ଶବ ସଂରକ୍ଷଣ ଗୃହରେ ମୃତଦେହ ରଖିବାକୁ ଭୟ: ରାତିସାରା ବାରଣ୍ଡାରେ ପଡ଼ି ରହିଲା ଦୁଇ ମୃତ ଶରୀର

ଅନୁଗୋଳ ଅଫିସ, ୧୮।୮: ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଥିବା ଶବ ସଂରକ୍ଷଣ ଗୃହରେ ମୃତଦେହ ରଖିଲେ ଖଣ୍ଡିଆ ହୋଇଯାଉଥିବା ଅଭିଯୋଗ ହେଉଥିବାରୁ ଏବେ କର୍ମଚାରୀମାନେ ସେଠାରେ ମୃତଦେହ ରଖିବାକୁ ଭୟ କରୁଥିବା ଚର୍ଚ୍ଚାର ବିଷୟ ହୋଇଛି। ଶୁକ୍ରବାର ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ଦୁଇଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ସେମାନଙ୍କ ମୃତଦେହ ସଂରକ୍ଷଣ ଗୃହରେ ନ ରଖି କର୍ମଚାରୀମାନେ ବାରଣ୍ଡାରେ ପକାଇ ଦେବାରୁ ଉଭୟ ପରିବାର ଲୋକେ ରାତି ଉଜାଗର ରହି ସେଠାରେ ଜଗି ବସିଥିବା ଅଭିଯୋଗ ହୋଇଛି।
ପ୍ରକାଶ ଯେ, ଶୁକ୍ରବାର ରାତିରେ ନାଲ୍‌କୋ ଥାନା ଗିରାଙ୍ଗ ଗ୍ରାମର ସୁବାସ ନାଏକ ବିଷ ପାନ କରିଥିବାରୁ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ତେବେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା। ସେହିଭଳି ଢେଙ୍କାନାଳ ଜିଲା ଦଦରାଘାଟି ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିବା ପରଜଙ୍ଗ ଥାନା ଅଞ୍ଚଳର ଗଙ୍ଗ ସେନାପତିଙ୍କ ମଧ୍ୟ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିଲା। ତେବେ ଉଭୟଙ୍କ ମୃତଦେହ ଶବ ସଂରକ୍ଷଣ ଗୃହରେ ରଖିବା ବଦଳରେ ମେଡିକାଲ କର୍ମଚାରୀ ବାରଣ୍ଡାରେ ରଖି ଦେଇଥିଲେ। ପରିବାର ଲୋକେ ଆପତ୍ତି କରିଥିଲେ ମଧ୍ୟ ରାତି ଡ୍ୟୁଟିରେ ଥିବା ଅଧିକାରୀ ଓ କର୍ମଚାରୀମାନେ ତାହା ଶୁଣି ନ ଥିଲେ। ଫଳରେ ବାଧ୍ୟ ହୋଇ ପରିବାର ଲୋକେ ରାତି ଅନିଦ୍ରା ହୋଇ ମୃତଦେହକୁ ଜଗି ରହିଥିଲେ। ଏ ସମ୍ପର୍କରେ ଅତିରିକ୍ତ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା. ଲକ୍ଷ୍ମୀ ନାରାୟଣ ବିଶୋଇ କହିଛନ୍ତି, ପୋଲିସ ଆସି ମୃତଦେହ ରଖିବା କଥା। କାହିଁକି ରଖାଗଲା ନାହିଁ ତାହା ଜଣାପଡ଼ି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କୁ ଯୌନ ଉତ୍ପୀଡନ ରକ୍ଷା କରିବା ସମସ୍ତଙ୍କ ଦାୟିତ୍ୱ

ଦିଗପହଣ୍ଡି, ୧୯।୧୨(ଅଶେଷ ନାଥ ମିଶ୍ର): ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି-ବ୍ରହ୍ମପୁର ମୂଖ୍ୟ ରାସ୍ତାକଡ଼ରେ ଥିବା ପଦ୍ମନାଭପୁର ସରସ୍ବତୀ ଉଚ୍ଚ ମାଧ୍ୟମିକ ବିଦ୍ୟାମନ୍ଦିର ପରିସରରେଠାରେ ଆଇନ...

କଳିଙ୍ଗା ଘାଟିରେ ଡ୍ରେନକୁ ଖସିଲା ବସ: ଘନ କୁହୁଡି ଯୋଗୁ…

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଓ କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟି ରେ ମାଟି ଓ ପଥର ଖସିବା ପରଠୁ ଘାଟିରେ କିଛି ଦିନ...

ଅଞ୍ଚଳ ପାଇଁ ଗୌରବ ଆଣିଲେ କଳାହାଣ୍ଡି ଛାତ୍ର ଟେକ: ଖେଳିଗଲା ଖୁସିର ଲହରୀ

କର୍ଲାମୁଣ୍ଡା, ୧୯।୧୨ (ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କୁର୍ଶୁଲାସ୍ଥିତ ଅମର ଡିଗ୍ରୀ କଲେଜର ଛାତ୍ର ଟେକ ବଗର୍ତ୍ତୀ ଆସନ୍ତା ଜାନୁଆରୀ ୨୬ରେ ନୂଆଦିଲ୍ଲୀ...

ବୃଦ୍ଧି ପାଉଛି ଶୀତ ପ୍ରକୋପ, ଏହି ଜିଲାରେ ଶନିବାର ସକାଳୁଆ ସ୍କୁଲ ହେବନି

ବ୍ରହ୍ମପୁର,୧୯ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଶିକ୍ଷାଧିକରୀଙ୍କ କାର୍ଯ୍ୟାଳୟର ଚିଠି ସଂଖ୍ୟା ୨୫୮୩୦ ଅନୁଯାୟୀ ଚଳିତ ସପ୍ତାହରୁ ଜିଲାର ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ...

ଚାଷୀଙ୍କ ଚେତାବନୀ: ୨୦ ସୁଦ୍ଧା ସମସ୍ତ ଟୋକନ ନ ଆସିଲେ ଆନ୍ଦୋଳନ ତୀବ୍ରତର

ଅତାବିରା/ଗୋଡ଼ଭଗା , ୧୯ା୧୨(ଯୁଧିଷ୍ଠିର ମହାପାତ୍ର/ସୁରେଶ ଦାସ):ଧାନର ଅଭାବୀ ବିକ୍ରି ସହ ୪ ଦଫା ଦାବି ନେଇ ରାଜ୍ୟ କୃଷକ ସଂଗଠନ ଗତ ୯ ତାରିଖ ଏନ୍‌ଏଚ୍‌...

ମଣ୍ଡିରୁ ଉଠୁନି ଧାନ, ଚାଷୀ ଅସନ୍ତୋଷ: ଦିନ ରାତି ଜଗି ବସିଛନ୍ତି ଚାଷୀ

ଅତାବିରା, ୧୯ା୧୨(ଯୁଧିଷ୍ଠିର ମହାପାତ୍ର):ବରଗଡ଼ ଜିଲାରେ ଗତ ମାସ ୨୮ ତାରିଖରୁ ମଣ୍ଡି ଖୋଲିଥିବା ବେଳେ ବର୍ତ୍ତମାନ ମଧ୍ୟ ଧାନ କିଣା ବିକା ସ୍ବାଭାବିକ ହୋଇପାରି ନାହିଁ...

୨୮ ତମ ପରବ ମୁଖ୍ୟ ସମାରୋହ ଉଦଘାଟିତ, ମନ ମୋହିଲା…

କୋରାପୁଟ,୧୮/୧୨(ଅମିତାଭ ବେହେରା ): ଜାତୀୟସ୍ତରୀୟ ଲୋକ ମହୋତ୍ସବ ପରବ-୨୦୨୫ର ମୁଖ୍ୟ ସମାରୋହ ସ୍ଥାୟୀ ପରବ ପଡ଼ିଆରେ ଗୁରୁବାର ସନ୍ଧ୍ୟାରେ ଉଦଘାଟିତ ହୋଇଛି । ନଗର ଉନ୍ନୟନ...

ଡିଜିଟାଲ ଆରେଷ୍ଟ ଜାଲରେ ଫସିଲେ ମହିଳା ଡାକ୍ତର, ୧୨ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ହରାଇଲେ

ରାୟଗଡା,୧୮।୧୨(ଆଶିଷ ରଞ୍ଜନ ପଣ୍ଡା)- ଡିଜିଟାଲ ଆରେଷ୍ଟ ହୋଇ ସାଇବର କ୍ରାଇମରେ ଫସିଛନ୍ତି ରାୟଗଡାର ଜଣେ ମହିଳା ଡାକ୍ତର। ରାୟଗଡା ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri