ଶନିବାର ପାଟକୁରା ନିର୍ବାଚନ: ଭାଜପା ବୁଥ୍‌ ଦଖଲ କରିବା ଆଶଙ୍କାରେ ସିଇଓଙ୍କ ନିକଟରେ ଫେରାଦ ହେଲା ବିଜେଡି

ଭୁବନେଶ୍ୱର,୧୯।୭(ବ୍ୟୁରୋ): କେନ୍ଦ୍ରାପଡ଼ା ଜିଲା ପାଟକୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ଶନିବାର ଭୋଟ ଗ୍ରହଣ କରାଯିବ। ଏଥିନିମନ୍ତେ ଗୁରୁବାର ସନ୍ଧ୍ୟାରୁ ପ୍ରଚାର ଶେଷ ହୋଇଛି। ସାରା ରାଜ୍ୟର ନଜର ଏବେ ଉକ୍ତ ଆସନ ଉପରେ ଥିବା ବେଳେ ବିଜେଡି ଏହାକୁ ହାତେଇବାକୁ ପୂରା ଦମ୍‌ରେ ଲାଗିପଡ଼ିଛି। ତେବେ ଶୁକ୍ରବାର ବିଜେଡିର ଏକ ପ୍ରତିନିଧି ଦଳ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଛନ୍ତି। ବିଜେଡିର ୮ଜଣ ମହିଳା ବିଧାୟକ ପାଟକୁରା ନିର୍ବାଚନ ଉପରେ ସ୍ବତନ୍ତ୍ର ଦୃଷ୍ଟି ଦେବା ନେଇ ଫେରାଦ ହୋଇଛନ୍ତି। ଉକ୍ତ ନିର୍ବାଚନମଣ୍ଡଳୀର ୫୬ଟି ବୁଥ୍‌ ସମ୍ବେଦନଶୀଳ। ସେଠାରେ ଭାଜପା ବୁଥ୍‌ ଜବରଦଖଲ କରିବାର ଆଶଙ୍କା ରହିଛି। ଏଣୁ ଏସବୁ ବୁଥ୍‌ଗୁଡ଼ିକରେ ଅଧିକ ପୋଲିସ ଫୋର୍ସ ମୁତୟନ ସହ ସିସିଟିଭି ଲଗାଯିବାର ବ୍ୟବସ୍ଥା କରିବା ଲାଗି ସେମାନେ ସିଇଓଙ୍କୁ ଅନୁରୋଧ କରିଛନ୍ତି।

ପ୍ରକାଶଯୋଗ୍ୟ, ଉକ୍ତ ଆସନରେ ବିଜେଡିର ସାବିତ୍ରୀ ଅଗ୍ରଓ୍ବାଲ ଏବଂ ଭାଜପା ପ୍ରାର୍ଥୀ ବିଜୟ ମହାପାତ୍ରଙ୍କ ମଧ୍ୟରେ କଡ଼ା ଟକ୍କର ଦେଖିବାକୁ ମିଳିବ ବୋଲି କୁହାଯାଉଛି। ଉଭୟ ଦଳର ବିଧାୟକ, ମନ୍ତ୍ରୀ ତଥା ନେତାମାନେ ଜୋରଦାର ପ୍ରଚାର କରିଛନ୍ତି। ଭୋଟ ଗ୍ରହଣ ବ୍ୟବସ୍ଥାକୁ ସୁରୁଖୁରୁରେ ଚଳାଇବା ପାଇଁ ୬୩୨ଜଣ ପୋଲିଂ ଅଧିକାରୀ ନିଯୁକ୍ତ ହୋଇଛନ୍ତି। ସେହିଭଳି ସମ୍ବେଦନଶୀଳ ବୁଥ୍‌ରେ ଭିଡିଓଗ୍ରାଫି ସହ ସିସିଟିଭି ବ୍ୟବସ୍ଥା ମଧ୍ୟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୟାକରି ଘରକୁ ଫେରିଯାଅ…ଆନ୍ଦୋଳନରତ ଛାତ୍ରଛାତ୍ରୀମାନଙ୍କୁ ସଲମାନ କଲେ ଏଭଳି ଅପିଲ୍‌

ନୂଆଦିଲ୍ଲୀ: ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ଏବଂ ପେପର୍ ଲିକ୍ ପ୍ରସଙ୍ଗକୁ ନେଇ ବଲିଉଡ୍ ଅଭିନେତା ସଲମାନ ଖନ୍ ପୁଣିଥରେ ଏକ ଗୁରୁତ୍ୱପୂର୍ଣ୍ଣ ସୋସିଆଲ ମିଡିଆ…

ସଂସଦରେ ସ୍ପଷ୍ଟ କଲେ କେନ୍ଦ୍ର ସରକାର, ଆଉ ଫେରିବ ନାହିଁ ଇଥାନଲ୍‌ମୁକ୍ତ ପେଟ୍ରୋଲ

ନୂଆଦିଲ୍ଲୀ,୨୩ା୭: ଆଉ କୌଣସି ପରିସ୍ଥିତିରେ ବିନା ଇଥାନଲ୍‌ ପେଟ୍ରୋଲ ଫେରିବ ନାହିଁ । ପେଟ୍ରୋଲରେ ୨୦ ପ୍ରତିଶତ ଏଥାନଲ୍ ମିଶ୍ରଣ (E20) ଏକ ସୁରକ୍ଷିତ, ସ୍ୱଚ୍ଛ ଏବଂ…

ଦିଲ୍ଲୀ ତାତି ବରଗଡ଼ରେ: ଗାନ୍ଧୀଛକରେ କଂଗ୍ରେସର ବିକ୍ଷୋଭ ସହ ମୋଦୀ-ଶାହ-ଧର୍ମେନ୍ଦ୍ରଙ୍କ କୁଶପୁତ୍ତଳିକା ଦାହ

ବରଗଡ଼, ୨୩ା୭(ପ୍ରେମାନନ୍ଦ ଖମାରୀ): ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ଉପରେ ପୋଲିସର ଦମନଲୀଳା ଏବଂ ଶୀର୍ଷ ନେତୃବୃନ୍ଦଙ୍କ ଗିରଫଦାରୀ ପ୍ରତିବାଦରେ ଗୁରୁବାର ସନ୍ଧ୍ୟାରେ ବରଗଡ଼ ଜିଲା…

ଜନ୍ତର ମନ୍ତର ଅନ୍ଦୋଳନକୁ ନେଇ ଗୃହ ମନ୍ତ୍ରଣାଳୟର ବଡ଼ ନିର୍ଦ୍ଦେଶ: ଏସବୁ ଅଞ୍ଚଳରେ ବନ୍ଦ ହେବ ମୋବାଇଲ ଇଣ୍ଟରନେଟ ସେବା

ନୂଆଦିଲ୍ଲୀ,୨୩।୭: ଗୃହ ମନ୍ତ୍ରଣାଳୟ ଜନ୍ତର ମନ୍ତର ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛି। ଚାଲିଥିବା ପ୍ରତିବାଦକୁ ଦୃଷ୍ଟିରେ ରଖି, ସରକାର ନିର୍ଦ୍ଦେଶ ଦେଇଛନ୍ତି ଯେ ଜନ୍ତର…

ଛାତ୍ର ଆନ୍ଦୋଳନକୁ ନେଇ ମୁହଁ ଖୋଲିଲେ କ୍ରିକେଟର ଭଗବାନ, ବାପାଙ୍କୁ ମନେ ପକାଇ କହିଲେ…

ନୂଆଦିଲ୍ଲୀ,୨୩।୭: NEET-UG ପେପର୍‌ ଲିକ ନେଇ ବିବାଦ ତୀବ୍ର ହେବାରେ ଲାଗିଛି। CJP ଦେଶବ୍ୟାପୀ ପ୍ରତିବାଦ ଘୋଷଣା କରିଛନ୍ତି ଏବଂ ଛାତ୍ରୀଛାତ୍ରମାନଙ୍କୁ ଅଂଶଗ୍ରହଣ କରିବାକୁ ଆହ୍ବାନ କରିଛନ୍ତି।…

ଗୌତମ ଗମ୍ଭୀର ପ୍ରଶିକ୍ଷକ ପଦ ଛାଡିବା ପରେ ପ୍ରଥମ ମ୍ୟାଚ ଜିତିଲେ ଅଧିନାୟକ ଶ୍ରେୟସ ଆୟର

ନୂଆଦିଲ୍ଲୀ,୨୩।୭: ପ୍ରଥମ ଟି-୨୦ ମ୍ୟାଚରେ ଭାରତୀୟ ଦଳ ଜିମ୍ବାୱେକୁ ୭ ୱିକେଟରେ ପରାସ୍ତ କରିଛି। ଶ୍ରେୟସ ଆୟରଙ୍କ ଅଧିନାୟକତ୍ୱରେ ଏହା ଟି-୨୦ ଦଳର ପ୍ରଥମ ବିଜୟ। ଉଲ୍ଲେଖନୀୟ…

‘ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ନିଅନ୍ତୁ, ନଚେତ୍ କଥା ଆପଣଙ୍କ ଇସ୍ତଫା ପର୍ଯ୍ୟନ୍ତ ଯିବ’: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଖୋଲା ଚେତାବନୀ ଦେଲେ…

ନୂଆଦିଲ୍ଲୀ,୨୩ା୭: କକ୍ରୋଚ ଜନତା ପାର୍ଟି (ସିଜେପି)ର ସଂସ୍ଥାପକ ଅଭିଜିତ ଦୀପକେ ଗୁରୁବାର କେନ୍ଦ୍ରର ନରେନ୍ଦ୍ର ମୋଦି ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ଦିଲ୍ଲୀର ଜନ୍ତରମନ୍ତରକୁ ଏକ ‘ୱାର୍…

ପୁଣି ଚମକିଲେ ବୈଭବ ସୂର୍ଯ୍ୟବଂଶୀ… ଟି-୨୦ରେ ଏମିତି କରି ପାଲଟିଲେ ବିଶ୍ୱର ସର୍ବକନିଷ୍ଠ ବ୍ୟାଟ୍ସମ୍ୟାନ

ନୂଆଦିଲ୍ଲୀ,୨୩।୭: କ୍ରିକେଟ ଜଗତରେ ନିରନ୍ତର ନୂତନ ରେକର୍ଡ ସୃଷ୍ଟି ହେଉଛି, କିନ୍ତୁ ଯେତେବେଳେ ଜଣେ ୧୫ ବର୍ଷୀୟ ବାଳକ ଅଭିଜ୍ଞ ବୋଲରମାନଙ୍କୁ ଅନ୍ତର୍ଜାତୀୟ ମଞ୍ଚରେ ସଫା କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri