ଶନିବାର ମାଘବୁଡ଼: ଶ୍ରଦ୍ଧାଳୁଙ୍କ ଆଗମନକୁ ନେଇ ଚଳଚଞ୍ଚଳ କୋଣାର୍କ, ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି

କୋଣାର୍କ,୩୧।୧(ଡି.ଏନ୍‌.ଏ.): ପୁରୀ ଜିଲା କୋଣାର୍କ ପ୍ରସିଦ୍ଧ ମାଘବୁଡ଼ ଲାଗି ପ୍ରଶାସନିକ କ୍ଷେତ୍ରରେ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଶନିବାର ପ୍ରାତଃରେ ଚନ୍ଦ୍ରଭାଗା ପବିତ୍ର ପୁଷ୍କରିଣୀରେ ଶ୍ରଦ୍ଧାଳୁମାନେ ବୁଡ଼ ପକାଇବେ। ଏହାପୂର୍ବରୁ ଶୁକ୍ରବାର କୋଣାର୍କକୁ ଶ୍ରଦ୍ଧାଳୁମାନଙ୍କ ଆଗମନ ଲାଗି ରହିଛି। ତେବେ ଚଳିତ ବର୍ଷ ବାରୁଡ଼ି ବୁଡ଼ ପଡ଼ୁଥିବାରୁ ୫ ଲକ୍ଷରୁ ଅଧିକ ଲୋକଙ୍କ ସମାଗମ ହେବା ଅନୁମାନ କରାଯାଉଛି। ଏଥିନିମନ୍ତେ ପ୍ରଶାସନିକ ତରଫରୁ ଟ୍ରାଫିକ ନିୟନ୍ତ୍ରଣ ସହ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି।

ମାଘ ମାସ ସପ୍ତମୀ ତିଥିରେ ଚନ୍ଦ୍ରଭାଗା ପବିତ୍ର ପୁଷ୍କରିଣୀରେ ବୁଡ଼ ପକାଇଲେ ପାପ ନାଶ ଓ ମନସ୍କାମନା ପୂର୍ଣ୍ଣ ହେବା ସହ ଆରୋଗ୍ୟ ରହିବାର ବିଶ୍ୱାସ ରହିଛି। ଏହାକୁ ନେଇ ପୁଷ୍କରିଣୀକୁ ବାରିକେଡ ଦ୍ୱାରା ଘେରାଯାଇଛି। ଶ୍ରଦ୍ଧାଳୁମାନଙ୍କ ସୁରକ୍ଷାକୁ ନେଇ ପୋଲିସ ପ୍ରଶାସନ ପକ୍ଷରୁ ପୁରୀ ଏସ୍‌ପିଙ୍କ ସମେତ ଡେପୁଟି କମାଣ୍ଡନାଣ୍ଟ, ୨ଜଣ ଆଡିସିନାଲ ଏସ୍‌ପି, ୮ଜଣ ଡିଏସ୍‌ପି, ୨୫ଜଣ ଇନ୍ସପେକ୍ଟର ଉପସ୍ଥିତ ରହିଛନ୍ତି। ଏହାଛଡ଼ା ୨୮ ପ୍ଲାଟୁନ ପୋଲିସ ଫୋର୍ସ ନିୟୋଜିତ କରାଯାଇଛି। ପୁରୀ କୋଣାର୍କ ଏବଂ ପିପିଲି ରାସ୍ତାରେ ଟ୍ରାଫିକ ବ୍ୟବସ୍ଥା କଡ଼ାକଡ଼ି କରାଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମ, ପ୍ରତାରଣା ମାମଲା: ଆସିଷ୍ଟାଣ୍ଟ ଲେବର ଅଫିସର ଗିରଫ

ଭୁବନେଶ୍ୱର,୧୮।୨(ତ୍ରିନାଥ ମହାନ୍ତି):ପ୍ରେମ ଓ ପ୍ରତାରଣା ଅଭିଯୋଗରେ ଖାରବେଳନଗର ଥାନା ପୋଲିସ ବଲାଙ୍ଗୀରରେ କାର୍ଯ୍ୟରତ ଜଣେ ଆସିଷ୍ଟାଣ୍ଟ ଲେବର ଅଫିସରଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ନୟାଗଡ଼ର…

ଠାକୁରାଣୀ ଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି: ବିଧାୟକ,ଉପଜିଲାପାଳଙ୍କ ନୂଆ ହେବ ଅନୁଭୂତି

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ଆଜି ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହେବ। ଏନେଇ ସମସ୍ତ ବିଭାଗ…

ରେଙ୍ଗାଲି ଜଳଭଣ୍ଡାରରେ ହାତୀ ଛୁଆର ମୃତ୍ୟୁ

ଦେବଗଡ, ୧୮।୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା ବାରକୋଟ ରେଞ୍ଜର ଠିଆନାଲ ସେକ୍ସନ ଅନ୍ତର୍ଗତ ରେଙ୍ଗାଲି ଜଳଭଣ୍ଡାର (କୁଲସରା ଗ୍ରାମ ନିକଟରେ) ନିକଟରେ ବୁଧବାର ଏକ ବର୍ଷ…

ଶାଶୁଙ୍କୁ ମୃତ୍ୟୁଖବର ଶୁଣି ଚାଲିଗଲା ବୋହୂଙ୍କ ଜୀବନ

ନୀଳଗିରି,୧୮।୨(ପ୍ରଶାନ୍ତ ବିଶ୍ୱାଳ):ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଶାଶୁଙ୍କ ମୃତ୍ୟୁ ଖବର ଶୁଣି ବୋହୂ ଆଖି ବୁଜିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଆଲୋଡ଼ନ…

ଅସୁରକ୍ଷିତ ରାଜଧାନୀ ଭୁବନେଶ୍ୱର: ୨୪ଘଣ୍ଟାରେ ୩ ଘଟଣାରେ ଆତଙ୍କିତ ସହରବାସୀ

ଅସୁରକ୍ଷିତ ହୋଇପଡ଼ିିଛି ରାଜଧାନୀ ଭୁବନେଶ୍ୱର। କଥା କଥାରେ ବୁଲୁଛି ଖଣ୍ଡା, ଭୁଜାଲି। ଦିନ ହେଉ ଅବା ରାତି ମହିଳାଙ୍କଠାରୁ ଆରମ୍ଭ କରି ପୁରୁଷ କେହି ସୁରକ୍ଷିତ ନାହାନ୍ତି।…

୯୮ କେନ୍ଦ୍ରରେ ହେବ ମାଟ୍ରିକ୍‌ ପରୀକ୍ଷା: ଏଥର ପରୀକ୍ଷା ଦେବେ ୧୭,୯୬୭ ଛାତ୍ରୀଛାତ୍ର

ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ):ଆସନ୍ତା ୧୯ତାରିଖରୁ ହାଇସ୍କୁଲ ସାର୍ଟିଫିକେଟ୍‌(ମାଟ୍ରିକ) ପରୀକ୍ଷା ଆରମ୍ଭ ହେବ। ମାର୍ଚ୍ଚ ୨ତାରିଖ ପର୍ଯ୍ୟନ୍ତ ଏହି ପରୀକ୍ଷା ଚାଲିବ। ପ୍ରତ୍ୟେକ ଦିନ ଗୋଟିଏ ବିଷୟରେ ପରୀକ୍ଷା ହେବ।…

ଆଇଆଇଟି-ଜେଇଇ ମେନ୍‌ ପରୀକ୍ଷା: ବରଗଡ଼ କ୍ରୀଷ୍ଣା ବିକାଶର ସଫଳତା

ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ):ଆଇଆଇଟି-ଜେଇଇ(ମେନ୍‌) ପ୍ରଥମ ପର୍ଯ୍ୟାୟ ପ୍ରବେଶିକା ପରୀକ୍ଷାରେ କ୍ରୀଷ୍ଣା ବିକାଶ ଗ୍ରୁପ ଅନ୍ତର୍ଗତ ବିକାଶ ଆବାସିକ ବିଦ୍ୟାଳୟ ଓ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବରଗଡ଼ର ଛାତ୍ରୀଛାତ୍ର ଉଲ୍ଲେଖନୀୟ…

୫ ମିନିଟ୍‌ ବ୍ୟବଧାନ, ଗୋଟିଏ ଗାଡ଼ିରେ ୨ ମିଲକୁ ଯାଇଛି ଧାନ: ପଦାରେ ପଡ଼ିଲା ଧାନ କିଣାବିକା ଫଲ୍ସଏଣ୍ଟ୍ରି

ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଧାନ କିଣାବିକା ସମସ୍ୟା ନୂଆ ନୁହେଁ। ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ଏହି ଜିଲାରେ ଏହା ସାଧାରଣରେ ପରିଣତ ହୋଇଛି। ମିଲର୍ସଙ୍କ ଇଚ୍ଛାରେ ଧାନକିଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri