Posted inଖେଳ

ଶକିବଙ୍କ ବାସନ୍ଦ ନେଇ ବାଂଲାଦେଶରେ ବିକ୍ଷୋଭ

ଢାକା, ୩୧।୧୦(ଏଏଫ୍‌ପି)- ତାରକା ଅଲରାଉଣ୍ଡର ଶକିବ ଅଲ ହାସନଙ୍କୁ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଦୁଇ ବର୍ଷ ବାସନ୍ଦ କରିବା ପରେ ବାଂଲାଦେଶରେ ତାଙ୍କ ସମର୍ଥନରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ତାଙ୍କୁ ଲାଞ୍ଚ ନେବାକୁ ପ୍ରସ୍ତାବ ଦିଆଯାଇଥିଲେ ମଧ୍ୟ ସେ ଏ ନେଇ ଆଇସିସିକୁ ଅବଗତ କରାଇ ନ ଥିଲେ। ଫଳରେ ତାଙ୍କ ବିରୋଧରେ ଆଇସିସି ଏହି କଡ଼ା ପଦକ୍ଷେପ ନେଇଛି। ତେବେ ଏହା ପରେ ବାଂଲାଦେଶରେ ବହୁ ସଂଖ୍ୟକ ଲୋକ ତାଙ୍କ ସମର୍ଥନରେ ବିକ୍ଷୋଭ ପ୍ରଦର୍ଶନ କରି ଆଇସିସିକୁ କଡ଼ା ସମାଲୋଚନା କରିଛନ୍ତି। ଶକିବଙ୍କ ଘରୋଇ ସହର ମଗୁରାରେ ୭୦୦ ଲୋକ ରାସ୍ତା ଉପରକୁ ଓହ୍ଲାଇ ବିଭିନ୍ନ ସ୍ଳୋଗାନ ଦେଇ ବିକ୍ଷୋଭ ପ୍ରଦର୍ଶନ କରିଥିଲେ ବୋଲି ପୋଲିସ କହିଛି। ବିକ୍ଷୋଭକାରୀ ମାନେ ପ୍ଲାକାର୍ଡ ଧରିଥିଲେ ଓ ଏଥିରେ ଶକିବଙ୍କ ବିରୋଧରେ ଷଡଯନ୍ତ୍ର ହୋଇଛି ବୋଲି ଲେଖାଯାଇଥିଲା। ବାଂଲାଦେଶର ଟେଷ୍ଟ ଓ ଟି୨୦ ଅଧିନାୟକ ରହିଥିବା ଶକିବ ବାସନ୍ଦ ହେବା କାରଣରୁ ଦଳ ସହ ଭାରତ ଗସ୍ତରୁ ବଞ୍ଚିତ ହୋଇଛନ୍ତି। ସେ ଆସନ୍ତା ବର୍ଷ ଅକ୍ଟୋବର ୨୯ରେ ପ୍ରତ୍ୟାବର୍ତ୍ତନ କରିବେ। ତେବେ ସେ ଆସନ୍ତାବର୍ଷ ଅକ୍ଟୋବର ୮ରୁ ଅଷ୍ଟ୍ରେଲିଆରେ ଆରମ୍ଭ ହେବାକୁ ଥିବା ଟି୨୦ ବିଶ୍ୱକପ୍‌ରେ ଅଂଶଗ୍ରହଣ କରିପାରିବେ ନାହିଁ ବୋଲି ସ୍ପଷ୍ଟ କରାଯାଇଛି।
ଶକିବ ଏପର୍ଯ୍ୟନ୍ତ ୫୬ଟି ଟେଷ୍ଟ, ୨୦୬ଟି ଦିନିକିଆ ଓ ୭୬ଟି ଟି୨୦ ମ୍ୟାଚ୍‌ ଖେଳିଛନ୍ତି। ବାସନ୍ଦ ହେବା ପରେ ଶକିବ ଏମ୍‌ସିସି ଓ୍ବାଲର୍‌ଡ କ୍ରିକେଟ କମିଟିରୁ ଇସ୍ତଫା ଦେଇଛନ୍ତି। ଭାରତ ଗସ୍ତରେ ବାଂଲାଦେଶ ୨ଟି ଟେଷ୍ଟ ଓ ୩ଟି ଟି୨୦ ମ୍ୟାଚ୍‌ ଖେଳିବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଲଡର୍‌ସରେ ଗାଙ୍ଗୁଲିଙ୍କ ସେଲିବ୍ରେଶନକୁ ପୁଣି ଦୋହରାଇଲେ ଭାରତୀୟ ଖେଳାଳି

ଲଣ୍ଡନ,୨୦ା୮: ଲଡର୍‌ସ କ୍ରିକେଟ ଗ୍ରାଉଣ୍ଡରେ ଗୁରୁବାର ଖେଳାଯାଇଥିବା ସପ୍ତମ ତଥା ଅନ୍ତିମ ମିକ୍ସଡ୍‌ ଭିନ୍ନକ୍ଷମ ଟି୨୦ ଅନ୍ତର୍ଜାତୀୟ ମ୍ୟାଚ୍‌ରେ ଇଂଲଣ୍ଡକୁ ୧୧୮ ରନରେ ହରାଇ ଭାରତ ବିଜୟ…

ବୈଭବଙ୍କ ପାଇଁ ବଡ଼ ସୁଯୋଗ, ଟିମ ଇଣ୍ଡିଆ ପୂର୍ବରୁ ଦୁଲୀପ ଟ୍ରଫିରେ ଖେଳିବେ, BCCI ଘୋଷଣା କଲା ପୂରା ସୂଚୀ

ନୂଆଦିଲ୍ଲୀ, ୨୦।୮: ବୈଭବ ସୂର୍ଯ୍ୟବଂଶୀ ଭାରତୀୟ T20I ଟିମର ଜଣେ ଗୁରୁତ୍ୱପୂର୍ଣ୍ଣ ଖେଳାଳି ପାଲଟିଛନ୍ତି। ସେପ୍ଟେମ୍ବରରେ ଆଫଗାନିସ୍ତାନ ବିପକ୍ଷ T20I ସିରିଜ ଜରିଆରେ ସେ ଟିମ ଇଣ୍ଡିଆ…

ପାକିସ୍ତାନ ବିପକ୍ଷରେ କମାଲ! ୫-୫ ୱିକେଟ୍ ନେଲେ ୨ ବୋଲର, ଗୋଟିଏ ବଲ୍‌କୁ ୨ ଭାଗ କରି ବାଣ୍ଟିଲା ଇଂଲଣ୍ଡ

ହେଡିଂଲି,୨୦।୮: ହେଡିଂଲିରେ ଇଂଲଣ୍ଡ ଓ ପାକିସ୍ତାନ ମଧ୍ୟରେ ଚାଲିଥିବା ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ଏକ ଅଜବ ଦୃଶ୍ୟ ଦେଖିବାକୁ ମିଳିଛି । ପାକିସ୍ତାନର ପ୍ରଥମ ପାଳି…

‘IPL ଖେଳ ନାହିଁ, ନଚେତ୍‌…’ ଭାରତୀୟ ଖେଳାଳିଙ୍କୁ ମିଳିଲା ବଡ଼ ଚେତାବନୀ

ନୂଆଦିଲ୍ଲୀ, ୨୦।୮: ମାନବ ସୁତାର ଟିମ ଇଣ୍ଡିଆର ନୂଆ ଷ୍ଟାର ପାଲଟିଛନ୍ତି। ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚରେ ସେ ମୋଟ ୧୦ଟି ଉଇକେଟ୍‌ ନେଇ ଐତିହାସିକ…

ଡିଭିଲିୟର୍ସଙ୍କ ବଡ଼ ବୟାନ; ସଚିନ-ବିରାଟଙ୍କୁ ନେଇ କହିଦେଲେ ଏମିତି, ସବୁଠି ଚର୍ଚ୍ଚା

ନୂଆଦିଲ୍ଲୀ,୨୦।୮: ଦକ୍ଷିଣ ଆଫ୍ରିକାର ‘ମିଷ୍ଟର ୩୬୦ ଡିଗ୍ରୀ’ ଭାବେ ପରିଚିତ ଏବି ଡିଭିଲିୟର୍ସ ଭାରତୀୟ କ୍ରିକେଟର ଦୁଇ ମହାନ ବ୍ୟାଟର ସଚିନ ତେନ୍ଦୁଲକର ଓ ବିରାଟ କୋହଲିଙ୍କୁ…

୨୦ ବର୍ଷ ପରେ କ୍ରିକେଟ୍‌ ଜଗତରେ ଘଟିଲା ଏମିତି: ପରାଜିତ ହେବ ପାକିସ୍ତାନ!

ହେଡିଂଲି,୨୦।୮: ଇଂଲଣ୍ଡ ଏବଂ ପାକିସ୍ତାନ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ ବର୍ତ୍ତମାନ ହେଡିଂଲିରେ ଚାଲିଛି। ପ୍ରଥମ ଦିନରେ ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଥିଲା, ଯାହା ଦୁଇ…

ICC ରାଙ୍କିଂରେ ବଡ଼ ଓଲଟପାଲଟ: ଜୋ ରୁଟଙ୍କୁ ହଟାଇ ବିଶ୍ୱର ନମ୍ବର-୧ ଟେଷ୍ଟ ବ୍ୟାଟ୍ସମ୍ୟାନ ହେଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୨୦।୮: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ତା’ର ସଦ୍ୟତମ ରାଙ୍କିଂ ପ୍ରକାଶ କରିଛି। ହ୍ୟାରି ବ୍ରୁକ ବିଶ୍ୱର ନମ୍ବର-୧ ଟେଷ୍ଟ ବ୍ୟାଟ୍ସମ୍ୟାନ ହୋଇଛନ୍ତି। ତାଙ୍କ ସାଥୀ ଜୋ…

ପାକିସ୍ତାନକୁ ବିଶ୍ୱକପ୍‌ରୁ ବିଦା କଲା ଭାରତ

ନୂଆଦିଲ୍ଲୀ,୧୯।୮: FIH ହକି ବିଶ୍ୱକପ୍ ୨୦୨୬ ର ଏକ ରୋମାଞ୍ଚକର ମ୍ୟାଚ୍‌ରେ ଭାରତୀୟ ପୁରୁଷ ହକି ଦଳ ପାକିସ୍ତାନକୁ ୫-୩ ଗୋଲ୍‌ରେ ପରାସ୍ତ କରି ପରବର୍ତ୍ତୀ ରାଉଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri