Posted inଖେଳ

ଶାମିଙ୍କ ନୂଆ ରେକର୍ଡ

ମୁମ୍ବାଇ,୩ା୧୧:ଭାରତୀୟ ଦ୍ରୁତ ବୋଲର ମହମ୍ମଦ ଶାମି ଏକ ନୂଆ ରେକର୍ଡ ନିଜ ନାମରେ କରିଛନ୍ତି। ଗୁରୁବାର ଶ୍ରୀଲଙ୍କା ବିପକ୍ଷରେ ୫ ଉଇକେଟ ନେବା ସହିତ ସେ ଭାରତୀୟ ବୋଲରଙ୍କ ମଧ୍ୟରେ ବିଶ୍ୱକପରେ ସର୍ବାଧିକ ଉଇକେଟ ନେବାର ରେକର୍ଡ କରିଛନ୍ତି। ଜାଭାଗଲ ଶ୍ରୀନାଥ ଓ ଜାହିର ଖାନ୍‌ ସମାନ ୪୪ ଉଇକେଟ ନେଇଥିଲେ ମଧ୍ୟ ଶାମି ଏହି ମ୍ୟାଚ୍‌ରେ ତାଙ୍କୁ ଅତିକ୍ରମ କରିଛନ୍ତି। ଏହି ମ୍ୟାଚ୍‌ ପୂର୍ବରୁ ଜାହିର ଓ ଶ୍ରୀନାଥଙ୍କ ସମକକ୍ଷ ହେବା ପାଇଁ ଶାମିଙ୍କୁ ୪ ଉଇକେଟର ଆବଶ୍ୟକତା ରହିଥିଲା। ଜାହିର ୨୩ ମ୍ୟାଚ୍‌ ଖେଳି ଓ ଶ୍ରୀନାଥ ୩୪ ମ୍ୟାଚ୍‌ ଖେଳି ୪୪ ଉଇକେଟ ନେଇଥିବା ବେଳେ ଶାମି ମାତ୍ର ୧୪ ମ୍ୟାଚ୍‌ରେ ତାଙ୍କୁ ଅତିକ୍ରମ କରିଛନ୍ତି। ବିଶ୍ୱକପ ପୂର୍ବରୁ ଶାମି ୧୧ ମ୍ୟାଚ୍‌ରୁ ୩୧ ଉଇକେଟ ନେଇ ଅନୀଲ କୁମ୍ବଲେଙ୍କ ରେକର୍ଡର ସମକକ୍ଷ ହୋଇଥିଲେ। ପ୍ରଥମ ୪ ମ୍ୟାଚ୍‌ରେ ତାଙ୍କୁ ସୁଯୋଗ ମିଳି ନ ଥିବା ବେଳେ ଧର୍ମଶାଳାରେ ନ୍ୟୁଜିଲାଣ୍ଡ ବିପକ୍ଷରେ ପ୍ରଥମ ମ୍ୟାଚ୍‌ ଖେଳିଥିଲେ। ଏହି ମ୍ୟାଚ୍‌ରେ ୫ ଉଇକେଟ ନେଇଥିବା ବେଳ ପରବର୍ତ୍ତୀ ମ୍ୟାଚରେ ୪ ଉଇକେଟ ନେଇଥିଲେ। ମୁମ୍ବାଇରେ ଗୁରୁବାର ନିଜ କ୍ୟାରିୟର ଶ୍ରେଷ୍ଠ ବୋଲିଂ କରିବା ସହିତ ଶାମି ଚତୁର୍ଥ ଥର ପାଇଁ ୫ ଉଇକେଟ ସଫଳତା ହାସଲ କରିଥିଲେ। ଏହା ସହ ଜାଭାଗଲ ଶ୍ରୀନାଥଙ୍କୁ ସେ ପଛରେ ପକାଇଛନ୍ତି। ଚଳିତ ବିଶ୍ୱକପର ତୃତୀୟ ମ୍ୟାଚରେ ଏହା ଶାମିଙ୍କ ଦ୍ୱିତୀୟ ୫ ଉଇକେଟ ସଫଳତା। ୩ ମ୍ୟାଚ୍‌ରୁ ୧୪ ଉଇକେଟ ନେଇ ଚଳିତ ବିଶ୍ୱକପର ସର୍ବାଧିକ ଉଇକେଟ ହାସଲକାରୀ ବୋଲରଙ୍କ ମଧ୍ୟରେ ୬ ନମ୍ବର ସ୍ଥାନରେ ରହିଛନ୍ତି ଶାମି।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ଦିର ଦର୍ଶନ ସାରି ଘରକୁ ଫେରୁଥିବାବେଳେ ମାରିଲା ଘଡ଼ଘଡ଼ି: ଆଉ ତା’ପରେ ଘଟିଲା…

ଦେବଗଡ଼,୨୨।୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ବଜ୍ରାଘାତରେ ୩ ଜଣଙ୍କ ମୃତ୍ୟୁ ଘଟିଛି। ବାରକୋଟ ବ୍ଲକ ବସାଲଇ ଅଞ୍ଚଳ…

ଗୋଲକିପରଙ୍କ ଦମ୍‌ଦାର ପ୍ରଦର୍ଶନ, ଇରାନର ନକ୍‌ଆଉଟ୍‌ ଆଶା ଉଜ୍ଜୀବିତ

ଇଙ୍ଗଲଉଡ୍‌,୨୨ା୬: ଚଳିତ ଫିଫା ବିଶ୍ୱକପ୍‌ରେ ସୋମବାର ଶକ୍ତିଶାଳୀ ବେଲଜିୟମ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍‌କୁ ୦-୦ ଗୋଲରେ ଇରାନ ଡ୍ର’ ରଖିଛି। ଏଥିସହିତ ଦଳ ନକ୍‌ଆଉଟ୍‌ ରାଉଣ୍ଡ ଅଭିମୁଖେ…

ମହିଳାଙ୍କୁ ବଳାତ୍କାର ପୋଲିସ ବାବୁଙ୍କୁ ପଡ଼ିଲା ମହଙ୍ଗା: ଶରଣକୂଳ ଥାନା ପୂର୍ବତନ ଆଇଆଇସି ନିଲମ୍ବିତ

ନୟାଗଡ଼,୨୨।୬(ଲୋକନାଥ ମିଶ୍ର):ନୟାଗଡ଼ ଜିଲା ଶରଣକୂଳ ଥାନାର ପୂର୍ବତନ ଆଇଆଇସି ସୁଜିତ କୁମାର ଦାସ ନିଲମ୍ବିତ। ଆଇଆଇସି ସୁଜିତ ଦାସଙ୍କୁ ନିଲମ୍ବନ କଲେ ଡିଜିପି। ଆଇଆଇସିଙ୍କ ବିରୋଧରେ ଯୌନ…

ଜୁନ ୨୯ରୁ ଶିମିଳିପାଳ ବନ୍ଦ: ଜାଣନ୍ତୁ କାହିଁକି

ବାରିପଦା,୨୨ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନ ପର୍ଯ୍ୟଟକ ଓ ଭ୍ରମଣକାରୀଙ୍କ ନିମନ୍ତେ ଜୁନ ୨୯ରୁ ବନ୍ଦ ରହିବ । ଏନେଇ ଶିମିଳିପାଳ ବ୍ୟାଘ୍ର…

ଜର୍ମାନୀକୁ ବଡ଼ ଝଟ୍‌କା: ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଲେ ଏହି ଡିଫେଣ୍ଡର

ଇଙ୍ଗଲଉଡ୍‌,୨୨ା୬- ଜର୍ମାନୀର ଡିଫେଣ୍ଡର ନିକୋ ସ୍କଲଟରବେକ ଚଳିତ ବିଶ୍ୱକପ୍‌ ଅବଶିଷ୍ଟାଂଶରୁ ବାଦ୍‌ ପଡ଼ିଛନ୍ତି। ଗତ ରବିବାର ଆଇଭରୀ କୋଷ୍ଟ ବିପକ୍ଷ ମ୍ୟାଚ୍‌ରେ ତାଙ୍କ ବାମ ଆଙ୍କଲରେ ଆଘାତ…

ଆଦିବାସୀଙ୍କ ପାରମ୍ପରିକ ସଡ୍ରା ପର୍ବ

ମୋହନା, ୨୩/୬/୨୬ (ମନ୍ମଥ ମିଶ୍ର): କୁଇ କନ୍ଧ ଆଦିବାସୀ ସମ୍ପ୍ରଦାୟର ନିଆରା ତଥା ପାରମ୍ପରିକ ସଡ୍ରା ପର୍ବ ଗଜପତି ଜିଲାର ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଅଞ୍ଚଳ ଭାଲିଆଗୁଡ଼ା…

ବ୍ଲକ ସ୍ତରୀୟ ସୁଭଦ୍ରା ଶକ୍ତି ସମାବେଶ

ରିଷିଡା, ୨୨/୬ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସ୍ଥିତ ସୁଭଦ୍ରା ଶକ୍ତି କେନ୍ଦ୍ରଠାରେ ବ୍ଲକ ସ୍ତରୀୟ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

କୂଅରେ ପଡ଼ି ଚାଲିଗଲା ଜୀବନ

ବୁଗୁଡା,୨୨ା୬(କାଳୀଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ନଗୁଡୁ ଗ୍ରାମରେ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। କୂଅରେ ପଡ଼ି ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri