ଲୋକାଲ ଫ୍ଲାପ୍‌ ଟିସ୍ୟୁ ବ୍ୟବହାର ଦ୍ୱାରା ବିରଳ ଅସ୍ତ୍ରୋପଚାର

ଭୁବନେଶ୍ୱର, ୧୬।୧୧(ବ୍ୟୁରୋ): ଲୋକାଲ ଫ୍ଲାପ୍‌ ଟିସ୍ୟୁ ବ୍ୟବହାର କରି ସଡ଼କ ଦୁର୍ଘଟଣାରେ ଗୁରୁତର ଆହତ ଜଣେ ବ୍ୟକ୍ତିଙ୍କ ଏକ ବିରଳ ଅସ୍ତ୍ରୋପଚାର କରାଯାଇଛି। ବି.ଆର. ଲାଇଫ୍‌ କଳିଙ୍ଗ ହସ୍ପିଟାଲରେ ହୋଇଥିବା ଏହି ଅସ୍ତ୍ରୋପଚାରରେ ତାଙ୍କ ଜୀବନ ରକ୍ଷା ହେବାସହ ନାକ ଏବଂ ଓଠର ପୁନଃଗଠନ ସମ୍ଭବ ହୋଇଛି। ବଣ୍ଡମୁଣ୍ଡାରେ ରହୁଥିବା ୩୦ବର୍ଷୀୟ ବ୍ରହ୍ମାନନ୍ଦ ଗିରି ନିକଟରେ ନିଜ ବାଇକରେ ଯାଉଥିବାବେଳେ ଦୁର୍ଘଟଣାର ଶିକାର ହୋଇଥିଲେ। ହେଲମେଟ୍‌ ପିନ୍ଧିଥିବାରୁ ଦୁର୍ଘଟଣାରୁ ବର୍ତ୍ତିଯାଇଥିଲେ ମଧ୍ୟ ମୁହଁ, ଛାତି ଓ ମୂତ୍ରାଶୟରେ ଗଭୀର ଆଘାତ ଲାଗିଥିଲା। ନାକ, ଓଠ ଏବଂ ଉପର ଓ ତଳ ଥୋଡ଼ି ନଷ୍ଟ ହୋଇଯାଇଥିବାବେଳେ ମୁହଁ ଓ ଖପୁରିର ତଳ ଭାଗରୁ ଗଭୀର ରକ୍ତସ୍ରାବ ହେଉଥିଲା। ଅବସ୍ଥା ସଙ୍କଟାପନ୍ନ ଥିବାରୁ ହସ୍ପିଟାଲର ଜରୁରିକାଳୀନ ବିଭାଗରେ ଚିକିତ୍ସା କରାଯାଇଥିଲା। ଅଧିକ ରକ୍ତସ୍ରାବ କାରଣରୁ ବ୍ରହ୍ମାନନ୍ଦଙ୍କୁ ୬ଘଣ୍ଟା ପର୍ଯ୍ୟନ୍ତ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ରଖାଯିବା ପରେ ପ୍ଲାଷ୍ଟିକ୍‌ ଓ କସମେଟିକ୍‌ ସର୍ଜରି ବିଭାଗ ବରିଷ୍ଠ ପରାମର୍ଶଦାତା ଡା. ଅକ୍ଷୟ ରାଉତ ତାଙ୍କ ମୁହଁରେ ସୁଧାରତ୍ମକ ସର୍ଜରି କରିଥିଲେ। ମୁହଁ ଓ ନାକର ହାଡ଼ ନଷ୍ଟ ହୋଇଯାଇଥିବାରୁ ସର୍ଜରି ଦ୍ୱାରା ଲୋକାଲ ଫ୍ଲାପ୍‌ ଟିସ୍ୟୁ ବ୍ୟବହାର କରି ତାଙ୍କ ନାକ ପୁନଃଗଠନ ହୋଇଥିଲା। ଏହାସହ ଓଠ ଏବଂ ଉଭୟ ଥୋଡ଼ିକୁ ସଜଡ଼ାଯାଇଥିଲା। ବ୍ରହ୍ମାନନ୍ଦ ତାଙ୍କ ପରିବାରର ଏକମାତ୍ର ରୋଜଗାରକ୍ଷମ ବ୍ୟକ୍ତି ହୋଇଥିବାବେଳେ ସମ୍ପୂର୍ଣ୍ଣ ସୁସ୍ଥ ହୋଇଥିବା ଯୋଗୁ ଚିକିତ୍ସା କରିଥିବା ଡାକ୍ତର ଏବଂ ହସ୍ପିଟାଲକୁ ନେଇଥିବା ଲୋକମାନଙ୍କୁ ସେ କୃତଜ୍ଞତା ଜ୍ଞାପନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

ଚାଇନାକୁ ପାନେ ଦେବ ଭାରତ: ଇରାନ ମଡେଲ୍‌କୁ ଆପଣାଇ…

ନୂଆଦିଲ୍ଲୀ,୧୦।୪: ସୀମିତ ସମ୍ବଳ ସତ୍ତ୍ୱେ ଏକ ସଂକୀର୍ଣ୍ଣ ସମୁଦ୍ର କରିଡର (ଚୋକପଏଣ୍ଟ)କୁ କିପରି ଏକ ରଣନୈତିକ ଅସ୍ତ୍ରରେ ପରିଣତ କରାଯାଇପାରିବ ତାହା ଇରାନ ବିଶ୍ୱକୁ ଦେଖାଇଛି। ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri