Posted inଜାତୀୟ

ଶରଦ ପାଓ୍ବାର ହେବେ କି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ !

ମୁମ୍ବାଇ,୫।୧୧: ମହାରାଷ୍ଟ୍ର ରାଜନୀତିକୁ ନେଇ ଚାଲିଛି ଅଙ୍କକଷା। ଶିବସେନା ଓ ଭାଜପା ମଧ୍ୟରେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଗଣିତ ଛିଡୁ ନ ଥିବା ବେଳେ ଏବେ ଶିବସେନା ସରକାର ଗଠନ କରିବାକୁ ପାଗ ଭିଡୁଛି। ଯାହା ଏବେ ମହାରାଷ୍ଟ୍ରର ରାଜନୀତିକୁ ସରଗରମ କରିଛି। ଶିବସେନା ମେଣ୍ଟ ପାଇଁ ଏନ୍‌ସିପି ଓ କଂଗ୍ରେସକୁ ନଜରରେ ରଖିଛି। ସେପଟେ କଂଗ୍ରେସ ବିନା ଏନ୍‌ସିପି ଶିବସେନା ସହ ମେଣ୍ଟ କରିବ ନାହିଁ ବୋଲି ସ୍ପଷ୍ଟ କରିଥିବା ବେଳେ ଶିବସେନା କିନ୍ତୁ ପରୋକ୍ଷରେ କହୁଛି ଏନ୍‌ସିପି ଆମ ସହ ଅଛି। ଏହି ସମୟରେ ଶିବସେନା ନେତା ସଞ୍ଜୟ ରାଉତ ତାଙ୍କ ନିକଟରେ ୧୭୫ ବିଧାୟକଙ୍କ ସମର୍ଥନ ରହିଥିବା କହୁଛନ୍ତି। ସେପଟେ ଖବରଦାତା ଯେତେବେଳେ ଏନ୍‌ସିପି ମୁଖ୍ୟ ଶରଦ ପାଓ୍ବାର ମୁଖ୍ୟମନ୍ତ୍ରୀ ହେବେ ବୋଲି ପ୍ରଶ୍ନ କରିଛନ୍ତି ସେତେବେଳେ ସଞ୍ଜୟ ଏହାକୁ ଏଡାଇ ଯାଇଛନ୍ତି। ସେ କହିଛନ୍ତି ପାଓ୍ବାର ହେଉଛନ୍ତି ଦିଲ୍ଲୀର ବଡ ନେତା ତାଙ୍କୁ ଆପଣମାନେ କାହିଁକି ମହାରାଷ୍ଟ୍ରକୁ ଭିଡୁଛନ୍ତି। ଏମିତି ଭାବେ ସେ ଖବରଦାତାଙ୍କ ପ୍ରଶ୍ନକୁ ଏଡାଇ ଯାଇଛନ୍ତି। ଏବେ ଆଲୋଚନା ହେଉଛି କି ଯଦିଓ ଶିବସେନା ଏନ୍‌ସିପି ସହ ମେଣ୍ଟ କରିବାକୁ ଚାହୁଁଛି ସେ କିନ୍ତୁ ଭାଜପା ସହ ଯେଉଁ ଖେଳ ଖେଳୁଛି ସେହି ଜିଦ୍‌ରେ ସେ ଅଟଳ ରହିବ ବୋଲି ଅନୁମାନ କରାଯାଉଛି। ଅର୍ଥାତ୍‌ ମୁଖ୍ୟମନ୍ତ୍ରୀ ପଦ ଶିବସେନା କାହାକୁ ଦେବାକୁ ରାଜି ନୁହେଁ ବୋଲି ଏକ ପ୍ରକାର ସ୍ପଷ୍ଟ ହୋଇଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଖବର ପ୍ରକାଶ ପରେ ମୁଖ୍ୟ ରାସ୍ତାରୁ ହଟିଲା ହମ୍ପ୍‌ସ, ସ୍ବାଗତ କରି ବୁଦ୍ଧିଜୀବୀ କହିଲେ…

ଦିଗପହଣ୍ଡି,୧୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଚିକିଟି-ନୂଆପଡ଼ା ମୁଖ୍ୟରାସ୍ତା ମେଡିକାଲ ଛକ ସାହାଣୀ ସାହି ନିକଟରେ ଅବୈଜ୍ଞାନିକ ଭାବେ ତିଆରି କରାଯାଇଥିବା ବେଆଇନ ହମ୍ପ୍‌ସରେ ଗତ…

ଛତ୍ରପୁରରେ ଜିଲାସ୍ତରୀୟ ସ୍ୱାଧୀନତା ଦିବସ, ଗଞ୍ଜାମର ଉନ୍ନତି ପାଇଁ ସରକାର ପ୍ରତିବଦ୍ଧ: ଆଇନ ମନ୍ତ୍ରୀ

ଛତ୍ରପୁର, ୧୫`୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରଠାରେ ଜିଲାସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହ ଆଡ଼ମ୍ବର ଓ ଉତ୍ସାହର ସହ ପାଳିତ…

ସିଂହ ରାଶିରେ ଏକାଠି ହେବେ ସୂର୍ଯ୍ୟ-ବୁଧ; ଧନ ଓ ସଫଳତାରେ ମିଳିବ ବଡ଼ ଲାଭ, ଏହି ୩ ରାଶିର ଗୋଲ୍ଡେନ୍ ଟାଇମ୍ ଆରମ୍ଭ…

ବୈଦିକ ଜ୍ୟୋତିଷ ଅନୁସାରେ, ଗ୍ରହମାନଙ୍କର ଗତି ଆମ ଜୀବନ ଉପରେ ଗଭୀର ପ୍ରଭାବ ପକାଇଥାଏ । ଗ୍ରହମାନଙ୍କର ରାଜକୁମାର ବୁଧ, ଆସନ୍ତା ଅଗଷ୍ଟ ୨୨ ତାରିଖରେ ସନ୍ଧ୍ୟା…

ବଲାଙ୍ଗୀରରେ ପତାକା ଉତ୍ତୋଳନ କଲେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, କହିଲେ ଏ ମାଟିର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ…

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ମନୋହରପୁର ରିଜର୍ଭ ପୋଲିସ ପଡ଼ିଆରେ ଶନିବାର ୮୦ ତମ ଜିଲା ସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଉଚ୍ଚଶିକ୍ଷା, କ୍ରୀଡ଼ା ଓ…

ତେଲ ବଜାରରେ ବଡ଼ ହଲଚଲ, ଅଗଷ୍ଟ ୧୫ରେ କମିଲା ପେଟ୍ରୋଲ ଦର? ଜାରି ହେଲା ନୂଆ ଦର…

ନୂଆଦିଲ୍ଲୀ,୧୫।୮: ପେଟ୍ରୋଲ-ଡିଜେଲ ଦରକୁ ନେଇ ଶନିବାର ଏକ ନୂଆ ଅପଡେଟ୍ ଆସିଛି। କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲ ସମେତ ପେଟ୍ରୋଲିୟମ୍ ରପ୍ତାନି ଉପରେ ଲାଗୁଥିବା ‘ୱିଣ୍ଡଫଲ୍…

ପ୍ରଧାନମନ୍ତ୍ରୀଙ୍କ ସହିତ ଲାଲକିଲ୍ଲାରେ ତ୍ରିରଙ୍ଗା ଉତ୍ତୋଳନ କରିଥିବା କ୍ୟାପଟେନ ସୋନିଆ ସିଂହ ଚୌହାନ କିଏ? ଜାଣନ୍ତୁ ତାଙ୍କ ବିଷୟରେ

ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସରେ, ପ୍ରଧାନମନ୍ତ୍ରୀ ଲାଲକିଲ୍ଲାର ପ୍ରାଚୀରରୁ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି, ଏହି ଐତିହାସିକ ମୁହୂର୍ତ୍ତ ଉପରେ ସମଗ୍ର ଦେଶର ନଜର ରହିଥିଲା। 21 ତୋପ…

ସୁନ୍ଦରଗଡ଼ରେ ଜାତୀୟ ପତାକା ଉତ୍ତୋଳନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ସୁନ୍ଦରଗଡ଼,୧୫ା୮(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ସଦରମହକୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ପାଳିତ ହୋଇଯାଇଛି। ସୁନ୍ଦରଗଡ଼ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତ୍ରାପଡ଼ିଆଠାରେ ଆୟୋଜିତ ଜିଲାସ୍ତରୀୟ ସମାରୋହରେ ଉପମୁଖ୍ୟମନ୍ତ୍ରୀ…

ଲାଲ୍‌କିଲ୍ଲାରେ ସ୍ୱାଧୀନତା ଦିବସ ସମାରୋହକୁ ଆସିଲେନି ରାହୁଲ ଗାନ୍ଧୀ, ଦିଲ୍ଲୀରେ ପଡିଲା ଚହଳ!

ନୂଆଦିଲ୍ଲୀ,୧୫।୮: କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଏବଂ ରାହୁଲ ଗାନ୍ଧୀ, କ୍ରମାଗତ ଦ୍ୱିତୀୟ ବର୍ଷ ପାଇଁ, ଲାଲକିଲ୍ଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଅନୁଷ୍ଠିତ ୮୦ତମ ସ୍ୱାଧୀନତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri