ଶପଥ ନେଲେ ନୂଆ ବିଧାୟକ: କାମଚଳା ବାଚସ୍ପତି ଶପଥପାଠ କରାଇଲେ

ଭୁବନେଶ୍ୱର,୩୦ା୫(ବ୍ୟୁରୋ)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ତାଙ୍କ ମନ୍ତ୍ରୀ ମଣ୍ଡଳର ସଦସ୍ୟମାନେ ବୁଧବାର ଶପଥ ନେବା ପରେ ଗୁରୁବାର ନବନିର୍ବାଚିତ ବିଧାୟକମାନେ ଶପଥ ନେଇଛନ୍ତି। କାମଚଳା ବାଚସ୍ପତି ଅମର ଶତପଥୀ ବିଧାନସଭାରେ ବିଧାୟକମାନଙ୍କୁ ଶପଥପାଠ କରାଇଛନ୍ତି । ଏହି ଶପଥପାଠ କାର୍ଯ୍ୟକ୍ରମ ଦୁଇ ଦିନ ଧରି ଚାଲିବ।
ଗୁରୁବାର ପୂର୍ବାହ୍ନ ୧୦ଟା ୫୧ ମିନିଟରେ ଶପଥ ଗ୍ରହଣ ଆରମ୍ଭ ହୋଇଥିଲା। ପ୍ରଥମେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କାମଚଳା ବାଚସ୍ପତି ଶପଥପାଠ କରାଇଥିଲେ। ଏହା ପରେ ବିଜେଡି ବିଧାୟକ ବିକ୍ରମ ଆରୁଖ, ଅରୁଣ ସାହୁ, ସୁଦାମ ମାର୍ଣ୍ଡି, ପ୍ରତାପ ଜେନା, ବଦ୍ରି ନାରାୟଣ ପାତ୍ର, ଅନନ୍ତ ଦାସ, ପ୍ରଫୁଲ୍ଲ ମଲ୍ଲିକ, ଭୂପିନ୍ଦର ସିଂ, ନିତ୍ୟାନନ୍ଦ ସାହୁ, ପୂର୍ଣ୍ଣ ଚନ୍ଦ୍ର ସ୍ବାଇଁ, ଧ୍ରୁବ ଚରଣ ସାହୁ, ଶ୍ରୀକାନ୍ତ ସାହୁ , ଶଶିଭୂଷଣ ବେହେରା, ପ୍ରଣବ ପ୍ରକାଶ ଦାସ, ଭାଗୀରଥି ସେଠୀ, ପ୍ରଣବ ବଳବନ୍ତ ରାୟ, ରଘୁ ନନ୍ଦନ ଦାସ, ପ୍ରମିଳା ମଲ୍ଲିକଙ୍କ ସମେତ ପର୍ଯ୍ୟାୟକ୍ରମେ ଜଣକ ପରେ ଜଣେ ୧୦୬ ଜଣ ବିଧାୟକଙ୍କୁ କାମଚଳା ବାଚସ୍ପତି ଶପଥପାଠ କରାଇଛନ୍ତି । ସେଥିରେ ବିଜେଡିର ୯୩ ଜଣ, ଭାଜପାର ୬, କଂଗ୍ରେସର ୬ ଜଣ ଏବଂ ଜଣେ ସ୍ବାଧୀନ ବିଧାୟକ ଶପଥ ନେଇଛନ୍ତି। କଂଗ୍ରେସର ବରିଷ୍ଠ ନେତାଙ୍କ ମଧ୍ୟରେ ନରସିଂହ ମିଶ୍ର, ସୁରେଶ କୁମାର ରାଉତରାୟ, ତାରା ପ୍ରସାଦ ବାହିନୀପତି, ଭାଜପାର ଜୟନାରାୟଣ ମିଶ୍ର, ମଦନମୋହନ ଦତ୍ତ, ସନାତନ ବିଜୁଳି, ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର, କେ. ନାରାୟଣ ରାଓ, ସୁକାନ୍ତ ନାଏକ, ସ୍ବାଧୀନ ବିଧାୟକ ମକରନ୍ଦ ମୁଦୁଲି ପ୍ରମୁଖ ଶପଥ ନେଇଛନ୍ତି । ଅନ୍ୟମାନଙ୍କୁ ଶୁକ୍ରବାର କାମଚଳା ବାଚସ୍ପତି ଶପଥପାଠ କରାଇବେ।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ରକ୍ତଦାନ ମହାପୁଣ୍ୟ, ଏହି ଉକ୍ତିର ଯଥାର୍ଥତା ପ୍ରତିପାଦନ କରିଛନ୍ତି ତେଲଙ୍ଗାନାର ଭି. ରାମକୃଷ୍ଣ ରେଡ୍ଡୀ। ସେ ୩୦ ବର୍ଷ ଧରି ରକ୍ତଦାନ କାର୍ଯ୍ୟକ୍ରମକୁ ସଫଳତାର ସହ ସଞ୍ଚାଳନ…

ଐତିହାସିକ ବିସ୍ମୃତିର ନବପର୍ବ

ଗୋଟିଏ ମୂର୍ତ୍ତି। ଅତୀତର ଗର୍ଭରେ ବିଲୀନ ହୋଇଯାଇଥିବା ମହେଞ୍ଜୋଦାରୋ ସଭ୍ୟତାର ସାମାଜିକ ଓ ସାଂସ୍କୃତିକ ଜୀବନଧାରା ସମ୍ପର୍କରେ ଯେଉଁ ଯତ୍‌କିଞ୍ଚତ୍ତ୍‌ ଧାରଣା ଏବେ ଆମେ ପାଇଛେ, ସେଥିରେ…

ଅବସର ଘୋଷଣା କଲେ ନେମାର, ଫିଫା ବିଶ୍ୱକପ୍‌ରେ ବ୍ରାଜିଲର ଅଶ୍ରୁଳ ବିଦାୟ ପରେ…

ବ୍ରାସିଲିଆ,୬ା୭: ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ନେଇଛନ୍ତି ବ୍ରାଜିଲର ଷ୍ଟାର୍‌ ଖେଳାଳି ନେମାର। ଫିଫା ବିଶ୍ୱକପ୍‌ରେ ବ୍ରାଜିଲର ଅଶ୍ରୁଳ ବିଦାୟ ପରେ ନେମାର ଏହି ଅବସର ଘୋଷଣା କରିଛନ୍ତି।…

ଚାକିରିରୁ ରିଜାଇନ ଦେଲେ ଭୁବନେଶ୍ୱର ଡିସିପି, କହିଲେ ଏହି କାରଣରୁ…

ଭୁବନେଶ୍ୱର,୬ା୭: ଭୁବନେଶ୍ୱର ଡିସିପି ଜଗମୋହନ ମୀନା ଚାକିରିରୁ ରିଜାଇନ ଦେଇଛନ୍ତି। ବ୍ୟକ୍ତିଗତ କାରଣରୁ ସେ ଚାକିରି ଛାଡ଼ିଦେଇଥିବା କହିଛନ୍ତି। ଡିସିପି ଜଗମୋହନ ୨୦୧୩ ବ୍ୟାଚ୍‌ର ଆଇପିଏସ୍‌ ଅଫିସର…

ସକାଳୁ ସକାଳୁ ଚମ୍ପୁଆରେ ଏନ୍‌କାଉଣ୍ଟର, ଅପରାଧୀଙ୍କ ନାମରେ ରହିଛି…

କେନ୍ଦୁଝର,୬ା୭(ନରେଶ ଚନ୍ଦ୍ର ପଟ୍ଟନାୟକ) କେନ୍ଦୁଝର ପୋଲିସ ସୋମବାର ଚମ୍ପୁଆ ଥାନା ଅନ୍ତର୍ଗତ ପତଳା ଜଙ୍ଗଲରେ ଜଣେ ଅପରାଧୀଙ୍କୁ ଏନ୍‌କାଉଣ୍ଟର କରିଥିବା ଜଣା ପଡ଼ିଛି। ସେ ଆହତ ହୋଇ…

ଭାରତର ଏକତା ଓ ପ୍ରଗତି ପାଇଁ ସମର୍ପିତ ଏକ ଜୀବନ

ରାଷ୍ଟ୍ରବାଦ ଓ ନିଃସ୍ବାର୍ଥ ସେବାର ଆଦର୍ଶରେ ବିଶ୍ୱାସ କରୁଥିବା ଅଗଣିତ ଲୋକଙ୍କ ପାଇଁ ଆଜିର ଦିନ, ୬ ଜୁଲାଇର ବିଶେଷ ମହତ୍ତ୍ୱ ରହିଛି। ଆମେ ଡକ୍ଟର ଶ୍ୟାମା…

ସାରା ରାଜ୍ୟରେ ବର୍ଷା ବିତ୍ପାତ: ବଦଳିଗଲା ସ୍ମାର୍ଟସିଟି ଭୁବନେଶ୍ୱରର ଚିତ୍ର, ଜୀବନଯାତ୍ରା…

ଭୁବନେଶ୍ୱର,୬ା୭(ବନ୍ଦନା ସେଠୀ): ରାଜ୍ୟରେ ଲଘୁଚାପଜନିତ ମୌସୁମୀ ବର୍ଷା ସାଧାରଣ ଜୀବନଯାତ୍ରାକୁ ଗୁରୁତର ପ୍ରଭାବିତ କରିଛି। ତିନିଦିନର ଲଗାଣ ବର୍ଷାରେ ବିଭିନ୍ନ ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବହୁ…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri