ଶରୀର ଦାନ କରିବେ ଶିକ୍ଷୟିତ୍ରୀ

ସିମୁଳିଆ, ୨୪ା୧୦(ସନ୍ତୋଷ କୁମାର ନାୟକ)-ଏବେ ଶିକ୍ଷାଦାନ କରି ପିଲାମାନଙ୍କୁ ଶିକ୍ଷିତ କରୁଛନ୍ତି। ଜୀବନର ଅନ୍ତିମ ସମୟରେ ଅଙ୍ଗଦାନ ସହ ତାଙ୍କ ଶରୀରକୁ ମଧ୍ୟ ବିଜ୍ଞାନ ବିଭାଗର ଛାତ୍ରୀଛାତ୍ରଙ୍କୁ ଦାନ କରିବାକୁ ଇଚ୍ଛା ରଖିଛନ୍ତି ବାଲେଶ୍ୱର ଜିଲା ସିମୁଳିଆ ବ୍ଲକର ୬୦ବର୍ଷୀୟା ଶିକ୍ଷୟିତ୍ରୀ କୁନ୍ତଳା ଜେନା। ତାଙ୍କର ଏଭଳି ମନୋଭାବ ଅନ୍ୟମାନଙ୍କ ଲାଗି ଉଦାହରଣ ପାଲଟିଛି। କୁନ୍ତଳାଙ୍କ ଘର ସିମୁଳିଆ ବ୍ଲକ ବାଙ୍ଗରଖଡ଼ିଗଡ଼ିଆ ପଞ୍ଚାୟତର ବଣା ଗ୍ରାମରେ।
୧୯୮୭ ମସିହାରେ ସିଟି ପାସ୍‌୍‌ କରି ସେ ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ହଳଦିଆସାହି ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷୟିତ୍ରୀ ଭାବେ ଯୋଗ ଦେଇଥିଲେ। ପରେ ଧପଡ଼ା କଲୋନୀ ସ୍କୁଲ, ବନ୍ଧମାଳ ପ୍ରାଥମିକ ବିଦ୍ୟାଳୟ, ସିମୁଳିଆ ଓ ପରେ ବାଲେଶ୍ୱର ଜିଲା ସିମୁଳିଆ ବ୍ଲକର ଝାଟିଆ ପ୍ରାଥମିକ, ବେଲଗଡ଼ିଆ ପ୍ରାଥମିକ ଓ ବର୍ତ୍ତମାନ ବାଉରିପଦା ନୋଡ଼ାଲ ଉପ୍ରା ବିଦ୍ୟାଳୟରେ ସହକାରୀ ଶିକ୍ଷୟିତ୍ରୀ ରୂପେ ଅଛନ୍ତି। ଆସନ୍ତା ଫେବୃୟାରୀରେ ସେ ଅବସର ନେବେ। ତାଙ୍କ ସ୍ବାମୀ ଅର୍ଜୁନ ଯେନା ଜଣେ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ହୋଇଥିବାବେଳେ ପୁଅ ଅଜିତ, ଅମରଜିତ, ଝିଅ ଅନିମା ଓ ଅସୀମା ସମସ୍ତେ ଉଚ୍ଚ ଶିକ୍ଷିତ ହେବା ସହିତ ସ୍ବାବଲମ୍ବୀ ମଧ୍ୟ। ତେବେ ଶରୀର ଦାନ ପାଇଁ ପାରିବାରିକ ସମ୍ମତି ସମ୍ପର୍କରେ ଶିକ୍ଷୟିତ୍ରୀ କୁନ୍ତଳା କୁହନ୍ତି ପ୍ରଥମେ ପିଲାମାନେ ଅରାଜି ହେଉଥିଲେ। ତେବେ ଏ ସମ୍ପର୍କରେ ବୁଝାଇ ଦେବା ପରେ ପିଲାମାନଙ୍କର କୌଣସି ଅଭିଯୋଗ ନ ଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ସହ ଛାତ୍ରୀଛାତ୍ରଙ୍କ ଘମାଘୋଟ ସଂଘର୍ଷ: ଦିଲ୍ଲୀ ପରେ ଏବେ ଏଇଠି ତେଜିଲା ଆନ୍ଦୋଳନ, CJPକୁ ସମର୍ଥନ କରି…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ ସଂସଦ ଭବନ ମାର୍ଚ୍ଚ ସମୟରେ ଯେପରି ଚିତ୍ର ସାମ୍ନାକୁ ଆସିଥିଲା, କିଛି ସେହିପରି ଚିତ୍ର ବୁଧବାର ରାଜଧାନୀ ପାଟନାରେ ଦେଖିବାକୁ ମିଳିଛି। ‘ଆଇସା’ (AISA)…

ରଥଯାତ୍ରାରେ ଦ୍ୱିତୀୟ ଶିଶୁ ମୃତ୍ୟୁ: ପରିଚାଳନାକୁ ନେଇ ଉଠିଲା ପ୍ରଶ୍ନ

ପାରଳାଖେମୁଣ୍ଡି,୨୨ା୭(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିରେ ଚଳିତ ବର୍ଷର ରଥଯାତ୍ରା ଅବସରରେ ଘଟିଥିବା ଅଘଟଣାରେ ଆଉ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଛି। ଏଥିସହ ରଥଯାତ୍ରା ସମୟରେ ଘଟିଥିବା…

ବଡ଼ ଘୋଷଣା କଲେ ମୋଦି ସରକାର; ସିଜେପି ନେତାଙ୍କ ସହ ହେବ…

ନୂଆଦିଲ୍ଲୀ,୨୨ା୭: କକରୋଚ୍ ଜନତା ପାର୍ଟି (CJP) ର ନେତୃତ୍ୱରେ ପେପର ଲିକ୍ ବିରୋଧରେ ଆନ୍ଦୋଳନ ଜାରି ରହିଛି। ସଂସଦ ମାର୍ଚ୍ଚ ପରେ ବି ସିଜେପିର ପ୍ରତିବାଦ ଥମିନାହିଁ।…

ଉଦ୍ଧବ ଠାକ୍‌ରେଙ୍କୁ ସୁପ୍ରିମକୋର୍ଟଙ୍କ ବଡ଼ ଝଟ୍‌କା, ୬ ଏମ୍‌ପିଙ୍କ ମିଶ୍ରଣକୁ…

ନୂଆଦିଲ୍ଲୀ,୨୨ା୭: ଶିବସେନାରେ ମିଶ୍ରଣକୁ ଅନୁମୋଦନ କରିବା ପାଇଁ ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା ଦେଇଥିବା ଆଦେଶକୁ ବୁଧବାର ଅସ୍ଥାୟୀ ଭାବରେ ସ୍ଥଗିତ ରଖିବାକୁ ମନା କରିଦେଇଛନ୍ତି…

ପୌର ପରିଷଦ ଅଧ୍ୟକ୍ଷା,ଉପାଧ୍ୟକ୍ଷଙ୍କୁ ଭାଜପାର ସ୍ବାଗତ

ଗୁଣପୁର,୨୨।୭(ସୁଜାତା ପାଢ଼ୀ)- ନିକଟରେ ଗୁଣପୁର ପୌର ପରିଷଦ ଅଧ୍ୟକ୍ଷା ମମତା ଗୌଡ଼ ଓ ଉପାଧ୍ୟକ୍ଷ ଶିବପ୍ରସାଦ ଗୌଡ଼ ତାଙ୍କ ସମର୍ଥକଙ୍କ ସହ ବିଧିବଦ୍ଧ ଭାବେ ଭାଜପାରେ ଯୋଗଦାନ…

ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ, ସୂଚନା ଜାରି କରି ବିଭାଗ କହିଲା ଏହି…

ନୂଆଦିଲ୍ଲୀ,୨୨ା୭: ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ। ମେଟ୍ରୋ ରେଳ ନିଗମ (DMRC) ସୂଚନା ଦେଇଛି ଯେ, ଜାତୀୟ ରାଜଧାନୀରେ ସୁରକ୍ଷା କାରଣରୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ…

ସୋରିଷରେ ବିଶ୍ୱର କ୍ଷୁଦ୍ରତମ ରଥ ନିର୍ମାଣ କଲେ ପ୍ରତ୍ୟୁଷ

ଫୁଲବାଣୀ, ୨୨।୭(ରାକେଶ କୁମାର ରାଉତ):ସୋରିଷରେ ବିଶ୍ୱର ସବୁଠାରୁ କ୍ଷୁଦ୍ରତମ ରଥ ନିର୍ମାଣ ହୋଇଛି। ଏହା କରି ଦେଖାଇଛନ୍ତି କନ୍ଧମାଳ ଜିଲା ଫୁଲବାଣୀ ସହର ନଦୀଖଣ୍ଡିସାହିର ଯୁବଶିଳ୍ପୀ ଏନ.ପ୍ରତ୍ୟୁଷ…

ଗୋଟିଏ ରାତିରେ ଏକାଧିକ ସ୍ଥାନରେ ଚୋରି: ଅଞ୍ଚଳରେ ଖେଳିଗଲା ଆତଙ୍କ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ରାତିରେ ଏକାଧିକ ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଦାରିଙ୍ଗବାଡି ବଜାର ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri