ଶଟ୍‌ଡାଉନ୍‌ରେ ହଟହଟା ହେଲେ ଯାତ୍ରୀ

ଭୁବନେଶ୍ୱର,୨୧।୬(ବ୍ୟୁରୋ): ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ୧୧ ଜିଲାରେ ଶନି ଓ ରବିବାର ଦୁଇ ଦିନିଆ ଶଟ୍‌ଡାଉନ୍‌ କରାଯାଉଛି। ଏଥିଯୋଗୁ ଦୋକାନ ବଜାର ଓ ଗାଡି ମୋଟର ବନ୍ଦ ରହୁଛି। ବିଭିନ୍ନ ସ୍ଥାନରେ ପୋଲିସ ଅଟକାଇ ଯାଞ୍ଚ କରୁଛି। ହେଲେ ଟ୍ରେନ୍‌ରେ ବାହାରୁ ଆସୁଥିବା ଯାତ୍ରୀ ଜାଣି ନ ପାରି ନାନା ହଟହଟାର ସମ୍ମୁଖୀନ ହେଉଛନ୍ତି। ଖାଇବା ଓ ଘରକୁ ଯିବାରେ ସମସ୍ୟା ଭୋଗୁଛନ୍ତି। ପ୍ରବାସୀମାନେ ଟିକେଟ ଦେଖାଇ ଯାଇପାରିବାର ନିୟମ ରହିଥିଲେ ମଧ୍ୟ ଗାଡ଼ି ମିଳୁ ନ ଥିବାରୁ ଅସୁବିଧାର ସମ୍ମୁଖୀନ ହେଛଛନ୍ତି। ଶନିବାର ଭୁବନେଶ୍ୱର ରେଳ ଷ୍ଟେଶନରେ ଶହଶହ ଯାତ୍ରୀ ଓହ୍ଲାଇଥିଲେ ମଧ୍ୟ ଗନ୍ତବ୍ୟସ୍ଥଳକୁ ଯାଇ ନ ପାରି ଅଟକି ରହିଥିଲେ। କେତେଜଣ ଓଲା ଓ ସେବା ପ୍ରଦାନ କରିବାକୁ ଅନୁମତି ପାଇଥିବା ଗାଡ଼ିକୁ ଘଣ୍ଟା ଘଣ୍ଟା ଧରି ଅପେକ୍ଷା କରିଥିବାବେଳେ ଆଉ କେତେଜଣ ଷ୍ଟେଶନରେ ରହିଯିବାକୁ ନିଷ୍ପତ୍ତି ନେଇଥିଲେ। ତେବେ ଟ୍ରେନ୍‌ରେ ଆସିଥିବା ଜଣେ ରୋଗୀ ଗାଡ଼ି ନ ପାଇ ହଇରାଣ ହୋଇଥିଲେ। ତାଙ୍କୁ ଦୁଇଜଣ ବ୍ୟକ୍ତି କାନ୍ଧେଇ ନେଉଥିବା ଦେଖିବାକୁ ମିଳିଥିଲା। ସେହିପରି ବରମୁଣ୍ଡା ବସ୍‌ଷ୍ଟାଣ୍ଡ୍‌ରେ ସମାନ ସ୍ଥିତି ଉପୁଜିଥିଲା। ତେବେ ଦିନରେ ରାସ୍ତାଘାଟ ଖାଁ ଖାଁ ଥିବାବେଳେ ସନ୍ଧ୍ୟାରେ ପୋଲିସର ଯାଞ୍ଚରେ ଢିଲା ଦେଖି ଅନେକ ଅମାନିଆ ସହର ବୁଲାବୁଲି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୭ରେ ମୋଦିଙ୍କ ଜନ୍ମଦିନ, ଆଶୀର୍ବାଦର ଦୀପ ଜାଳିବାକୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ

ଭୁବନେଶ୍ୱର,୧୪।୯: ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନରେ ‘ଆଶୀର୍ବାଦର ଦୀପ’ ଜାଳିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଭିଡିଓ ବାର୍ତ୍ତା ମାଧ୍ୟମରେ ରାଜ୍ୟବାସୀଙ୍କୁ ନିବେଦନ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି,…

ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା: ୧୭ ଯାଏ ଲାଗିରହିବ…

ଭୁବନେଶ୍ୱର,୧୪ା୯ (ସୌମ୍ୟରଞ୍ଜନ ରାଉତ):ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଓଡ଼ିଶା ଅତିକ୍ରମ କରି ରବିବାର ସନ୍ଧ୍ୟାସୁଦ୍ଧା ଦକ୍ଷିଣ ଛତିଶଗଡ଼ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିବା ସହ ପଶ୍ଚିମ-ଉତ୍ତର…

ଧରାପଡ଼ିଲା ଓରାଙ୍ଗଉଟାନର ଚାଲାଣର ମାଷ୍ଟରମାଇଣ୍ଡ୍‌: ଏହି ୨ ଜଣ କରୁଥିଲେ…

ଭୁବନେଶ୍ୱର/ଭୋଗରାଇ,୧୪ା୯ (ତ୍ରିନାଥ ମହାନ୍ତି/ପ୍ରଦୀପ ଦାସ):ବାଲେଶ୍ୱର ବିଚିତ୍ରପୁର ଜଙ୍ଗଲରୁ ୫ ଓରାଙ୍ଗ୍‌ଉଟାନ ଶାବକ ଉଦ୍ଧାର ଘଟଣାରେ ଅନ୍ତର୍ଜାତୀୟ ଚୋରା ଚାଲାଣକାରୀଙ୍କ ଲିଙ୍କ୍‌ ରହିଛି। ପଶ୍ଚିବଙ୍ଗ ଦୀଘାସ୍ଥିତ ଗ୍ରାଣ୍ଡ୍‌ ହେରିଟେଜ୍‌…

ଆସନ୍ତା ସପ୍ତାହରେ ପୁଣି ଭିଜିବ ଓଡ଼ିଶା: ୧୪ରୁ ୧୯ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୧୩/୯: ଆସନ୍ତା ସପ୍ତାହରେ ପୁଣି ଥରେ ଭିଜିବ ଓଡ଼ିଶା। ୧୪ରୁ ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ସୂଚନା ମିଳିଛି।…

ୟୁଏଇରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଓଡ଼ିଶା ପାଇଁ ଆଣିଛନ୍ତି ଖୁସିଖବର, କହିଲେ ଏଥର ଆମ…

ଭୁବନେଶ୍ୱର,୧୩ା୯: ସଂଯୁକ୍ତ ଆରବ ଏମିରେଟ୍ସ ଗସ୍ତ ସାରି ରବିବାର ଓଡ଼ିଶା ଫେରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଓଡ଼ିଶା ନିବେଶକ ସମ୍ମିଳନୀରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଆଜି…

ଶିଶୁଙ୍କ ଗେଡ଼ାପଣ: ୬ ଜିଲାରେ ସ୍ଥିତି ଚିନ୍ତାଜନକ

ଭୁବନେଶ୍ୱର,୧୩ା୯(ସୁଚିସ୍ମିତା ସାହୁ): ରାଜ୍ୟରେ ୫ ବର୍ଷରୁ କମ୍‌ ବୟସର ଶିଶୁଙ୍କ ପୋଷଣ ସ୍ଥିତିକୁ ନେଇ ଜାତୀୟ ପରିବାର ସ୍ୱାସ୍ଥ୍ୟ ସର୍ୱେକ୍ଷଣ (ଏନ୍‌ଏଫ୍‌ଏଚ୍‌ଏସ୍‌-୫ରୁ ଏନ୍‌ଏଫ୍‌ଏଚ୍‌ଏସ୍‌-୬)ର ଏକ ତୁଳନାତ୍ମକ ରିପୋର୍ଟ…

୧୭ ଯାଏ ବର୍ଷା

ଭୁବନେଶ୍ୱର,୧୩ା୯(ବନ୍ଦନା ସେଠୀ):ରାଜ୍ୟରେ ଲଘୁଚାପଜନିତ ବର୍ଷା ଲାଗି ରହିଛି। ଶନିବାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଥିବାବେଳେ ୧୭ ତାରିଖ ଯାଏ ଲାଗି ରହିବ। ତେବେ ରବିବାରଠାରୁ ବର୍ଷାର…

ଓରାଙ୍ଗଉଟାନ ଚୋରା ଚାଲାଣର ଗୁମର ଖୋଲୁଛି, ଫାର୍ମ ହାଉସ ପାଇଁ ମ୍ୟାନ୍‌ମାର ଦେଇ ଅଣାଯାଇଥିଲା

ଭୁବନେଶ୍ୱର/ ଭୋଗରାଇ, ୧୩ା୯(ତ୍ରିନାଥ ମହାନ୍ତି/ ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅନ୍ତର୍ଗତ ବିଚିତ୍ରପୁର ଜଙ୍ଗଲରୁ ୫ ଓରାଙ୍ଗଉଟାନ ଶାବକ ଉଦ୍ଧାର ମାମଲାରେ କ୍ରାଇମ୍‌ବ୍ରାଞ୍ଚ ଏସ୍‌ଟିଏଫକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?