ଶାନ୍ତ, ଭଦ୍ର, ନମ୍ର ଭାବନା ଉତ୍ତମ ପରିବେଶ ଦିଏ: ଗଜପତି

ସୋରଡ଼ା,୨୭ା୧୨(ଡି.ଏନ୍‌.ଏ.) -ସମାଜରେ ସବୁବର୍ଗର ଜନସାଧାରଣ ଶାନ୍ତ, ଭଦ୍ର, ନମ୍ରତା ଭାବ ରଖିବା ସହ ପ୍ରତିଟି ସମୟରେ ସକାରାତ୍ମକ ଚିନ୍ତାଧାରା ରଖିଲେ ସମାଜକୁ ଉତ୍ତମ ପରିବେଶ କରିହେବ। ସଂସ୍କୃତି, ପରମ୍ପରାକୁ ବଜାୟ ରଖିବା ଗୁରୁଜନ ପ୍ରତି ଭକ୍ତିଭାବ ରଖିବା, ପ୍ରତିଟି ବିଚାର ଧାରାକୁ ଶୃଙ୍ଖଳିତ ଭାବେ ଉପସ୍ଥାପନା କରିବା ହିଁ ଏକ ସୁସ୍ଥ ମାନସିକତା ବୋଲି ଗୁରୁବାର ଏଠାରେ ଆୟୋଜିତ ଅଷ୍ଟାଦଶ ଗୀତାଜ୍ଞାନୀ ଯଜ୍ଞ ଉଦ୍‌ଯାପନ ଉତ୍ସବ ଅବସରରେ ଅନୁଷ୍ଠିତ ପଞ୍ଚଦିବସୀୟ ଆଧ୍ୟାତ୍ମିକ ମହାସମ୍ମିଳନୀ, ସାଧାନା ଶିବିରରେ ଯୋଗ ଦେଇ ଗଜପତି ମହାରାଜା ଦିବ୍ୟସିଂହ ଦେବ କହିଛନ୍ତି। ଗୁରୁବାର ଅପରାହ୍ନରେ ଉଦ୍‌ଘାଟନୀ ଉତ୍ସବରେ ପ୍ରଥମରେ ବେଦପାଠ କରାଯାଇଥିଲା। ଧ୍ୱଜ ଉତ୍ତୋଳନ, ପ୍ରଦୀପ ପ୍ରଜ୍ଜ୍ୱଳନ ପରେ ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ଆସିଥିବା ସାଧୁସନ୍ଥମାନେ ଆଶୀର୍ବଚନ ପ୍ରଦାନ କରିଥିଲେ। ଏଥିରେ ବିଧାୟକ ପୂର୍ଣ୍ଣଚନ୍ଦ୍ର ସ୍ବାଇଁ, ଓୟୁଏଟି ପୂର୍ବତନ କୁଳପତି ଡ. ସୁରେନ୍ଦ୍ର ନାଥ ପଶୁପାଳକ, ବଡ଼ଗଡ଼ ରାଜା ସାହେବ କିଶୋର ଚରଣ ସିଂଙ୍କ ସମେତ ୧୧ଜଣ ବିଭିନ୍ନ ପ୍ରାନ୍ତର ସାଧୁମାନେ ମଞ୍ଚାସୀନ ଥିଲେ। ବିଭିନ୍ନ ଜିଲାରୁ ଶହଶହ ସଂଖ୍ୟାରେ ମହିଳା, ପୁରୁଷ ଶିବିରରେ ଯୋଗ ଦେଇଥିଲେ। ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ଏହା ଚାଲିବ। ହରିଦ୍ୱାର, ରାଞ୍ଚତ୍, ଭୁବନେଶ୍ୱର, ଋଷିକେଶ, ପୁରୀ, ପଞ୍ଜାବରୁ ଦିବ୍ୟଜୀବନ ଶାଖାର ସାଧୁମାନେ ଆସି ପହଞ୍ଚତ୍ଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ…

ଜନ୍ମଦିନରେ ଭାସିଯାଇ ଥିଲେ ଯୁବକ, ଦିନକ ପରେ ମିଳିଲା…

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ମାନେଶ୍ୱରସ୍ଥିତ ମାଳତୀଯୋରରେ ଭାସିଯାଇ ନିଖୋଜ ପ୍ରବାସୀ ଶ୍ରମିକ ପ୍ରକାଶ ସରଣ(୨୧)ଙ୍କ ମୃତଦେହକୁ ମାନେଶ୍ୱରର ଅଗ୍ନିଶମ ବାହିନୀ ଶୁକ୍ରବାର ଉଦ୍ଧାର…

ନଦୀରୁ ଦଳ କାଢ଼ିବା ବେଳେ ଅଘଟଣ, ଜଣେ ମୃତ, ଜଣେ ଗୁରୁତର

କେନ୍ଦ୍ରାପଡ଼ା, ୨୧।୮ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ବ୍ଲକ ସଦର ଥାନା ଅନ୍ତର୍ଗତ ମାଲୁଅ ନିକଟସ୍ଥ ଗୋବରୀ ନଦୀରେ ଶୁକ୍ରବାର ଏକ ଅଘଟଣ ଘଟିଛି। ନଦୀରେ ବନ୍ୟାଜଳର ସ୍ରୋତ…

ତପ୍ତପାଣି ରେ ମା ‘ କନ୍ଧୁଣୀ ଦେବୀ ଙ୍କୁ ଦର୍ଶନ କଲେ ବିଧାନସଭା ଗୃହ କମିଟି

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ରାଜ୍ୟ ବିଧାନସଭା ଗୃହ କମିଟି(ଉପସ୍ଥାପନ) ବ୍ରହ୍ମପୁର ଠାରୁ ଭାୟା ଦିଗପହଣ୍ଡି ଦେଇ ଶୁକ୍ରବାର ପୂର୍ବାହ୍ନ ପ୍ରାୟ ୧୧ ଟାରେ ଗଞ୍ଜାମ – ଗଜପତି…

ବନ୍ୟାରେ ବନ୍ୟଜନ୍ତୁ ଗାଁ ମୁହାଁ : ଦୁଇ ଜଣଙ୍କୁ ଆକ୍ରମଣ କଲା ବାରହା

ରାଜନଗର, ୨୧।୮ (ଭାସ୍କର ରାଉତରାୟ): ଭିତରକନିକା ଜଙ୍ଗଲରୁ ବନ୍ୟାଜଳରେ ଭାସି ଆସିଥିବା ଏକ ଜଙ୍ଗଲୀ ବାରହା ଶୁକ୍ରବାର ମଧ୍ୟାହ୍ନରେ ଓସ୍ତିଆ ପଞ୍ଚାୟତର ବନ୍ଧପଟଣା ଗାଁରେ ପଶି ଆତଙ୍କ…

ନିଯୁକ୍ତି ମେଳାରେ ୧୩୭ ପ୍ରାର୍ଥୀ ଚୟନ

କୋରାପୁଟ,୨୧ା୮(ଅମିତାଭ ବେହେରା): ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ) ପକ୍ଷରୁ ବୋର୍ଡ ଅଫ ପ୍ରାକ୍ଟିକାଲ ଟ୍ରେନିଂ (ଇଷ୍ଟର୍ଣ୍ଣ ରିଜିଅନ) ସହଯୋଗରେ ସୁନାବେଡ଼ାସ୍ଥିତ ବିଶ୍ୱବିଦ୍ୟାଳୟ ପରିସରରେ ସ୍ନାତକ ଛାତ୍ରୀଛାତ୍ରଙ୍କ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri