ଶକ୍ତିଶାଳୀ ହେଉଛି ‘ଫନୀ’ : ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୨୯।୪(ବ୍ୟୁରୋ)-ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଶ୍ରୀଲଙ୍କା ଉପକୂଳରେ ସୃଷ୍ଟ ବାତ୍ୟା ‘ଫନୀ’ ଧୀରେ ଧୀରେ ଶକ୍ତିଶାଳୀ ହେବାରେ ଲାଗିଛି। ୩୦ତାରିଖ ସୁଦ୍ଧା ‘ଫନୀ’ ଅତି ପ୍ରବଳ ବାତ୍ୟାର ରୂପ ନେବ। ଏହାର ପ୍ରଭାବରେ ଓଡ଼ିଶାର ଦକ୍ଷିଣ ଉପକୂଳରେ ଆସନ୍ତା ୨ରୁ ୩ତାରିଖ ଯାଏ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ୨ ଓ ୩ତାରିଖରେ ରାୟଗଡ଼ା, ଗଜପତି, ଗଞ୍ଜାମ ଓ କୋରାପୁଟ ଜିଲାରେ ବର୍ଷା ହୋଇପାରେ। ସେହିଭଳି ୩ତାରିଖରେ ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ମଧ୍ୟ ପ୍ରବଳ ବର୍ଷା ସମ୍ଭାବନା ରହିଛି। ତେଣୁ ସମୁଦ୍ରରେ ଆନ୍ଧ୍ର ଉପକୂଳ ଯାଏ ନ ଯିବାକୁ ମତ୍ସ୍ୟଜୀବୀମାନଙ୍କୁ ସତର୍କ ଜାରି କରାଯାଇଛି। ‘ଫନୀ’କୁ ଦୃଷ୍ଟିରେ ରଖି ସଜାଗ ରହିବାକୁ ରାଜ୍ୟର ସମସ୍ତ ଜିଲାପାଳଙ୍କୁ ସ୍ବତନ୍ତ୍ର ରିଲିଫ୍‌ କମିଶନର(ଏସ୍‌ଆର୍‌ସି) ବିଷ୍ଣୁପଦ ସେଠୀ ଚିଠି ଲେଖିଛନ୍ତି। ସ୍ଥିତି ଉପରେ ନଜର ରଖିବା ସହିତ ସତର୍କ ରହିବାକୁ ସେ କହିଛନ୍ତି। ଏଥିସହିତ ସମସ୍ତ ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳୀ ସହ ଯୋଗାଯୋଗ ବ୍ୟବସ୍ଥାକୁ ଯାଞ୍ଚ କରି ପ୍ରସ୍ତୁତ ରହିବାକୁ ଚିଠିରେ ଉଲ୍ଲେଖ କରାଯାଇଛି।

ରବିବାର ଅପରାହ୍ନ ସାଢ଼େ ୨ଟା ସୁଦ୍ଧା ‘ଫନୀ’ ଚେନ୍ନାଇଠାରୁ ୧୦୮୦ କିଲୋମିଟର ଏବଂ ମଚ୍ଛିଲିପଟ୍ଟନମ୍‌ ଉପକୂଳରୁ ୧୨୬୫ କିଲୋମିଟର ଦୂରରେ ରହିଥିଲା। ଘଣ୍ଟାକୁ ଏହା ୩ କିଲୋମିଟର ବେଗରେ ଗତି କରୁଛି। ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଏହା ଭୟଙ୍କର ସାମୁଦ୍ରିକ ଝଡ଼ରେ ପରିଣତ ହେବ। ତା’ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଅତି ଭୟଙ୍କର ସାମୁଦ୍ରିକ ଝଡ଼(ଭେରି ସିଭିୟର ସାଇକ୍ଲୋନିକ ଷ୍ଟର୍ମ)ରେ ପରିଣତ ହେବ। ୩୦ତାରିଖ ପର୍ଯ୍ୟନ୍ତ ‘ଫନୀ’ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ ଏବଂ ତା’ ପରେ ଉତ୍ତର-ପୂର୍ବ ଆଡ଼କୁ ମୁହଁାଇବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ୧ ଓ ୨ତାରିଖରେ ଘଣ୍ଟା ପ୍ରତି ୧୪୫ରୁ ୧୫୫ କିଲୋମିଟର ବେଗରେ ପବନ ବହିପାରେ। ତେବେ ଓଡ଼ିଶାରେ ଏହାର ବିଶେଷ ପ୍ରଭାବ ରହିବ ନାହିଁ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

‘ଫନୀ’ ଆସନ୍ତା ୧ତାରିଖରେ ଓଡ଼ିଶା ଆଡ଼କୁ ମୁହଁାଇବ ବୋଲି ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) କହୁଥିବା ବେଳେ ଇଣ୍ଡିଆନ୍‌ ନ୍ୟାଶନାଲ ସେଣ୍ଟର ଅଫ୍‌ ଓସେନ୍‌ ଇନ୍‌ଫର୍‌ମେଶନ ସର୍ଭିସେସ୍‌(ଆଇଏନ୍‌ସିଓଆଇଏସ୍‌) ଆଉ ଏକ ତଥ୍ୟ ଦେଇଛି। ୩ତାରିଖ ସନ୍ଧ୍ୟାରେ ଏହା କଳିଙ୍ଗପାଟଣାମ୍‌ ଓ ପୁରୀ ମଧ୍ୟରେ ଛୁଇଁବ। ବିଶେଷକରି ଓଡ଼ିଶାର ଛତ୍ରପୁର ନିକଟରେ ‘ଫନୀ’ ସ୍ଥଳଭାଗ ଛୁଇଁବ ବୋଲି ଆଇଏନ୍‌ସିଓଆଇଏସ୍‌ ପୂର୍ବାନୁମାନ କରିଛି। ସେପଟେ ୩ତାରିଖ ଦିନ ଘଣ୍ଟା ପ୍ରତି ୧୩୦ରୁ ୧୪୦ କିଲୋମିଟର ବେଗରେ ପବନ ବହିବ ବୋଲି ଆଇଏମ୍‌ଡି କହୁଥିବା ବେଳେ ଜଏଣ୍ଟ ଟାଇଫନ୍‌ ଓ୍ବାର୍ନିଂ ସେଣ୍ଟର ଘଣ୍ଟାକୁ ୧୮୫ କିଲୋମିଟର ବେଗରେ ପବନ ବହିପାରେ ବୋଲି କହିଛି। ତେଣୁ ଏଥିରୁ ଜଣାପଡ଼ୁଛି, ‘ଫନୀ’ ପ୍ରଭାବରେ ଓଡ଼ିଶାରେ କେବଳ ବର୍ଷା ହେବ ନାହିଁ, ବରଂ ବହୁ କ୍ଷୟକ୍ଷତି ହୋଇପାରେ। ଯଦି ଆଇଏନ୍‌ସିଓଆଇଏସ୍‌ର ପୂର୍ବାନୁମାନ ଠିକ୍‌ ହୁଏ, ତେବେ ଓଡ଼ିଶା ୪୦ବର୍ଷ ପରେ ପ୍ରଥମଥର ପାଇଁ ମେ ମାସରେ ବାତ୍ୟାର ସମ୍ମୁଖୀନ ହେବ। ସାଧାରଣତଃ ଓଡ଼ିଶାରେ ଅକ୍ଟୋବରରେ ବାତ୍ୟା ଓ ମହାବାତ୍ୟା ହୋଇଥିବା ପ୍ରମାଣ ରହିଛି।

Enter your email to get our daily news in your inbox.

All Right Reserved By Dharitri.Com

ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା: ଏତିକି ଯାଏ ବଢିଲା ଧାନକିଣା ଅବଧି

ଭୁବନେଶ୍ୱର,୧।୪: ଖରିଫ ଧାନକିଣା ଅବଧି ୭ ଦିନ ବୃଦ୍ଧି କଲେ ରାଜ୍ୟ ସରକାର। ଏନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇ କହିଛନ୍ତି, ଯେପରି…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଉତ୍କଳ ଦିବସରେ ଓଡିଆରେ ବଡ଼ କଥା କହିଦେଲେ ପ୍ରଧାନମନ୍ତ୍ରୀ ମୋଦି: ଆଗାମୀ ଦିନରେ…

ନୂଆଦିଲ୍ଲୀ,୧।୪: ଆଜି ଉତ୍କଳ ଦିବସ। ଚାରିଆଡ଼େ ଉତ୍ସାହର ମାହୋଲ। ରାଜ୍ୟର ବିଭିନ୍ନ ସ୍ଥାନରେ କାର୍ଯ୍ୟକ୍ରମମାନ ଆୟୋଜନ କରାଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟବାସୀଙ୍କୁ ଶୁଭେଚ୍ଛା…

ଆଜିଠୁ ନୂଆ ସୁଭଦ୍ରା ଆବେଦନ: ଜାଣନ୍ତୁ କେମିତି କରିବେ

ଭୁବନେଶ୍ୱର,୧ା୪(ସୁଚିସ୍ମିତା ସାହୁ):ସୁଭଦ୍ରା ଯୋଜନାରେ ନୂଆ ଆବେଦନକାରୀମାନେ ଏପ୍ରିଲ ୧ ବୁଧବାରଠାରୁ ପଞ୍ଜୀକରଣ କରିପାରିବେ। ସୁଭଦ୍ରା ପୋର୍ଟାଲ ମାଧ୍ୟମରେ ଏପ୍ରିଲ ୩୦ ପର୍ଯ୍ୟନ୍ତ ନୂତନ ଆବେଦନ କରାଯାଇପାରିବ। ଆବେଦନକାରୀଙ୍କ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

IAS ସ୍ତରରେ ଛୋଟ ଅଦଳବଦଳ: ଭାସ୍କର ଜ୍ୟୋତି ଶର୍ମାଙ୍କୁ ମିଳିଲା…

ଭୁବନେଶ୍ୱର,୩୧।୩: IAS ସ୍ତରରେ ଛୋଟ ଅଦଳବଦଳ କଲେ ରାଜ୍ୟ ସରକାର। ଭାସ୍କର ଜ୍ୟୋତି ଶର୍ମାଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ପ୍ରମୁଖ ସଚିବ ଦାୟିତ୍ୱ ଦିଆଯାଇଥିବା ବେଳେ…

ଥାନାରେ ପହଞ୍ଚିଲେ ନର୍ଲ୍ଲା ବିଧାୟିକା: କେସିଙ୍ଗା ଏସଡିପିଓ, ଦୁଇ ପୋଲିସ ନାଁରେ

ଭୁବନେଶ୍ୱର,୩୧।୧: ବଢ଼ୁଛି ମାମଲା। ଖାରବେଳ ନଗର ଥାନାରେ ପହଞ୍ଚିଲେ ନର୍ଲ୍ଲା ବିଧାୟିକା ମନୋରମା ମହାନ୍ତି। ସେଠାରେ ସେ କେସିଙ୍ଗା ପୋଲିସ ବିରୋଧରେ ଅଭିଯୋଗ ଆଣିଛନ୍ତି। କେସିଙ୍ଗା ଏସଡିପିଓ…

Advertisement

ଧରିତ୍ରୀ କାର୍ଟୁନ

Archives

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri