Posted inଜାତୀୟ

ଶହୀଦ ଯବାନଙ୍କୁ କାନ୍ଧ ଦେଲେ ବୃଦ୍ଧା ମା’, ମୁଖାଗ୍ନୀ ଦେଲେ ୭ମାସର ପୁଅ

ଚଣ୍ଡିଗଡ଼,୨୯।୭: ପଞ୍ଜାବ ବଟାଲା ଗଁାର ପାବଲାରାଲି କାଲନ୍‌ରେ ଏକ ହୃଦୟ ବିଦାରକ ଚିତ୍ର ସାମ୍ନାକୁ ଆସିଛି। ଜଣେ ଶହୀଦ ଯବାନଙ୍କୁ ବୃଦ୍ଧା ମା’ କାନ୍ଧରେ କାନ୍ଧେଇଥିବା ବେଳେ ୭ମାସର ଶିଶୁପୁତ୍ର ତାଙ୍କୁ ମୁଖାଗ୍ନି ଦେଇଥିବା ଦେଖିବାକୁ ମିଳିଛି। ଜମ୍ମୁ କଶ୍ମୀର ଶ୍ରୀନଗର ନିକଟସ୍ଥ ମଛଲି ସେକ୍ଟରରେ ମୁତୟନ ହୋଇଥିବା ଲାନ୍ସ ନାୟକ ରଜିନ୍ଦର ସିଂହ ଆତଙ୍କବାଦୀଙ୍କୁ ନିପାତ କରିବା ସହ ନିଜେ ଶହୀଦ ହୋଇଥିଲେ। ରବିବାର ଶହୀଦ ଯବାନଙ୍କ ମୃତଦେହକୁ ତାଙ୍କର ପୈତୃକ ବାସଭବନ ପଞ୍ଜାବକୁ ଅଣାଯାଇଥିଲା। ଏହି ସମୟରେ ଶହୀଦଙ୍କ ମା’ ପଲବିନ୍ଦର କୌର ତାଙ୍କ ମୃତଦେହକୁ ନିଜ କାନ୍ଧରେ କାନ୍ଧେଇ ଶ୍ମଶାନକୁ ନେଇଥିଲେ। ଏହାପରେ ଶହୀଦଙ୍କ ଭାଇ ଓ ତାଙ୍କର ସାତ ମାସର ପୁଅ ତାଙ୍କୁ ମୁଖାଗ୍ନି ଦେଇଥିଲେ। ଏହି ଦୃଶ୍ୟ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ବେଳେ ସମସ୍ତଙ୍କୁ ଏହା ମର୍ମାହତ କରିଛି। ଗଁାକୁ ମୃତଦେହ ଆସିବା ପରେ ଶୋକାକୂଳ ପରିବେଶ ମଧ୍ୟରେ ଶହୀଦଙ୍କୁ ତୋପ ସଲାମି ଦିଆଯାଇ ଶେଷକୃତ୍ୟ ସମ୍ପନ୍ନ କରାଯାଇଥିଲା। ଅପରପକ୍ଷରେ ପଞ୍ଜାବ ସରକାରଙ୍କ ପକ୍ଷରୁ ଶହୀଦ ଯବାନଙ୍କ ପରିବାରଙ୍କୁ ୧୨ଲକ୍ଷ ଟଙ୍କା ସହାୟତା ରାଶି ଓ ଜଣେ ସଦସ୍ୟଙ୍କୁ ସରକାରୀ ଚାକିରୀ ଦିଆଯିବା ପାଇଁ ପ୍ରତିଶୃତି ଦିଆଯିବା ସହ ଗଁାରେ ଥିବା ସ୍କୁଲର ନାମକୁ ଶହୀଦଙ୍କ ନାମରେ ନାମିତ କରାଯିବ ବୋଲି ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri