ଶଶ୍ମାନରୁ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର ଅଭିଯୁକ୍ତଙ୍କୁ ଗିରଫ ଦାବିରେ ରାସ୍ତାରୋକୋ

ନୟାଗଡ଼ ଅଫିସ/ରଣପୁର (ସ୍ବ.ପ୍ର.),୨୧।୫-ନୟାଗଡ଼ ଜିଲା ରଣପୁର ଥାନା ନରେନ୍ଦ୍ରପୁର ପଞ୍ଚାୟତ ବିନୋଦପଡ଼ା ଗ୍ରାମ ଶ୍ମଶାନରୁ ଜଣେ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହକୁ ପୋଲିସ ଉଦ୍ଧାର କରିଛି। ମୃତକ ହେଲେ ଶୁଭ୍ରକେଶୀ ସ୍ବାଇଁ। ଅଭିଯୁକ୍ତଙ୍କୁ ଗିରଫ ଦାବିରେ ରାସ୍ତାରୋକୋ କରାଯାଇଛି।
ଯେ, କଟକ ଜିଲା ବାଙ୍କୀ ଥାନା ପାଟପୁର ଗ୍ରାମର ବାମଦେବ ସ୍ବାଇଁଙ୍କ ଝିଅ ଶୁଭ୍ରକେଶୀ ୬ ବର୍ଷ ତଳେ ବିନୋଦପଡ଼ା ଗ୍ରାମର ମନୋଜ ରାଉତଙ୍କୁ ବିବାହ କରିଥିଲେ। ବିବାହ ପରେ ତାଙ୍କର ଯାଆଁଳା ପୁଅ ଜନ୍ମ ହୋଇଥିଲା। ଏହାର କିଛି ବର୍ଷ ପରେ ସେ ଝିଅ ଜନ୍ମ ଦେଇଥିଲେ। ତେବେ ବାପଘରୁ ଅଧିକ ଯୌତୁକ ଆଣିବା ପାଇଁ ସ୍ବାମୀ ତାଙ୍କ ଉପରେ ଚାପ ପକାଇଥାନ୍ତି। ଏହି ଘଟଣାକୁ କେନ୍ଦ୍ର କରି ସ୍ବାମୀ ସ୍ତ୍ରୀଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥାଏ। ସୋମବାର ଅପରାହ୍ନରେ ଶୁଭ୍ରକେଶୀଙ୍କ ମୃତଦେହକୁ ଶାଶୁ ଘର ଲୋକ ଶଶ୍ମାନରେ ପୋଡ଼ୁଥିବା ବେଳେ କୌଣସି ସୂତ୍ରରୁ ଖବର ପାଇ ବାପଘର ଲୋକ ସେଠାରେ ପହଞ୍ଚତ୍ ଯାଇଥିଲେ। ସେମାନେ ମୃତଦେହ ଉପରେ ପାଣି ପକାଇ ନିଆଁ ଲିଭାଇ ଦେଇଥିଲେ। ପରେ ରଣପୁର ପୋଲିସକୁ ଖବର ଦେବାରୁ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ସେଠାରୁ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର କରିଥିଲା। ଶୁଭ୍ରକେଶୀଙ୍କ ସ୍ବାମୀ ଓ ଶାଶୁଘର ଲୋକ ଫେରାର୍‌ ଅଛନ୍ତି। ଯୌତୁକ ପାଇଁ ଶୁଭ୍ରକେଶୀଙ୍କୁ ହତ୍ୟା କରାଯାଇଥିବା ତାଙ୍କ ଭାଇ ମନୋରଞ୍ଜନ ସ୍ବାଇଁ ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୁକ୍ତମାନଙ୍କୁ ଗିରଫ ଦାବିରେ ସନ୍ଧ୍ୟା ୫ଟାରେ ମହିଳାଙ୍କ ପରିବାର ଓ ଗ୍ରାମବାସୀଙ୍କ ପକ୍ଷରୁ ବିନୋଦପଡ଼ା ଛକଠାରେ ରାସ୍ତାରୋକୋ କରାଯାଇଥିଲା। ଫଳରେ ଜାତୀୟ ରାଜପଥ-୫୭ରେ ଦୀର୍ଘ ସମୟ ଧରି ଯାନବାହନ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ଦମ୍‌ ଦେଖାଇଲେ ସ୍ପିନର: ସ୍କଟଲାଣ୍ଡକୁ ୫ଉଇକେଟରେ ହରାଇଲା ଇଂଲଣ୍ଡ

କୋଲକାତା,୧୪ା୨: ଭେଟେରାନ ଲେଗ୍‌ ସ୍ପିନର ଆଦିଲ ରଶିଦ(୩/୩୬)ଙ୍କ ୩ ଉଇକେଟ ସଫଳତା ଏବଂ ମିଡଲ ଓଭରରେ ଟମ୍‌ ବାଣ୍ଟନଙ୍କ ଆକର୍ଷଣୀୟ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ଇଂଲଣ୍ଡ ଚଳିତ…

ଭାରତ-ପାକିସ୍ତାନ ମ୍ୟାଚ୍‌ ଦେଖିବେ ବିସିବି ମୁଖ୍ୟ, ଜାଣନ୍ତୁ କହିଁକି…

କଲମ୍ବୋ,୧୪ା୨: ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ମୁଖ୍ୟ ଅନିମୁଲ ଇସ୍ଲାମ ବୁଲବୁଲ ରବିବାର ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ହାଇ ଭୋଲ୍ଟେଜ ଟି୨୦ ବିଶ୍ୱକପ୍‌…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri