ଲୋକଲଜ୍ଜା ସହି ନ ପାରି ଯୁବତୀଙ୍କ ଆତ୍ମହତ୍ୟା

ନାଉଗାଁ,୮ା୧୧(ସ୍ବ.ପ୍ର.): ଜଗତସିଂହପୁର ଜିଲା ନାଉଗାଁ ଥାନା ଅଞ୍ଚଳର ଜଣେ ଯୁବତୀ ଲୋକଲଜ୍ଜା ସହି ନ ପାରି ଗୁରୁବାର ରଶିଲଗାଇ ଆତ୍ମହତ୍ୟା କରିଛନ୍ତି। ଏନେଇ ଯୁବତୀଙ୍କ ମା’ ତାଙ୍କ ଝିଅକୁ ହଇରାଣ କରୁଥିବା ଯୁବକଙ୍କ ବିରୋଧରେ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ପୋଲିସ ଏକ ଅପମୃତ୍ୟୁ ମାମଲା ନଂ-୧୬୫/୧୯ରୁଜୁ କରି ତଦନ୍ତ ଆରମ୍ଭ କରିଛି।
ଯୁବତୀଙ୍କ ମା’ ଅଭିଯୋଗରେ ଦର୍ଶାଇଛନ୍ତି ଯେ, ତିରୁଣା ପଞ୍ଚାୟତ ତେଣ୍ଟୋଇ ଗ୍ରାମର ଦୀପକ ବେହୁରା ନାମକ ଯୁବକ ବିଭିନ୍ନ ସମୟରେ ତାଙ୍କ ଝିଅକୁ ହଇରାଣ କରୁଥିଲେ। ଉଭୟ ଦମ୍ପତି ମଜୁରୀ ଲାଗିବାକୁ ଦୈନିକ ପଳାଉଥିବାରୁ ସମ୍ପୃକ୍ତ ଯୁବକ ଆସି ଯୁବତୀଙ୍କୁ ହଇରାଣ କରୁଥିଲେ। ପରେ ଘଟଣା ସମ୍ପର୍କରେ ଯୁବତୀ ଘର ଲୋକଙ୍କୁ କହିଥିଲେ। ଜାନୁୟାରୀ ୨୦୧୮ରେ ଏସଂକ୍ରାନ୍ତରେ ପରିବାର ପକ୍ଷରୁ ଗାରୋଇ ଫାଣ୍ଡି ଓ ପରେ ନାଉଗଁା ଥାନାରେ ଅଭିଯୋଗ କରାଯାଇଥିଲା। ମାତ୍ର ସେତବେଳେ ଥାନା ପକ୍ଷରୁ କୌଣସି ଆଖିଦୃଶିଆ ପଦକ୍ଷେପ ଗ୍ରହଣ କରାଗଲା ନାହିଁ। ଫଳରେ ଗ୍ରାମବାସୀ ବୈଠକ କରି ଏହାର ସମାଧାନ କରିଥିଲେ। ଯୁବକ ଏପରି ଆଉ କରିବେ ନାହିଁ ବୋଲି ଲିଖିତଭାବେ ଜଣାଇଥିଲେ। କିନ୍ତୁ ପରବର୍ତ୍ତୀ ସମୟରେ ସେ ପୁଣି ଯୁବତୀଙ୍କୁ ବିଭିନ୍ନ ସମୟରେ ହଇରାଣ କରିବା ଆରମ୍ଭ କରି ଦେଇଥିଲେ। ଏପରି କି ଯୁବତୀଙ୍କ ଏକ ଅଶ୍ଳୀଳ ଫଟୋ ଉଠାଇ ତାଙ୍କ ଘର କାନ୍ଥରେ ଲଗାଇଥିଲେ। ଏହାଦେଖି ଯୁବତୀ ଓ ତାଙ୍କ ପରିବାର ଆତଙ୍କିତ ହୋଇ ପଡ଼ିଥିଲେ। ଫଳରେ ଯୁବତୀଙ୍କୁ ପରିବାର ଲୋକେ ନେଇ ଅନ୍ୟତ୍ର ରଖିଥିଲେ। ସେଠାରେ ମଧ୍ୟ ସମ୍ପୃକ୍ତ ଯୁବକ ପହଞ୍ଚତ୍ ହଇରାଣ କରିବାକୁ ଲାଗିଥିଲେ। ତେଣୁ ସେଠାରୁ ପରିବାର ଲୋକେ ଯୁବତୀଙ୍କୁ ଆଣି ବାହାଘର କରିଦେବାକୁ ଉଦ୍ୟମ କରିଥିଲେ। ଏପରି ଘଟଣା ବିଭିନ୍ନ ସମୟରେ ଘଟୁଥିବାରୁ ଯୁବତୀ ମାନସିକ ଚାପରେ ଥିଲେ। ଗୁରୁବାର ସକାଳେ ଘରର କବାଟ ବନ୍ଦ କରି ରଶି ଲଗାଇ ଆମତ୍ହତ୍ୟା କରିଥିଲେ। ଝିଅ ଭିତରୁ କବାଟ ବନ୍ଦ କରି ଦେଇଥିବାରୁ ପରିବାର ଲୋକେ କାବାଟ ଭାଙ୍ଗି ତାଙ୍କୁ ଉଦ୍ଧାର କରିଥିଲେ। ସେତେବେଳେକୁ ତାଙ୍କର ମୃତ୍ୟୁ ହୋଇ ଯାଇଥିଲା। ଅଭିଯୋଗ ପାଇବା ପରେ ଥାନାଧିକାରୀ ପ୍ରଜ୍ଞା ରିତାମ୍ବର କର ଘଟଣାସ୍ଥଳରେ ପହଞ୍ଚତ୍ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଥିଲେ। ଏ ସମ୍ପର୍କରେ ଥାନାଧିକାରୀ କର କହିଛନ୍ତି, ଘଟଣାର ତଦନ୍ତ ଆରମ୍ଭ ହୋଇଛି। ବ୍ୟବଚ୍ଛେଦ ରିପୋର୍ଟ ଓ ତଦନ୍ତ ପରେ ମୃତ୍ୟୁର କାରଣ ସ୍ପଷ୍ଟ ହେବ। ଏହାପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?