ଶକ୍ତିସୁଗାରରେ ଆରମ୍ଭ ହେଲା ଆଖୁପେଡ଼ା; ଲକ୍ଷ୍ୟଧାର୍ଯ୍ୟ ୩ ଲକ୍ଷ ମେଟ୍ରିକ୍‌ ଟନ

ଢେଙ୍କାନାଳ ଅଫିସ,୨୮।୧୧: ଢେଙ୍କାନାଳ ସଦର ବ୍ଲକ ହରିପୁରସ୍ଥିତ ଶକ୍ତିସୁଗାର କମ୍ପାନୀରେ ବୁଧବାର ପୂର୍ବାହ୍ନ ୧୦ଟା ୨୦ରେ ୨୦୧୯-୨୦ ବର୍ଷ ପାଇଁ ଆଖୁପେଡା ଆରମ୍ଭ ହୋଇଛି। ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା କନଭେୟର ବେଲ୍‌ଟରେ ଆଖୁ ପକାଇ ଆନୁଷ୍ଠାନିକ ଭାବେ ଏହାର ଶୁଭାରମ୍ଭ କରିଥିଲେ। ଚଳିତବର୍ଷ ୩ଲକ୍ଷ ମେଟ୍ରିକ ଟନ୍‌ରୁ ଊର୍ଦ୍ଧ୍ୱ ଆଖୁ ପେଡ଼ାଯିବାକୁ ଲକ୍ଷ୍ୟଧାର୍ଯ୍ୟ ହୋଇଛି। ଗତବର୍ଷ ୩ଲକ୍ଷ ୧୬ହଜାର ମେଟ୍ରିକ୍‌ ଟନ୍‌ ଆଖୁ ପେଡ଼ା ଯାଇଥିଲା। ଫନୀ ବାତ୍ୟାରେ ଆଖୁ ଫସଲ ପ୍ରଭାବିତ ହୋଇଥିବାରୁ ଲକ୍ଷ୍ୟ ଧାର୍ଯ୍ୟ ପରିମାଣ ପୂର୍ବବର୍ଷ ଅପେକ୍ଷା କମିଛି।
କମ୍ପାନୀର ମହାପ୍ରବନ୍ଧକ ଶିବନାରାୟଣ ସାମନ୍ତରାୟ ହୋମରେ ଆହୁତି ଦେଇ ପୂଜା କରିଥିଲେ। ଏସ୍‌ପି ଅନୁପମା ଜେମ୍‌ସ, ଅତିରିକ୍ତ ଜିଲାପାଳ ଭବେଶ କୁମାର ନାୟକ, ପିଡି ଡିଆର୍‌ଡିଏ ନରୋତ୍ତମ ବେହେରା, କୃଷି ଉପନିର୍ଦ୍ଦେଶକ ଛବୀନ୍ଦ୍ର ବେହେରା, କମ୍ପାନୀର କୋଏମ୍ବାଟୁର ମୁଖ୍ୟ କାର୍ଯ୍ୟାଳୟର ବରିଷ୍ଠ ଉପସଭାପତି ପି. ମୁଥୁଭେଲପନ୍‌, ଉପ ମହାପ୍ରବନ୍ଧକ ଶ୍ରୀନିଭାସନ୍‌ ପ୍ରମୁଖ ଉପସ୍ଥିତ ଥିଲେ। କଟକ, ଢେଙ୍କାନାଳ ଜିଲାର ଆଖୁଚାଷୀ, ମାନ୍ୟଗଣ୍ୟ ବ୍ୟକ୍ତି କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଇକିଆରେ ବାହୁଡା଼ ଯାତ୍ରା ସମ୍ପନ୍ନ

ରାଇକିଆ,୨୪ା୭ (ପ୍ରଦୀପ ବେହେରା): ରାଇକିଆ ଠାରେ ଶୁକ୍ରବାର ବାହୁଡ଼ା ଯାତ୍ରା ସମ୍ପନ୍ନ ହୋଇଛି। ଅସ୍ଥାୟୀ ଗୁଣ୍ଡିଚା ମନ୍ଦିରର ଆଡ଼ପ ମଣ୍ଡପରେ ବିରାଜମାନ କରିଥିବା ଚତୁର୍ଦ୍ଧା ମୂର୍ତ୍ତିଙ୍କର ସାମ୍ନାରେ…

ଗଞ୍ଜାମରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା

ଗଞ୍ଜାମ,୨୪ା୭(ବିଦ୍ୟାଧର ସାହୁ/ଅନାଥ ତରାଇ): ଗଞ୍ଜାମ ସହରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାହୁଡ଼ା ଯାତ୍ରା ପାଳିତ ହୋଇଛି। ସକାଳୁ ମନ୍ଦିର ପରିସରରେ ପୂଜାପାଠ ଓ ରୀତିନୀତି ପାଳନ ପରେ ମହାପ୍ରଭୁଙ୍କ…

୧୧ କେ.ଭି. ତାର ସଂସ୍ପର୍ଶରେ ଆସି ମହିଳାଙ୍କ ମୃତ୍ୟୁ ଘଟଣା: ଶକ୍ତି ସଚିବ, କଳାହାଣ୍ଡି ଜିଲାପାଳ ଓ ଏସପିଙ୍କୁ ନୋଟିସ ଜାରି କଲା ଜାତୀୟ ମାନବାଧିକାର କମିଶନ

ଥୁଆମୂଳ ରାମପୁର, ୨୪।୦୭ (ଦୁର୍ଗା କୀର୍ତ୍ତି): ବିଦ୍ୟୁତ୍ ବିଭାଗ ଓ ଟାଟା ପାୱାରର ଚରମ ଅବହେଳା ଯୋଗୁ ଝୁଲନ୍ତା ୧୧ କେ.ଭି. ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି…

ସ୍ତ୍ରୀ, ଝିଅଙ୍କୁ ନେଇ ଶ୍ୱଶୁରଘର ଯାଇଥିଲେ: ଫେରୁଥିବା ବେଳେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଜଣେ ମୃତ….

ଭଞ୍ଜନଗର, ୨୪/୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଯୋଗୀମାରି ରାସ୍ତାର ପାଣିଟାଙ୍କି ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା…

ବାହୁଡ଼ା ଯାତ୍ରା ସମୟରେ ଅଘଟଣ: ଅଣନିଶ୍ବାସୀ ହୋଇ ଜଣଙ୍କର ମୃତ୍ୟୁ, ମିଳିଛି ପରିଚୟ

ପୁରୀ,୨୪।୭: ପବିତ୍ର ବାହୁଡ଼ା ଯାତ୍ରା ଅବସରରେ ପୁରୀ ଶ୍ରୀକ୍ଷେତ୍ରରେ ଏକ ଦୁଃଖଦ ଘଟଣା ଘଟିଛି। ଅଧିକ ଭିଡ଼ ଓ ଅଣନିଶ୍ବାସୀ ହୋଇ ଜଣେ ଶ୍ରଦ୍ଧାଳୁଙ୍କର ମୃତ୍ୟୁ ଘଟିଛି।…

ବାହୁଡ଼ିଲେ ମହାବାହୁ : ଭକ୍ତିମୟ ଭବାନୀପାଟଣା ସହର

ଭବାନୀପାଟଣା,୨୪।୭:(ଉତ୍ତମ କୁମାର ଦାଶ)- ନବ ଦିନ ଯାତ୍ରା ସାରି ଆଷାଢ଼ ଶୁକ୍ଳ ପକ୍ଷ ଦଶମୀ ତିଥିରେ ବଡ଼ଭାଇ ବଳଭଦ୍ର, ଭଉଣୀ ସୁଭଦ୍ରା ଓ ଚକ୍ରରାଜ ସୁଦର୍ଶନଙ୍କୁ ସାଥିରେ…

ଗନ୍ଧର୍ବ କଳା ସମ୍ମାନ ପାଇଲେ ଗୌରୀ ଶଙ୍କର ଦୁର୍ଗା: କଳାହାଣ୍ଡି ପାଇଁ ପୁଣି ଆଣିଲେ ଗୌରବ

ଭବାନୀପାଟଣା,୨୪।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ମାଟିର ଜଣାଶୁଣା ଲୋକ ବାଦ୍ୟ କଳାକାର ତଥା ଓଡିଶା ସଙ୍ଗୀତ ନାଟକ ଏକାଡେମୀ ଯୁବ ପୁରସ୍କାର ପ୍ରାପ୍ତ ପ୍ରତିଭା ଗୌରୀ ଶଙ୍କର…

ବଲାଙ୍ଗୀରରେ ବାହୁଡ଼ା ରଥଯାତ୍ରା: ମନ୍ଦିରକୁ ବାହୁଡ଼ିଲେ ତିନି ଠାକୁର

ବଲାଙ୍ଗୀର, ୨୪।୭ (ସୁନିଲ କୁମାର ମହାନ୍ତି): ଶୁକ୍ରବାର ବଲାଙ୍ଗୀର ଜିଲାର ବିଭିନ୍ନ ସ୍ଥାନରେ ପବିତ୍ର ବାହୁଡ଼ା ରଥଯାତ୍ରା ଭକ୍ତିମୟ ପରିବେଶରେ ସମ୍ପନ୍ନ ହୋଇଛି। ଶ୍ରୀଜିଉମାନେ ମାଉସୀମା ମନ୍ଦିରରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri