ଶହୀଦଙ୍କୁ ଶ୍ରଦ୍ଧାଞ୍ଜଳି: ଚାଇନା ସାମଗ୍ରୀ ବର୍ଜନ କରିବାକୁ ଶପଥ

କୁଆମରା,୨୨ା୬(ଡି.ଏନ୍‌.ଏ.)- ଲଦାଖରେ ଚାଇନା ସେନାର ଅତର୍କିତ ଆକ୍ରମଣରେ ୨୦ ଭାରତୀୟ ଯବାନ ଶହୀଦ ହୋଇଛନ୍ତି। ଏଥିରେ ମୟୂରଭଞ୍ଜ ରାଇରଙ୍ଗପୁରର ନନ୍ଦୁରାମ ସୋରେନ ଓ କନ୍ଧମାଳ ରାଇକିଆର ଚନ୍ଦ୍ରକାନ୍ତ ପ୍ରଧାନ ମଧ୍ୟ ଶହୀଦ ହୋଇଛନ୍ତି। ଏହି ପରିପେକ୍ଷୀରେ ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ ପ୍ରେସ କ୍ଲବ ପକ୍ଷରୁ ଶହୀଦଙ୍କ ଆତ୍ମାର ସଦ୍‌ଗତି ନିମନ୍ତେ ନିରବ ପ୍ରାର୍ଥନା କରାଯାଇଥିଲା। କାର୍ଯ୍ୟକ୍ରମରେ ସ୍ଥାନୀୟ ଶତାଧିକ ଯୁବକ ଯୋଗଦାନ କରିଥିବା ବେଳେ କ୍ଲବର ସଭାପତି ନିମାଇଁ ପ୍ରସାଦ ଦାଶ ଅଧ୍ୟକ୍ଷତା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଖବରଦାତା ଚିତ୍ତରଞ୍ଜନ ଦଳେଇ, ଯୋଗେଶର ସାହୁ, ରଞ୍ଜନ କୁମାର ମଢୁଆଳ, ସମ୍ବିତ କୁମାର ରାଉତ, ଦୀପକ କୁମାର ଚୌଧୁରୀ, ମାଣିକ ହେମ୍ବ୍ରମ, ଜୟନ୍ତ କୁମାର ସ, ଶାନ୍ତନୁ ମଢୁଆଳ, ହିରେନ ରାୟ, ତପନ ପାତ୍ର, ସପୂର୍ଣ୍ଣ ହେମ୍ବ୍ରମ ପ୍ରମୁଖ ଯୋଗଦେଇ ଶହୀଦଙ୍କ ସମ୍ପର୍କରେ ଆଲୋଚନା କରିଥିଲେ। ପରେ ଭାରତ ମାତା କି ଜୟ ଓ ଶହୀଦ ଯବାନ ଅମର ରହେ ନାରାରେ ସଭାସ୍ଥଳ କମ୍ପି ଉଠିଥିଲା। ପ୍ରତ୍ୟେକ ନାଗରିକ ଚାଇନା ବସ୍ତୁ ପ୍ରତ୍ୟାହାର କରିବା ନିମନ୍ତେ ସଂକଳ୍ପ ଗ୍ରହଣ କରିବାକୁ ଆୟୋଜିତ କାର୍ଯ୍ୟକ୍ରମରେ ଆହ୍ବାନ ଦିଆଯାଇଥିଲା। ସେହିଭଳି ଉପସ୍ଥିତ ଯୁବପୀଢ଼ି ଓ ଖବରଦାତାମାନେ ଚାଇନା ସାମଗ୍ରୀ ବର୍ଜନ ନିମନ୍ତେ ଶପଥ ଗ୍ରହଣ କରିଥିଲେ। ପ୍ରେସ କ୍ଲବର ସମ୍ପାଦକ ଡ. କୁମାର ବାବୁଲି ଧନ୍ୟବାଦ ଅର୍ପଣ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ପଡ଼ୋଶୀଙ୍କ ଆକ୍ରମଣରେ ଜଣେ ଗୁରୁତର, ଠେଙ୍ଗାମାଡ଼ରେ…

ଦିଗପହଣ୍ଡି,୧୩ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡି. ଆମ୍ବଠା ଗ୍ରାମର ଧ୍ରୁବ ରାଉତ ତାଙ୍କ ପଡ଼ୋଶୀ ଅର୍ଜୁନ ନାହାକଙ୍କୁ ଶନିବାର ସକାଳ ପ୍ରାୟ ସାଢ଼େ…

ନିର୍ମାଣାଧୀନ କାର୍ଯ୍ୟ ପରିଦର୍ଶନ କଲେ ମନ୍ତ୍ରୀ, ସମୀକ୍ଷା କରି କହିଲେ…

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ରଘୁନାଥପୁର ଛକଠାରେ ନିର୍ମାଣାଧୀନ ରିଙ୍ଗ୍‌ରୋଡ୍‌କୁ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗର ମନ୍ତ୍ରୀ ପୃଥ୍ବୀରାଜ…

ବିବାହିତା ମହିଳାଙ୍କୁ ପ୍ରେମ କରିବା ପଡ଼ିଲା ମହଙ୍ଗା, ଯୁବକ ନେଲେ ଚରମ ନିଷ୍ପତ୍ତି…

ହାଟଡିହୀ/ଛେନାପଦୀ,୧୩ା୬(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ବଣିଆପଙ୍କ ଗ୍ରାମ ନିକଟରେ ଶନିବାର ଜଣେ ଯୁବକ ଜଣେ ବିବାହିତା ମହିଳାଙ୍କୁ ପ୍ରେମ କରି ଧକ୍କା ଖାଇବାରୁ…

ଆଇଟିଆଇରେ ଅଘଟଣ: ଦୁଇ ମହଲା ଛାତରୁ ଡେଇଁଲେ ଯୁବକ

କୁତ୍ରା,୧୩।୬(ଦେବାଶିଷ ସାହୁ): ସୁନ୍ଦରଗଡ ଜିଲା କୁତ୍ରା ବ୍ଲକ ଅନ୍ତର୍ଗତ ବିରିଙ୍ଗାଟୋଲିଠାରେ ଅବସ୍ଥିତ ହୃଦାନନ୍ଦ ଦାନୀ ଆଇଟିଆଇ ହଷ୍ଟେଲ ଛାତରୁ ଇଲେକ୍ଟ୍ରିକାଲ୍ ଦ୍ଵିତୀୟ ବର୍ଷ ଛାତ୍ର ଦୁଇ ମହଲା…

ବେନିୟମ କରତକଳ ଉପରେ ଚଢ଼ାଉ, ଖସିଗଲେ ଅଭିଯୁକ୍ତ

ଭଞ୍ଜନଗର,୧୩ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ଅନ୍ତର୍ଗତ ଖଇରପଟି ଗ୍ରାମ ନିକଟରେ ଖୋଲାରେ ଚାଲୁଥିବା ଏକ ବେନିୟମ କରତକଳ ଉପରେ…

ଆଖି ଆଗରେ ହୁତୁହୁତୁ ହୋଇ ଜଳିଗଲା ନଡିଆ ଗଛ: ଭାଇରାଲ ହେଉଛି ଭିଡିଓ…

ବଜ୍ରାଘାତରେ ହୁତୁହୁତୁ ହୋଇ ଜଳିଗଲା ନଡିଆ ଗଛ | ମୋହନା,୧୩।୬( ମନ୍ମଥ ମିଶ୍ର ): ବଜ୍ରାଘାତରେ ହୁତୁହୁତୁ ହୋଇ ଜଳିଗଲା ନଡିଆ ଗଛ । କିଛିଦିନ ହେବ…

ବିଜେଡି ପରାଜୟର ଗୁମର ଖୋଲିଲେ ଦଳୀୟ ବିଧାୟକ ଗୌତମବୁଦ୍ଧ ଦାସ, କହିଲେ ଅଧିକ…

ଭୁବନେଶ୍ୱର,୧୩ା୬: ପୁଣି ଥରେ ବିଜେଡି ପରାଜୟର କଥା ଦୋହରାଇଛନ୍ତି ବିଜେଡିର ଭୋଗରାଇ ବିଧାୟକ ଗୌତମବୁଦ୍ଧ ଦାସ। ନିଜ ନିର୍ବାଚନ ମଣ୍ଡଳୀର ଏକ କାର୍ଯ୍ୟକ୍ରମରେ ବିଧାୟକ ବିଜେଡିର ପରାଜୟ…

ପଟ୍ଟାଜମିରେ ଚାଲିଥିଲା ମାଇନିଂ ଗାଡ଼ି, ପ୍ରଶାସନର ପ୍ରତିଶ୍ରୁତି ପରେ ବି ମିଳିଲାନି ନ୍ୟାୟ, ଶେଷରେ…

ବଣାଇଁ,୧୩ା୬(ପ୍ରଦୀପ ତ୍ରିପାଠୀ): ଖଣି ସମୃଦ୍ଧ ସୁନ୍ଦରଗଡ଼ ଜିଲା କୋଇଡ଼ା ଅଞ୍ଚଳରୁ ଆସିଛି ପ୍ରଶାସନିକ ଅବହେଳା ଓ ଜନ ଅସନ୍ତୋଷର ଏକ ସାଂଘାତିକ ଚିତ୍ର। ନିଜ ପଟ୍ଟା ଜମି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri