Posted inଖେଳ

ଶରନ-ଡିମୋଲିନରଙ୍କମ ବିଦାୟ

ପ୍ୟାରିସ, ୩୧ା୫ (ପି.ଟି.)- ଭାରତର ଡିଭିଜ ଶରନ ଏବଂ ତାଙ୍କ ବ୍ରାଜିଲିଆନ ପାର୍ଟନର ମାର୍ସିଲୋ ଡେମୋଲିନର ଚଳିତ ଫ୍ରେଞ୍ଚ ଓପନ ଗ୍ରାଣ୍ଡସ୍ଲାମ ଟେନିସ ପ୍ରତିଯୋଗିତାର ପ୍ରଥମ ରାଉଣ୍ଡରୁ ବିଦାୟ ନେଇଛନ୍ତି। ଶୁକ୍ରବାର ୮ମ ସିଡ୍‌ ହେନ୍‌ରୀ କୋଣ୍ଟିନେନ୍‌ ଏବଂ ଜନ୍‌ ପିଅର୍ସ ଅଣସିଡ୍‌ ଇଣ୍ଡୋ-ବ୍ରାଜିଲିଆନ ଯୋଡ଼ି ୬-୩, ୬-୪ ସେଟ୍‌ରେ ଇଣ୍ଡୋ- ବ୍ରାଜିଲଆନ ଯୋଡ଼ିଙ୍କୁ ପରାସ୍ତ କରିଛନ୍ତି। ଡିଭିଜ ଓ ଡିମୋଲିନର ଦୁଇଥର ସର୍ଭିସ ଡ୍ରପ୍‌ କରିଥିବାବେଳେ ସେମାନଙ୍କୁ ମିଳିଥିବା ଦୁଇଟି ବ୍ରେକ୍‌ର ସୁଯୋଗର ଉପଯୋଗ କରିପାରି ନ ଥିଲେ। ଡିଭିଜ-ଡିମୋଲିନର ଯୋଡ଼ିଙ୍କ ଏହାଥିଲା ଚତୁର୍ଥ ଟୁର୍ନାମେଣ୍ଟ। ଉଭୟେ ମ୍ୟୁନିକ୍‌ଠାରେ ଅନୁଷ୍ଠିତ ବିଏମ୍‌ଡବ୍ଲ୍ୟୁ ଓପନ୍‌ରେ ଶ୍ରେଷ୍ଠ ପ୍ରଦର୍ଶନ ସହ ରନର୍ସଅପ୍‌ ହୋଇଥିଲେ। ଡିଭିଜ ସିଜନ ଆରମ୍ଭରେ ନିଜ ଦେଶର ରୋହନ ବୋପାନ୍ନାଙ୍କୁ ସାଥୀ କରି ଖେଳିଥିଲେ। ଏହି ପାର୍ଟନରଶିପ୍‌ କିନ୍ତୁ ୩ ମାସ ତିଷ୍ଠି ଥିଲା। ଏହି ସମୟ ମଧ୍ୟରେ ୭ଟି ଟୁର୍ନାମେଣ୍ଟ ଖେଳିଥିଲେ। ୪ଥର ସେମାନଙ୍କ ପ୍ରଥମ ରାଉଣ୍ଡ ମ୍ୟାଚରେ ପରାଜିତ ହୋଇଥିଲେ। ଭାରତୀୟ ଯୋଡ଼ି କିନ୍ତୁ ପୁଣେଠାରେ ସିଜନ ଆରମ୍ଭ ଟାଟା ଓପନ୍‌ ମହାରାଷ୍ଟ୍ର ଟାଇଟଲ ଜିତିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି ଚାଖିବେ ବିଶ୍ୱ ପ୍ରତିନିଧି, ବଢ଼ିଲା ଓଡ଼ିଶାର ଗୌରବ

କୋରାପୁଟ,୧୨ା୯(ଅମିତାଭ ବେହେରା): କୋରାପୁଟର ପାହାଡ଼ିଆ ଅଞ୍ଚଳରେ ଆଦିବାସୀ ଚାଷୀଙ୍କ ଦ୍ୱାରା ଉତ୍ପାଦିତ ସୁଗନ୍ଧିତ କଫି ଏବେ ବିଶ୍ୱ ମଞ୍ଚରେ ପହଞ୍ଚିଛି। ନୂଆଦିଲ୍ଲୀରେ ଚାଲିଥିବା ୧୮ତମ ବ୍ରିକ୍ସ ଶିଖର…

ଭାଙ୍ଗିଲା ସ୍କୁଲ ଗୃହ କାନ୍ଥ, ପ୍ରଧାନ ଶିକ୍ଷକଙ୍କ ପାଖରେ ନାହିଁ…

ତୁମୁଡିବନ୍ଧ,୧୨ା୯(ଦୀପକ କୁମାର ପରାସେଠ): ଭାଙ୍ଗିଲା ପୁରୁଣା ବିଦ୍ୟାଳୟ ଗୃହର କାନ୍ଥ ଅଳ୍ପକେ ବର୍ତ୍ତିଲେ ଛାତ୍ରୀଛାତ୍ର। ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ପାଖରେ ନାହିଁ ସୂଚନା। ଏପରି ଘଟଣା କନ୍ଧମାଳ…

ଅଷ୍ଟ୍ରେଲିଆରେ ଇତିହାସ ରଚିଲା ପ୍ରବାସୀ ଓଡ଼ିଆଙ୍କ କାର୍ଯ୍ୟକ୍ରମ ‘ଝିଲ୍‌ମିଲ୍‌ ରାତି’, ସବ୍ୟସାଚୀ-ଅର୍ଚ୍ଚିତା ଯୋଗ ଦେଇ…

ସିଡ୍‌ନୀ: ପ୍ରଥମଥର ପାଇଁ ଓଡ଼ିଆ ସିନେ କଳାକାରମାନଙ୍କୁ ନେଇ ସିଡ୍‌ନୀ-ମେଲବୋର୍ନ ସହରରେ ଏକ ମେଗା ସାଂସ୍କୃତିକ କାର୍ଯ୍ୟକ୍ରମ ‘ଝିଲ୍‌ମିଲ୍‌ ରାତି’ ସଫଳତାର ସହ ଆୟୋଜିତ ହୋଇଯାଇଛି। ଏହି…

କଏଦୀ ଫେରାର, ଜେଲର ନିଲମ୍ବିତ

ନୂଆପଡ଼ା,୧୨ା୯(ମକାରୁ ବେମାଲ): ନୂଆପଡ଼ା ଉପକାରାଗାରରୁ କଏଦୀ ଫେରାର ହେବା ଘଟଣାରେ ଜେଲର ବଳରାମ ବିଶି ମାଝୀଙ୍କୁ ଶନିବାର ନିଲମ୍ବନ କରାଯାଇଛି। ଉପଜେଲର ସୁରକ୍ଷା ବ୍ୟବସ୍ଥାରେ ଅବହେଳାକୁ ନେଇ…

ମହିଳା ଏସିଆ କପ୍‌: ଫାଇନାଲରେ ଭାରତ-ଶ୍ରୀଲଙ୍କା ମହାମୁକାବିଲା, ଟାଇଟଲ ପାଇଁ କିଏ ଫେଭରାଇଟ୍‌ ଜାଣନ୍ତୁ…

ଦୁବାଇ,୧୨ା୯: ମହିଳା ଟି୨୦ ଏସିଆ କପ୍‌ କ୍ରିକେଟ ଟୁର୍ନାମେଣ୍ଟର ଫାଇନାଲ ମ୍ୟାଚ୍‌ ରବିବାର ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯିବ। ୭ ଥରର ବିଜେତା ଭାରତ ଟୁର୍ନାମେଣ୍ଟ…

ଲୁଟେରାଙ୍କଠାରୁ ନଗଦ ଟଙ୍କା-ବାଇକ୍‌ ସହ ଛୁରି ଜବତ, ପୁଣି ଜଣେ ଯୁବକ ଧରାପଡ଼ି…

ଝରିଗାଁ,୧୨ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ଜାରି ରହିଛି ବର୍ଷା: ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ବଢୁଛି ଜନ ଅସନ୍ତୋଷ

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଗତ ୪ ଦିନ ହେଲା ଲଘୁଚାପ ଜନିତ ବର୍ଷା ଜାରିରହିଛି। ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଥିବା ବେଳେ…

ଏକମ୍ବା ଗ୍ରାମରେ ଭାଲୁ ଆତଙ୍କ

ଝରିଗାଁ, ୧୨/୯ (କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଏକମ୍ବା ଗ୍ରାମରେ ଭାଲୁ ଆତଙ୍କ ଦେଖାଦେଇଛି। ଶନିବାର ସକାଳୁ ଏକମ୍ବା ଗ୍ରାମସ୍ଥିତ ଅଙ୍ଗନବାଡ଼ି କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?