ଲୋକେ ଧରିଲେ ଗୋରୁ ବୋଝେଇ ଗାଡ଼ିି: ଆସିଲାନି ପୋଲିସ, ଗୋରୁ ଫିଟେଇ ଛାଡିଦେଲେ ଗୋଚାଲାଣକାରୀଙ୍କୁ

ନୟାଗଡ ଅଫିସ/ରଣପୁର, ୮।୩(ସ୍ବ.ପ୍ର.)- ନୟାଗଡ ଜିଲା ରଣପୁର ବ୍ଲକ ଗଉଡିଆପଡା ରଣପୁର ରାସ୍ତାର ଗଉଡିଆପଡାଠାରେ ଶୁକ୍ରବାର ସନ୍ଧ୍ୟା ୬ଟାରେ କେତେକ ଯୁବକ ୨ଟି ଟାଟା ଏସିଇ ଗାଡିରେ ବୋଝେଇ ୧୧ ଗୋରୁ ଉଦ୍ଧାର କରିଥିଲେ । ସେଥିରେ ଥିବା ୭ ଷଣ୍ଢ ଓ ୪ଗାଈଙ୍କୁ ଚାଲାଣ କରାଯାଉଥିଲା । କିଛି ସଂଖ୍ୟାଲଘୁ ସମ୍ପ୍ରଦାୟର ବ୍ୟକ୍ତି ଏହି ଗୋଚାଲାଣ କରୁଥିଲେ । ରଣପୁର ଥାନା ପୋଲିସକୁ ଏ ସମ୍ପର୍କରେ ଖବର ଦିଆଯାଇଥିଲା। ଗୋରୁ ବୋଝେଇ ଗାଡି ସହ ଗୋଚାଲାଣକାରୀଙ୍କୁ ପ୍ରାୟ ୩ ଘଣ୍ଟା ଧରି ଅଟକାଇ ରଖାଯାଇଥିଲା। ହେଲେ ପୋଲିସ ଆସୁଛି କହି ଆସି ନ ଥିଲା । ଫଳରେ ଯୁବକମାନେ ଉତ୍ତେଜିତ ହୋଇ ଗୋରୁଙ୍କୁ ଫିଟେଇ ଦେଇଥିଲେ । ଆଗକୁ ଆଉ ଗୋଚାଲାଣ ନ କରିବାକୁ ପରାମର୍ଶ ଦେଇ ଗୋଚାଲାଣକାରୀ ଓ ଗାଡିକୁ ଛାଡି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ଦୁର୍ଘଟଣା: ଏକାବେଳକେ ୨ ବାଇକ୍‌କୁ ଧକ୍କା ଦେଲା କାର୍‌,ପରେ…

ଗଞ୍ଜାମ,୨୨।୧୨(ଅନାଥ ତରାଇ): ଗଞ୍ଜାମ ବ୍ଲକ ପୋଇରାସୀ ପଞ୍ଚାୟତର କାଇଁଚପୁର ନିକଟରେ ସୋମବାର ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର (ନଂ ଓଡ଼ି୦୭ଏପି୪୪୩୩) ଦୃତ ଗତିରେ ଆସି...

ସଫେଇ କରିବାକୁ କହି ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟିନେଲେ ଯୁବକ, ଆଉ ତା’ପରେ…

ବଲାଙ୍ଗୀର, ୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡାଠାରେ ସଫେଇ ନାଁରେ ଦୁଇ ଜଣ ଯୁବକ ଜଣେ ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟି ଫେରାର୍‌ ହୋଇଯାଇଛନ୍ତି।...

ହୋଟେଲ ଭମର୍ସ ସିଲ୍‌ କଲା ପୌର ପ୍ରଶାସନ

ବଲାଙ୍ଗୀର,୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୌର ପ୍ରଶାସନ ପକ୍ଷରୁ ସୋମବାର ସ୍ଥାନୀୟ ହୋଟେଲ ଭମର୍ସକୁ ସିଲ୍‌ କରାଯାଇଛି। ପୌର ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କ...

ଆଉ ୨ ଦିନ ପରେ କ୍ରିସ୍‌ମାସ

ଭୁବନେଶ୍ୱର,୧୯ା୧୨- ଆସନ୍ତା ୨୫ ତାରିଖ ଗୁରୁବାର ବଡ଼ଦିନ ବା କ୍ରିସ୍‌ମସ। ଭୁବନେଶ୍ୱରରେ ଥିବା କ୍ୟାଥୋଲିକ୍‌ ଓ ବାପଟିଷ୍ଟ ଚର୍ଚ୍ଚରେ ଖ୍ରୀଷ୍ଟ ଧର୍ମାବଲମ୍ୱୀମାନେ ଏକାଠି ହୋଇ ପ୍ରଭୁ...

ସମ୍ବିତଙ୍କୁ ସମର୍ଥନ କଲେ ପ୍ରମିଳା ମଲ୍ଲିକ, କହିଲେ ପାଣ୍ଡିଆନ୍‌ ଆମ….

ଭୁବନେଶ୍ୱର,୨୨।୧୨:  ପାଣ୍ଡିଆନଙ୍କୁ ନେଇ ବିଜେଡି ନେତା ସମ୍ବିତ ରାଉତରାୟ ଦେଇଥିବା ବୟାନକୁ ସମର୍ଥନ କଲେ ବିରୋଧୀଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ । ସମ୍ବିତ ଯାହା...

ରାଜନୀତିକୁ ସରଗରମ କରୁଛି ଲୁଲୁ-ବୁଲୁଙ୍କ ବୟାନବାଜି

ଭଦ୍ରକ,୨୨।୧୨(ସନାତନ ରାଉତ):ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି ସାମଲ(ଲୁଲୁ) ଓ କଂଗ୍ରେସର ଯୁବନେତା ଅସିତ୍‌ ପଟ୍ଟନାୟକ(ବୁଲୁ)ଙ୍କ ବୟାନବାଜି ଭଦ୍ରକ ରାଜନୀତିକୁ ସରଗରମ କରୁଛି। ଲୁଲୁ...

ବ୍ୟାଙ୍କରୁ ବଡ଼ ଧରଣର ଲୁଟ୍‌

ପାଟଣାଗଡ଼,୨୨।୧୨: ବଲାଙ୍ଗୀର ଜିଲା ବେଲପଡ଼ା ଥାନା ପାର୍ଲିମାଲ ଗାଁରେ ଥିବା ଏକ ରାଷ୍ଟ୍ରାୟତ୍ତ ବ୍ୟାଙ୍କରୁ ଏକ ବଡ଼ ଧରଣର ଲୁଟ୍‌ ହୋଇଥିବା ଅଭିଯୋଗ ହୋଇଛି। ଦୁର୍ୱୃତ୍ତମାନେ...

ବିନା ଅଧ୍ୟାପକରେ ଚାଲିଛି ଶିକ୍ଷାଦାନ: ଏକମାତ୍ର ସରକାରୀ ମହିଳା ମହାବିଦ୍ୟାଳୟ ଅବହେଳିତ

ଭବାନୀପାଟଣା, ୨୨ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ସର୍ବପୁରାତନ ଏକମାତ୍ର ସରକାରୀ ମହିଳା ମହାବିଦ୍ୟାଳୟ ମୁଖ୍ୟାଳୟ ଭବାନୀପାଟଣା ସହରରେ ଥାଇ ମଧ୍ୟ ଅବହେଳିତ ହୋଇପଡିଛି। ୪୫ବର୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri