ଶାନ୍ତିଶୃଙ୍ଖଳାରେ ସରିଲା ପ୍ରଥମ ଦିବସର ପରୀକ୍ଷା

ମାଲକାନଗିରି,୧୯ା୨(ଡି.ଏନ.ଏ.): ରାଜ୍ୟରେ ବୁଧବାରଠାରୁ ଦଶମ ଶ୍ରେଣୀ ପରୀକ୍ଷା ଆରମ୍ଭ ହୋଇଛି। ପ୍ରଥମ ଦିବସର ପରୀକ୍ଷା ଜିଲାରେ ପ୍ରାୟ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଏଥିପାଇଁ ପ୍ରଶାସନ ପକ୍ଷରୁ କଡା ପଦକ୍ଷେପ ନିଆଯାଇଛି। ମାଲକାନଗିରି ଜିଲାରେ ୫୬୭୪ ପରୀକ୍ଷାର୍ଥୀଙ୍କ ମଧ୍ୟରୁ କେତେକ କେନ୍ଦ୍ରରେ ପରୀକ୍ଷାର୍ଥୀ ପରୀକ୍ଷା ଦେଇନାହାନ୍ତି। ତେବେ ନିର୍ଦ୍ଧିଷ୍ଟଭାବେ କେତେ ଜଣ ପରୀକ୍ଷା ଦେଇନାହାନ୍ତି ସେ ସମ୍ପର୍କରେ ଠିକ୍‌ ଖବର ସନ୍ଧ୍ୟାସୁଦ୍ଧା ମିଳିନାହିଁ ବୋଲି ଜିଲା ଶିକ୍ଷା ଅଧିକାରୀ ରମେଶ ଚନ୍ଦ୍ର ସେଠୀ କହିଛନ୍ତି। ସୂଚନାଯୋଗ୍ୟ ଯେ, ଜିଲାରେ ୫୩୧୨ ରେଗୁଲାର, ୩୪୨ ଏକ୍ସ ରେଗୁଲାର ଏବଂ ୨୦ ଜଣ ପତ୍ର ବିନିମୟ ମାଧ୍ୟମରେ ୩୨ଟି କେନ୍ଦ୍ରରେ ପରୀକ୍ଷା ଦେବାପାଇଁ ବ୍ରବସ୍ଥା ହୋଇଛି। ୧୧ଟି ସମ୍ବେଦନଶୀଳ କେନ୍ଦ୍ରରେ ସିସି କ୍ୟାମେରା ଲାଗିଛ। ପ୍ରତି ସେଣ୍ଟର ପାଇଁ ସୁପରିଣ୍ଟେଣ୍ଡେଣ୍ଟ, ନୋଡାଲ ଇନ୍‌ଚାର୍ଜ, ଡେପୁଟି ନୋଡାଲ ଇନ୍‌ଚାର୍ଜ ନିଯୁକ୍ତି ହୋଇଛନ୍ତି। ଥାନାରୁ ପ୍ରଶ୍ନପତ୍ର କେନ୍ଦ୍ରରେ ପହଞ୍ଚାଇବା ପାଇଁ ୧୦ ଅଧିକାରୀ ତଦାରଖ ଲାଗି ନିଯୁକ୍ତି ହୋଇଛନ୍ତି। ଜିଲା ପ୍ରଶାସନ ପକ୍ଷରୁ ୩୨ ପର୍ଯ୍ୟବେକ୍ଷକଙ୍କୁ ନିଯୁକ୍ତି କରାଯାଇଥିବା ବେଳେ ବୋର୍ଡରୁ ଏକ ସ୍ବତନ୍ତ୍ର ସ୍କ୍ବାଡ, ଜିଲା ଶିକ୍ଷା ଅଧିକାରୀଙ୍କ ତରଫରୁ ସ୍କ୍ବାଡ ଗଠନ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସିସିଟିଭିରେ ସେଲୋଟେପ୍ ଲଗାଇ ମୁଖ୍ୟ ଡାକ୍ତରଖାନାରୁ ଟିଭି ଚୋରି, ଆମ୍ବୁଲାନ୍ସ ଡ୍ରାଇଭର ଗିରଫ

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ଉପକଣ୍ଠ ଖେଦାପାଲି(ଟୁକୁର୍ଲା)ସ୍ଥିତ ଜିଲା ମୁଖ୍ୟ ଡାକ୍ତରଖାନାରୁ ଏଲ୍‌ଇଡି ଟିଭି ଚୋରି ଘଟଣାର ପର୍ଦ୍ଦାଫାଶ ହୋଇଛି। ଶନିବାର ଭଟଲି ଥାନା ପୋଲିସ ଏହି…

ଆକ୍ସନ ମୁଡ୍‌ରେ ଦାରିଙ୍ଗବାଡି ପୋଲିସ୍: ସପ୍ତାହରେ ଏକାଧିକ ଗାଡ଼ି ଜବତ, ନିୟମ ଖିଲାପକାରୀଙ୍କ ନିଦ ହଜାଇଲେ…

ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ଏବେ ଆକ୍ସନ ମୁଡ୍‌ରେ। ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀ ଏବଂ ବେପରୁଆ ଗାଡ଼ି ଚାଳକଙ୍କ ବିରୋଧରେ ପୋଲିସ…

ଆଫଗାନ ଶରଣାର୍ଥୀଙ୍କୁ ନେଇଯାଉଥିବା ଟ୍ରକ୍‌ ଦୁର୍ଘଟଣା, ଆଉ ତା’ପରେ…

କାବୁଲ,୩୦ା୫: ପାକିସ୍ତାନରୁ ଆଫଗାନ୍‌ ଶରଶାର୍ଥୀମାନଙ୍କୁ ନେଇ ଯାଉଥିବା ଏକ ଟ୍ରକ୍‌ ଶନିବାର ପୂର୍ବ ଆଫଗାନିସ୍ତାନର ଜାତୀୟ ରାଜପଥରେ ଓଲଟିପଡ଼ି ଦୁର୍ଘଟଣଗ୍ରସ୍ତ ହୋଇଛି। ଫଳରେ ୨୨ଜଣଙ୍କ ମୃତ୍ୟୁ ଘଟିବା…

ଭଞ୍ଜନଗରରେ କାଳବୈଶାଖୀର ତାଣ୍ଡବ: ପ୍ରବଳ ଝଡ଼ବର୍ଷା ଯୋଗୁ ବିଦ୍ୟୁତ୍ ସେବା ବିପର୍ଯ୍ୟସ୍ତ, ଗରମରୁ…

ଭଞ୍ଜନଗର, ୩୦।୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଓ ଏହାର ଆଖପାଖ ଅଞ୍ଚଳରେ ଶନିବାର ସନ୍ଧ୍ୟାରେ କାଳବୈଶାଖୀର ପ୍ରକୋପ ଦେଖିବାକୁ ମିଳିଛି। ସନ୍ଧ୍ୟା ପ୍ରାୟ ୬ଟା…

୩ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଶିବକୁମାର

ବେଙ୍ଗାଲୁରୁ,୩୦ା୫: କର୍ନାଟକ ପ୍ରଦେଶ କଂଗ୍ରେସ ସଭାପତି ଡି.କେ. ଶିବକୁମାର ଶନିବାର ବିଧାୟକ ଦଳ ନେତା ନିର୍ବାଚିତ ହୋଇଛନ୍ତି। ଜୁନ୍‌ ୩ରେ ସେ କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ…

ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ

ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦…

ବରଗଡ଼ ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀଙ୍କ ବିରୋଧରେ ମାମଲା ରୁଜୁ

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ଥାନାଛକରେ ରହିଥିବା ଧନୁଯାତ୍ରାର ସ୍ଥାୟୀ ତୋରଣ ଭାଙ୍ଗିବା ଘଟଣାରେ ସ୍ଥାନୀୟ ଟାଉନ ଥାନା ପୋଲିସ୍‌ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛି। ବରଗଡ଼ ପୌରାଧ୍ୟକ୍ଷା…

ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି

ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri