳକ ଏକ୍ସପ୍ରେସ ଦୁର୍ଘଟଣାର ହେବ ଉଚ୍ଚସ୍ତରୀୟ ତଦନ୍ତ, ଆହତଙ୍କୁ ମିଳିବ ସହାୟତା

କଟକ ଅଫିସ,୧୬।୧: ମୁମ୍ବାଇ-ଭୁବନେଶ୍ୱର ଲୋକମାନ୍ୟ ତିଲକ ଏକ୍ସପ୍ରେସ ଦୁର୍ଘଟଣା ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ହେବ। ଏ ନେଇ ସ୍ବତନ୍ତ୍ର ଟିମ୍‌ ଗଠନ କରାଯାଇଥିବା ଇଷ୍ଟକୋଷ୍ଟ ରେଲଓ୍ବେ ମୁଖ୍ୟ ଲୋକ ସମ୍ପର୍କ ଅଧିକାରୀ ଜେ.ପି. ମିଶ୍ର ସୂଚନା ଦେଇଛନ୍ତି। ତେବେ କୁହୁଡ଼ି ପାଇଁ ଅଥବା ଅନ୍ୟ କାରଣ ପାଇଁ ଟ୍ରେନ୍‌ ଲାଇନଚ୍ୟୁତ ହୋଇଛି ତାହାର ତଦନ୍ତ କରାଯିବ। ଏହା ସିଗ୍‌ନାଲ ସମସ୍ୟା କି ମନୁଷ୍ୟକୃତ ତାହାର ତଦନ୍ତ ହେବ। ଟ୍ରେନ୍‌ରେ ସ୍ବତନ୍ତ୍ର ସ୍ପିଡୋମିଟର ଲାଗିଛି। ଅଟୋମେଟିକ୍‌ ସିଗ୍‌ନାଲ ଟେରିଟୋରିରେ ୨ ଟ୍ରେନ୍‌ ଯାଇପାରିବ ବୋଲି ସେ କହିଛନ୍ତି। ଅପରପକ୍ଷେ ଆହତଯାତ୍ରୀମାନଙ୍କୁ ରେଲଓ୍ବେ ପକ୍ଷରୁ ସହାୟତା ଦିଆଯିବ। ଟ୍ରେନ୍‌ରେ ଥିବା ଅନ୍ୟ ଯାତ୍ରୀଙ୍କ ପାଇଁ ୨ଟି ବସ୍‌ ବ୍ୟବସ୍ଥା କରାଯାଇଛି। ସେମାନଙ୍କୁ ଗନ୍ତବ୍ୟ ସ୍ଥଳରେ ପହଞ୍ଚାଇବା ପାଇଁ ସବୁ ବନ୍ଦୋବସ୍ତ ହୋଇଛି। ସେହଭିଳି ଦୁର୍ଘଟଣା ପରେ ଉଦ୍ଧାର କାର୍ଯ୍ୟରେ ସ୍ଥାନୀୟ ଲୋକେ ତ୍ୱରିତ ସହାୟତା କରିଥିବାରୁ ସିପିଆର୍‌ଓ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୩ ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରୀ: ଜାଣନ୍ତୁ କାହା ଉପରେ ବାଜିଲା ମୋହର

ଭୁବନେଶ୍ୱର, ୧୩।୭: ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୭ଟି ବିଭାଗର ମୋଟ ୧୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି। କ୍ୟାବିନେଟ୍‌ ବୈଠକ ପରେ ମୁଖ୍ୟ ସଚିବ ଅନୁ ଗର୍ଗ…

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

ଆସିଲା ବଡ଼ ଖବର, ଏଟିଏମ୍‌ ସାମ୍ନାରେ ପୁଣି ଲାଗିପାରେ ଲମ୍ବା ଲାଇନ୍! ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୧୪ା୭: ଉତ୍ତର ପ୍ରଦେଶ, ଦିଲ୍ଲୀ ଏବଂ ହରିୟାଣା ସମେତ ଦେଶର ଅନେକ ରାଜ୍ୟରେ ATM କ୍ୟାସ୍ ରିଫିଲ୍ କର୍ମଚାରୀମାନେ ଧର୍ମଘଟ ଆରମ୍ଭ କରିଛନ୍ତି। ଏହି ଧର୍ମଘଟ କାହିଁକି…

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କୋଭିଡକୁ ନେଇ ସରକାର…

ଭୁବନେଶ୍ୱର,୧୪।୭: କୋଭିଡ ମୁକାବିଲା ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କୋଭିଡକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ, ସରକାର ସଜାଗ ଅଛନ୍ତି।…

କେସିଙ୍ଗା ମହାବିଦ୍ୟାଳୟରେ ବନମହୋତ୍ସବ ପାଳିତ: ବିଭିନ୍ନ ପ୍ରଜାତିର ବୃକ୍ଷ ରୋପଣ

କେସିଙ୍ଗା,୧୪।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ଅନ୍ୟତମ ସରକାରୀ ଅଗ୍ରଣୀ ଶିକ୍ଷନୁଷ୍ଠାନ କେସିଙ୍ଗା ମହାବିଦ୍ୟାଳୟ ପରିସର ମଧ୍ୟରେ ଯୁବ ରେଡକ୍ରସ (YRC) ଓ ରାଷ୍ଟ୍ରୀୟ ସେବା ଯୋଜନା (NSS)…

କୁଲାଡ ରଥଯାତ୍ରା ପାଇଁ ସମୀକ୍ଷା: ପୂର୍ତ୍ତ ବିଭାଗ ପକ୍ଷରୁ ସୁରକ୍ଷା ପ୍ରମାଣପତ୍ର ପ୍ରଦାନ

ଭଞ୍ଜନଗର,୧୪।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ କୁଲାଡ ରଥଯାତ୍ରା ଶହ ଶହ ବର୍ଷ ଧରି ପାଳିତ ହୋଇ ଆସୁଛି। ଭଞ୍ଜ ରାଜବଂଶ ପକ୍ଷରୁ ଉକ୍ତ ଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri