ଶନିବାର,ରବିବାର ଶଟ୍‌ଡାଉନ୍‌ ନେଇ କଟକଣା

ଭଦ୍ରକ ଅଫିସ,୪ା୬- ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ ପ୍ରତି ଶନିବାର ଓ ରବିବାର ଶଟ୍‌ଡାଉନ ନେଇ ଭଦ୍ରକ ଜିଲାପାଳ ଡ. ଜ୍ଞାନ ରଞ୍ଜନ ଦାସ ଜିଲା ପାଇଁ ନୀତି ଧାର୍ଯ୍ୟ କରିବା ସହିତ ଆଇନକୁ ପାଳନ କରିବା ପାଇଁ ଅନୁରୋଧ କରିଛନ୍ତି। ଆଇନ ଉଲ୍ଲଂଘନକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମଧ୍ୟ ଡ. ଦାସ ସୂଚନା ଦେଇଛନ୍ତି। କଣ୍ଟେନ୍‌ମେଣ୍ଟ ଜୋନ ଓ ବଫରଜୋନ୍‌କୁ ବାଦ ଦେଇ ଅନ୍ୟ ଅଞ୍ଚଳ ପାଇଁ କଟକଣାରେ ଲକ୍‌ଡାଉନ ୫ରେ ବହୁତ କିଛି କୋହଳ କରାଯାଇଛି। ଦୋକାନ ବଜାର ଖୋଲା ରଖିବା ସମୟ ସନ୍ଧ୍ୟା ୬ ପର୍ଯ୍ୟନ୍ତ ରହିଛି। ଏହା ବ୍ୟତୀତ ସମସ୍ତ ଦୋକାନରେ ଦୋକାନୀ ଏବଂ ଗ୍ରାହକ ସାମାଜିକ ଦ୍ୱରତ୍ୱ ରକ୍ଷା କରିବା ସହିତ ମାସ୍କ ପିନ୍ଧିବାକୁ ବାଧ୍ୟତା ମୂଳକ କରାଯାଇଛି। କୌଣସି ଦୋକାନରେ ୫ଜଣରୁ ଅଧିକ ଲୋକ ରହିପାରିବେ ନାହିଁ। ଏହାଛଡ଼ା ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ ପ୍ରତି ଶନିବାର ଭୋର ୫ଟାରୁ ସୋମବାର ଭୋର ୫ଟା ପର୍ଯ୍ୟନ୍ତ ସାରା ଜିଲାରେ ଶଟ୍‌ଡାଉନ କଟକଣା ରହିବ। ଗଣମାଧ୍ୟମର ପ୍ରତିନିଧିମାନେ ସେମାନଙ୍କ ବୈଧ ପରିଚୟପତ୍ର ଦେଖାଇ ଖବର ସଂଗ୍ରହ ପାଇଁ ବାହାରି ପାରିବେ ବୋଲି ଜିଲାପାଳ ଡ. ଦାସ ସୂଚନା ଦେଇଛନ୍ତି। କେବଳ ସରକାରଙ୍କ ଦ୍ୱାରା ଅନୁମୋଦିତ ଅତ୍ୟାବଶ୍ୟକ ବିଭାଗ ଓ ସଂସ୍ଥା ଏହି ସମୟରେ କାର୍ଯ୍ୟ କରିବେ। ଏହା ବ୍ୟତୀତ କୋଭିଡ୍‌ ଆଇନର ଉଲ୍ଲଂଘନ ହେଲେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମଧ୍ୟ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

ସଶକ୍ତ ଶିଶୁ ସଶକ୍ତ ଭାରତ କାର୍ଯ୍ୟକ୍ରମରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, କହିଲେ ଶିଶୁଙ୍କ ବୈଷୟିକ ଜ୍ଞାନକୌଶଳ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ଯା ପୀଠ ବିଦ୍ୟାଳୟ ପରିସରରେ ‘ସଶକ୍ତ ଶିଶୁ ସଶକ୍ତ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri