ଶଟ୍‌ଡାଉନ୍‌ରେ ଚାଲିଛି ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ

ଗଞ୍ଜାମ,୧୩।୬(ଡି.ଏନ୍‌.ଏ.): ଗଞ୍ଜାମ ସହର ତ୍ରିବେଣୀ ମଠ ଛକଠାରୁ ସାନ ବଜ଼ାର ଯାଏ ସୌନ୍ଦର୍ଯ୍ୟ କରଣ ନିମନ୍ତେ ରାସ୍ତା ନିର୍ମାଣ କାର୍ଯ୍ୟ ଗତ କିଛି ଦିନ ହେବ ଆରମ୍ଭ ହୋଇଛି l ବୁଧ, ଗୁରୁ ଓ ଶୁକ୍ରବାର ୩ଦିନ ଧରି ପ୍ରଶାସନ ପକ୍ଷରୁ ଜବରଦଖଲ ଉଠା ଦୋକାନଗୁଡିକୁ ହଟାଇ ଦିଆଯାଇଥିଲା l ତେବେ ଶନିବାର ଭଙ୍ଗା ଯାଇଥିବା ମାଟିକୁ ଜେସିବି ମେସିନ ଦ୍ୱାରା କଢ଼ା ଯାଉଥିବା ଦେଖିବାକୁ ମିଳିଛି। ସୂଚନାଯୋଗ୍ୟ, ଗଞ୍ଜାମରେ କରୋନା ଭୂତାଣୁ ସଂକ୍ରମିତ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବା ଯୋଗୁ ସରକାର ଓ ଜିଲା ପ୍ରଶାସନ ପକ୍ଷରୁ ଶନିବାର ଓ ରବିବାର ୨ଦିନ ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି। କିନ୍ତୁ ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ ହାତକୁ ନେଇଥିବା ସଂସ୍ଥା ଏହାକୁ ବ୍ୟତିକ୍ରମ କରୁଥିବା ନଜରକୁ ଆସିିଛି। ଏନେଇ ସୁପରଭିଜନ କରୁଥିବା କାଳୁ ବେହେରା କହିଛନ୍ତି, ଶଟ୍‌ଡାଉନରେ କାମ କରିବାକୁ ଅର୍ଡର ମିଳିଛି। ଏସମ୍ପର୍କରେ ତହସିଲଦାର ଅବନୀ କୁମାର ସାହୁଙ୍କୁ ପଚାରିବାରୁ ସେ କହିଛନ୍ତି, ଶଟ୍‌ଡାଉନ୍‌ରେ କାର୍ଯ୍ୟ କରିବା କଥା ନୁହେଁ। ସେମାନେ କାହିଁକି ବ୍ୟତିକ୍ରମ କରିଛନ୍ତି ତଦନ୍ତ ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri