ଶତାଧିକ ଅଦିବାସୀଙ୍କ ନାମରେ ବ୍ୟାଙ୍କରୁ ଋଣ ଠକେଇ

ମାଲକାନଗିରି,୩ା୩ (ଡି.ଏନ.ଏ.)
ମାଲକାନଗିରି ଜିଲାରେ ଦିନକୁ ଦିନ ଠକ ଏବଂ ଦଲାଲଙ୍କ ପ୍ରାଦୁର୍ଭାବ ବଢିବାରେ ଲାଗିଛି। ସେମାନେ ଜିଲାର ଆଦିବାସୀଙ୍କୁ ଟର୍ଗେଟ୍‌ କରୁଛନ୍ତି। ନିରୀହ ସରଳ ଆଦିବାସୀଙ୍କ ମନରେ ବିଶ୍ୱାସ ଜନ୍ମାଇ ସେମାନଙ୍କୁ ବିଭିନ୍ନ ଭାବରେ ଠକୁଛନ୍ତି। ସେମାନଙ୍କ ନାମରେ ହୋଇଥିବା ଏପରି ଏକ ବ୍ୟାଙ୍କ ଠକେଇ ଏବେ ପଦାକୁ ଆସିଛି। ସଦର ବ୍ଲକ ଚାଲାଣଗୁଡା ପଞ୍ଚାୟତ ତାଳପଦର, ଟିଟିବେରି, ପାହାଡଗୁଡା, କୋଡେଲ୍‌ପାଲି, ମାସାଗୁଡା, ଆଲୁର୍‌ ଆଦି ଆଦିବାସୀ ଗ୍ରାମରେ ବସବାସ କରୁଥିବା ଶତାଧିକ ଆଦିବାସୀଙ୍କୁ ଏପରି ଶୋଷଣ କରାଯାଇଛି। ତଣ୍ଡାପାଲି ଗ୍ରାମର ଗଙ୍ଗା ମାଡକାମି ସେମାନଙ୍କ ନିକଟରେ ପହଞ୍ଚତ୍ ବର୍ଷାରେ ନଷ୍ଟ ହୋଇଯାଇଥିବା ଧାନ ଏବଂ ଭାଙ୍ଗିରୁଜି ଯାଇଥିବା ଘର ପାଇଁ ସରକାର ଅନୁଦାନ ଦେଉଛନ୍ତି। ସେମାନେ ଏଥିରୁ ଲାଭ ଉଠାଇବା ଉଚିତ୍‌ ବୋଲି ଆଦିବାସୀମାନଙ୍କୁ ପ୍ରବର୍ତ୍ତାଇଥିଲେ। ସେମାନଙ୍କ ପଟ୍ଟା ସଂଗ୍ରହ କରିବା ସହ କେତେକ କାଗଜପତ୍ରରେ ଦସ୍ତଖତ ଓ ଟିପ ଚିହ୍ନ ନେଇଥିଲେ। ପ୍ରଥମ ପର୍ଯ୍ୟାୟରେ ୧୦ ଜଣଙ୍କ ପଟ୍ଟା ଏବଂ ନଥିପତ୍ର କରି ସେମାନଙ୍କ ମଧ୍ୟରୁ କାହାକୁ କେମିତି ୨/୫ ହଜାର ଟଙ୍କା ଦେଇଥିଲେ। ା ଏହା ଜାଣିବା ପରେ ଟିଟି ବେରି ସହ ଅନ୍ୟ ଗ୍ରାମର ଲୋକମାନେ ମଧ୍ୟ ଗଙ୍ଗାଙ୍କୁ ସରକାରଙ୍କ ସହାୟତା ପାଇବା ଆଶାରେ ସେମାନଙ୍କ ଜମିପଟ୍ଟା ଏବଂ କାଗଜପତ୍ରରେ ଦସ୍ତଖତ ଦେଇଥିଲେ। ଗଙ୍ଗା ସେମାନଙ୍କ ମଧ୍ୟରୁ ଅଧିକାଂଶଙ୍କୁ ୨/୩ ହଜାର ଲେଖାଏ ଟଙ୍କା ଦେଇ ସେମାନଙ୍କ ପଟ୍ଟା ଫେରାଇଥିଲେ। ମାତ୍ର ୪ ବର୍ଷ ପରେ ମାଲକାନଗିରି ୟୁନିୟନ ବ୍ୟାଙ୍କ ପକ୍ଷରୁ ସମ୍ପୃକ୍ତ ଆଦିବାସୀଙ୍କ ନାମରେ ତୁରନ୍ତ ଋଣ ଶୁଝିବା ପାଇଁ ନୋଟିସ ଆସିଛି। ପ୍ରତ୍ୟେକଙ୍କ ନାମରେ ୩୦/୫୦ ହଜାର ଟଙ୍କା ପର୍ଯ୍ୟନ୍ତ ଋଣ ଉଠାଯାଇଛି। ଏବେ ଏହା ସୁଧ ସହ ଶୁଝିବାକୁ ବ୍ୟାଙ୍କ କହିଛି। ତେବେ କେତେକଙ୍କ ନାମରେ ୮୦ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଶୁଝିବାକୁ ନୋଟିସ ଆସିଛି। ଏହି ନୋଟିସ୍‌ ପାଇବା ପରେ ଆମେ ଚାଷ ପାଇଁ କେହି ଋଣ ଆଣି ନ ଥିଲୁ। ବର୍ଷା ଦିନେ ଆମର ଘର ଏବଂ ଧାନ ନଷ୍ଟ ହୋଇଯିବାରୁ ସରକାର ଆମକୁ ସାହାଯ୍ୟ କରିଛନ୍ତି ବୋଲି କହିଛନ୍ତି। ତଣ୍ଡାପାଲି ଗ୍ରାମର ଗଙ୍ଗା ମାଡକାମି ଆମର ପଟ୍ଟା ନେଇ କାହାକୁ ୨ ହଜାର, ୩ ହଜାର ଓ ୪ ହଜାର ଟଙ୍କା ଦେଇଥିଲେ ବୋଲି ସେମାନେ ପ୍ରକାଶ କରିଛନ୍ତି। ଅନ୍ୟପକ୍ଷରେ ସୋମବାର ପାହାଡଗୁଡା ଗ୍ରାମର ସୁଲା ମାଢି, ଟିଟିବେରିର ଗଙ୍ଗା ପଡିଆମି, ରାମ କାର୍ତ୍ତାମି, ଇର୍ମା ପଡିଆମି, ଜଗା ମାଢି, ଦେବା ମାଢି, ସଞ୍ଜୟ ମାଢି, ଇର୍ମା କରାମିଙ୍କ ସହ ୫୦ରୁ ଊର୍ଦ୍ଧ୍ୱ ଆଦିବାସୀ ଚାଲାଣଗୁଡା ସରପଞ୍ଚ ପୁଷ୍କାରାଣୀ ପଡିଆମିଙ୍କ ନେତୃତ୍ୱରେ ଜିଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜିଲାପାଳଙ୍କୁ ଭେଟି ଅଭିଯୋଗ ପତ୍ର ପ୍ରଦାନ କରିଛନ୍ତି। ଜିଲାପାଳ ମନୀଷ ଅଗ୍ରଓ୍ବାଲ ଅଭିଯୋଗକାରୀଙ୍କଠାରୁ ସମସ୍ତ ଘଟଣା ଶୁଣିବା ପରେ ଅତିରିକ୍ତ ଜିଲାପାଳ ବୀରସେନ ପ୍ରଧାନଙ୍କୁ ଘଟଣାର ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ବାହାରେ ବୁଲିବା ପଡ଼ିଲା ମହଙ୍ଗା

ଗୁଡ଼ାରି,୧୧।୪ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକର ବିଭିନ୍ନ ବିଦ୍ୟାଳୟର ୧୩ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ କାରଣ ଦର୍ଶାଅ…

ପ୍ରେମିକା ଗର୍ଭବତୀ ହେବା ପରେ ବିବାହ ପୂର୍ବରୁ ଛୁଆ ମନା କହି କଲେ ଗର୍ଭପାତ, ଏବେ  ବଳାତ୍କାର ଅଭିଯୋଗରେ ବନ୍ଧାହେଲେ…

ରିଆମାଳ,୧୧।୪(ବଦ୍ରିନାରାୟଣ ଅଗ୍ରୱାଲା): ଯୁବତୀକୁ ବଳାତ୍କାର ମାମଲାରେ ଜଣେ ଯୁବକଙ୍କୁ ଶନିବାର ଗିରଫ କରିଛି ରିଆମାଳ ପୋଲିସ। ସେ ହେଲେ ଭେଙ୍କଟେଶ ସୁନାନୀ(୨୮)। ସୂଚନାନୁଯାୟୀ, ରିଆମାଳ ଥାନା ଅଞ୍ଚଳର…

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

ଭୁବନେଶ୍ୱରରେ ପାକିସ୍ତାନ ଆତଙ୍କୀ ଲିଙ୍କ: ପୁଅକୁ ଦିଲ୍ଲୀ ପୋଲିସ ନେବା ପରେ ଏମିତି କହିଲେ ବାପା

ଭୁବନେଶ୍ୱର,୧୧।୪: ମୋ ପୁଅ ନିର୍ଦ୍ଦୋଷ କହିଲେ ଇମ୍ରାନଙ୍କ ବାପା। ପୁଅକୁ ଦିଲ୍ଲୀ ପୋଲିସ ଉଠାଇ ନେବା ପରେ ଏମିତି କହିଲେ ବାପା। ମୋ ପୁଅ ନିର୍ଦ୍ଦୋଷ, ସେ…

ଅଫିସରେ କାମ କରୁଥିବାବେଳେ ଟଳିପଡ଼ିଲେ DFO, ଆହୁରି ବର୍ଷେ ଥିଲା ଚାକିରି

ଚାନ୍ଦବାଲି,୧୧ା୪(ଅଶୋକ ପଣ୍ଡା): ଚାନ୍ଦବାଲିରେ କର୍ତ୍ତବ୍ୟରତ ଭଦ୍ରକ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ(DFO) ସୌଭାଗ୍ୟ କୁମାର ସାହୁଙ୍କ ମୃତ୍ୟୁ ଘଟିଛି। ଶନିବାର ପୂର୍ବାହ୍ନ ୧୧ ଟାରେ ସେ ଛାତିରେ ଯନ୍ତ୍ରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri