ଶରୀର, ମନ ଓ ଆତ୍ମାକୁ ଯୋଡ଼େ ଯୋଗ

ନୂଆଦିଲ୍ଲୀ,୨୧।୬: ସଂସ୍କୃତର ‘ଯୁଜ୍‌’ ଧାତୁରୁ ଯୋଗର ଉତ୍ପତି; ଯାହାର ଅର୍ଥ ‘ଯୋଡ଼ିବା’। ଅର୍ଥାତ୍‌ ଶରୀର, ମନ ଏବଂ ଆତ୍ମାକୁ ଗୋଟିଏ ସୂତ୍ରରେ ଯୋଡ଼ିବା। ସ୍ପଷ୍ଟ ଶବ୍ଦରେ କହିଲେ, ଯୋଗର ଅର୍ଥ ଶାରୀରିକ ବ୍ୟାୟାମ, ଯେଉଁ ପ୍ରକ୍ରିୟାରେ ମନୁଷ୍ୟ ସୁସ୍ଥ ରହିବା ପାଇଁ ନିଜ ଶରୀରକୁ ମୋଡ଼ିଥାନ୍ତି, ଟାଣିଥାନ୍ତି, ସମ୍ପ୍ରସାରିତ କରିଥାନ୍ତି ଓ ଶ୍ୱାସ ନେବାର ଜଟିଳ ତରିକା ଆପଣେଇଥାନ୍ତି। ଯୋଗ ଦ୍ୱାରା ଉଭୟ ଶରୀର ଓ ମନ ସୁସ୍ଥ ରହିଥାଏ। ଏହା ମଧ୍ୟ ଜଣେ ବ୍ୟକ୍ତିର ଦିନଚର୍ଯ୍ୟାକୁ ସୁନ୍ଦର କରିଥାଏ। ଐତିହାସିକଙ୍କ କହିବାନୁସାରେ, ସଭ୍ୟତା ଆରମ୍ଭ ହେବା ଦିନଠୁ ଯୋଗ କରାଯାଇ ଆସୁଛି। ଯୋଗ ପାଞ୍ଚ ହଜାର ବର୍ଷ ବା ତା’ଠାରୁ ଆହୁରି ଏକ ପୁରାତନ ପ୍ରକ୍ରିୟା। ଏହା ମଧ୍ୟ କୁହାଯାଉଛି ଯେ, ଯୋଗର ପ୍ରଥମ ଗୁରୁ ହେଉଛନ୍ତି ଭଗବାନ ଶିବ। ପ୍ରାଚୀନତମ ବୃହତ ଆରଣ୍ୟକ ଉପନିଷଦରେ ମଧ୍ୟ ଯୋଗ ସମ୍ପର୍କରେ ଉଲ୍ଲେଖ ରହିଛି। ଭାଗବତ ଗୀତା ଓ ମହାଭାରତର ଶାନ୍ତିପର୍ବରେ ମଧ୍ୟ ଯୋଗ ସମ୍ପର୍କରେ ଉଲ୍ଲେଖ ଦେଖିବାକୁ ମିଳେ। ଆଦିଗୁରୁ ଭଗବାନ ଶିବଙ୍କ ପରେ ସାଧୁ, ମୁନି, ଋଷିମାନଙ୍କଠାରୁ ଯୋଗ ଆରମ୍ଭ ହୋଇଥିଲା ବୋଲି ବିଶ୍ୱାସ କରାଯାଏ। ଭଗବାନ ଶ୍ରୀକୃଷ୍ଣ, ମହାବୀର ଜୈନ ଓ ଗୌତମ ବୁଦ୍ଧ ମଧ୍ୟ ନିଜ ନିଜ ଶୈଳୀରେ ଯୋଗର ପ୍ରସାର କରିଛନ୍ତି। ଏହାପରେ ଋଷି ପତଞ୍ଜଳି ଯୋଗକୁ ଏକ ନୂଆ ପରିଚୟ ଦେଇଥିଲେ। ସେହି କାରଣରୁ ପତଞ୍ଜଳିଙ୍କୁ ଯୋଗର ଜନକ କୁହାଯାଏ।

ଜୁନ୍‌ ୨୧ କାହିଁକି?
ଜୁନ୍‌ ୨୧ ତାରିଖକୁ ଅନ୍ତଃରାଷ୍ଟ୍ରୀୟ ବା ବିଶ୍ୱ ଯୋଗ ଦିବସ ଭାବେ ବାଛିବା ପଛରେ ଉଭୟ ବୈଜ୍ଞାନିକ ଓ ପାରମ୍ପରିକ କାରଣ ରହିଛି। ଜ୍ୟୋତିର୍ବିଦ୍‌ଙ୍କ ମତରେ, ସୂର୍ଯ୍ୟଙ୍କ ଗତି ଦୁଇ ପ୍ରକାର -ଉତ୍ତରାୟଣ ଏବଂ ଦକ୍ଷିଣାୟନ। ଜୁନ୍‌ ୨୧ ତାରିଖରେ ସୂର୍ଯ୍ୟ ନିଜର ଗତି ପରିବର୍ତ୍ତନ କରନ୍ତି। ଅର୍ଥାତ୍‌ ଏହି ଦିନ ସେ ଉରାୟଣରୁ ଦକ୍ଷିଣାୟନକୁ ଯାଆନ୍ତି। ଫଳରେ ସୂର୍ଯ୍ୟଙ୍କ ତେଜ ଓ ତାପ କମ୍‌ ହୁଏ। ଅର୍ଥାତ୍‌ ଅଚାନକ ପାଗ ପରିବର୍ତ୍ତନ ହୁଏ। ଫଳରେ ପୃଥିବୀର ଗୋଟିଏ ଭାଗରେ ଅନେକ ପ୍ରକାର ରୋଗ ଜୀବାଣୁ ସକ୍ରିୟ ହୋଇଉଠନ୍ତି ଏବଂ ଲୋକମାନେ ନାନା ରୋଗରେ ପଡ଼ିବାର ଆଶଙ୍କା ଉପୁଜେ। ଏଭଳି ପରିସ୍ଥିତିରୁ ରକ୍ଷା ପାଇବା ପାଇଁ ଯୋଗ ଅଭ୍ୟାସ ନିହାତି ଜରୁରୀ। ଏହି କାରଣରୁ ଜୁନ୍‌ ୨୧କୁ ଯୋଗ ଦିବସ ଭାବେ ଚୟନ କରାଯାଇ ଯୋଗାଭ୍ୟାସ ପାଇଁ ଲୋକଙ୍କୁ ପ୍ରେରିତ କରାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାର ଲଢ଼ୁଆ ବିମାନକୁ ଖସାଇଲା ଇରାନ: ନାଗରିକଙ୍କୁ ଦେଲା ଏମିତି ଅଫର, ‘ପାଇଲଟ ଜୀବିତ ଥିଲେ…’

ଓ୍ବାଶିଂଟନ୍‌,୪।୪: ଇରାନରେ ଏକ ଆମେରିକୀୟ F-15E ଲଢ଼ୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫେବୃଆରୀ ୨୮ ତାରିଖରେ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଏହା ପ୍ରଥମ ଥର ପାଇଁ…

୪୦ କିମି ବେଗରେ ବହିବ ପବନ, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା: ସତର୍କ ସୂଚନା ଜାରି

ଭୁବନେଶ୍ୱର,୪।୪: ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ଥିବାରୁ ସତର୍କ ସୂଚନା ଜାରି ହୋଇଛି। ତେବେ ୨ଦିନ ପରେ ତାପମାତ୍ରା ୨ରୁ ୩ ଡିଗ୍ରୀ…

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri