ଶାସକ ଦଳର ନେତାଙ୍କ ପାଇଁ ଆଇନ ଅବାଟରେ ଯାଉଛି : କଂଗ୍ରେସ

ଭୁବନେଶ୍ୱର,୭ା୫(ବ୍ୟୁରୋ): ଶାସକ ବିଜୁ ଜନତା ଦଳର ନେତା ଓ ମନ୍ତ୍ରୀଙ୍କ ଯୋଗୁ ରାଜ୍ୟରେ ଆଇନ ଅବାଟରେ ଯାଉଛି ବୋଲି କଂଗ୍ରେସ ଅଭିଯୋଗ ଆଣିଛି। ଶୁକ୍ରବାର କଂଗ୍ରେସ ଭବନରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ବିଜେଡି ଓ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛି କଂଗ୍ରେସ। ଦଳର ମୁଖପାତ୍ର ମନୋରଞ୍ଜନ ଦାସ ଓ ଅମିୟ ପାଣ୍ଡବ କହିଛନ୍ତି, ମୁଖ୍ୟମନ୍ତ୍ରୀ ସବୁବେଳେ ଆଇନ ତା’ ବାଟରେ ଯିବ ବୋଲି କୁହନ୍ତି। କିନ୍ତୁ ଗୋଟିଏ ପରେ ଗୋଟିଏ ଅପରାଧରେ ଶାସକ ଦଳର ନେତା, ମନ୍ତ୍ରୀଙ୍କର ସମ୍ପୃକ୍ତି ଥିବା ଦେଖିବାକୁ ମିଳୁଛି। ଅପରାଧ ନିୟନ୍ତ୍ରଣ ଦାୟିତ୍ୱରେ ଥିବା ପୋଲିସ ପ୍ରଶାସନ ଏହି ଶାସକ ଦଳ ସମର୍ଥିତ ଗୁଣ୍ଡାଙ୍କ ସମର୍ଥକ ଓ ସୁରକ୍ଷା ଦାତା ସାଜିଛି। ରାଜ୍ୟରେ ବଳାତ୍କାର, ହତ୍ୟା, ମହିଳା ଓ ଶିଶୁ ନିର୍ଯ୍ୟାତନା, ଅପହରଣ ମାମଲାରେ ପୋଲିସ ଜାଣିଶୁଣି ଅଭିଯୋଗଗୁଡ଼ିକର ପଞ୍ଜୀକରଣ କରୁନାହିଁ। ବର୍ତ୍ତମାନ ‘ବିଜେଡି ସେ ବେଟି ବଚାଓ’ ଭଳି ସ୍ଲୋଗାନ ଆରମ୍ଭ ହୋଇଗଲାଣି ବୋଲି ସେମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଟିନ ଯିବେ ଆମେରିକା! ବଡ଼ ଘୋଷଣା କଲେ ଟ୍ରମ୍ପ ସରକାର, ଟେନସନରେ ଜେଲେନ୍ସକି

ଓ୍ବାଶିଂଟନ,୧୮।୧୨: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଏକ ଜଟିଳ ପ୍ରସଙ୍ଗ ହୋଇ ରହିଛି ଯାହାର ସମାଧାନ ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଧ୍ୟ...

ଚାଇନାକୁ ବଡ଼ ଝଟକା, ତାଇୱାନକୁ ଏହି ସାହାଯ୍ୟ କରିବେ ଟ୍ରମ୍ପ

ନୂଆଦିଲ୍ଲୀ,୧୮।୧୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପ୍ରଶାସନ ତାଇୱାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି । ଯାହା ଚାଇନାକୁ ଏକ ବଡ଼ ଧକ୍କା ଦେଇଛି...

ସୀମାନ୍ତରେ ପୋଲିସ-ମାଓବାଦୀ ଗୁଳି ବିନିମୟ, ୩ ମାଓବାଦୀ ସଫା

ମାଲକାନଗିରି,୧୮।୧୩(ଦୁର୍ଯ୍ୟୋଧନ ପାତ୍ର) ମାଲକାନଗିରି ସୀମାନ୍ତ ଛତିଶଗଡ ସୁକୁମା ଜିଲାରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ତିନିଜଣ ମାଓବାଦୀ ନିହତ ହୋଇଛନ୍ତିା ସୂଚନା...

ଚକରା ଘାଟିରେ ପର୍ଯ୍ୟଟକ-ଦନ୍ତା ମୁହାଁମୁହିଁ: ଲୋକେ ଆତଙ୍କିତ

ଭଞ୍ଜନଗର,୧୮।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ରେ ଦନ୍ତା ହାତୀମାନଙ୍କ ଦୌରାତ୍ମ ଦିନକୁ ଦିନ ବଢ଼ିବାରେ ଲାଗିଛି। ଯାହାକୁ ନେଇ ଜଙ୍ଗଲ...

ପରଲୋକରେ ଷ୍ଟାଚ୍ୟୁ ଅଫ ୟୁନିଟିର ନିର୍ମାତା: ଖେଳିଗଲା ଶୋକର ଲହରୀ

ନୋଏଡା,୧୮।୧୨: ପ୍ରସିଦ୍ଧ ମୂର୍ତ୍ତିକାର ରାମ ସୂତାରଙ୍କ ଦେହାନ୍ତ ହୋଇଛି। ସେ ପ୍ରାୟ ୧୦୦ ବର୍ଷ ବୟସରେ ନୋଏଡାର ସେକ୍ଟର ୧୯ସ୍ଥିତ ତାଙ୍କ ବାସଭବନରେ ଶେଷ ନିଶ୍ୱାସ...

ବାହାଘରରେ ଯୋଗ ଦେବାକୁ ଯାଉଥିବାବେଳେ ଅଘଟଣ: ୪୦ ଫୁଟ୍‌ ତଳକୁ ଖସିଲା ବୋଲେରୋ

ମୋରଡା,୧୮।୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଞ୍ଚଳରେ ଏକ ପୋଲରୁ ୪୦ ଫୁଟ୍‌ ତଳକୁ ବୋଲେରୋ ଖସି ପଡିଛି। ଫଳରେ ୩ ଜଣ ଗୁରୁତର...

୨୦୨୬ରୁ ଚମକିବ ୩ରାଶିଙ୍କ ଭାଗ୍ୟ, ଯାହା ଛୁଇଁବେ ପାଲଟିବ ସୁନା!

୨୦୨୬ ବର୍ଷ ପାଖେଇ ଆସୁଛି, ଏବଂ ଏହି ନୂତନ ବର୍ଷରେ ହେଉଥିବା ଗ୍ରହ ପରିବର୍ତ୍ତନ କିଛି ରାଶି ପାଇଁ ବିଶେଷ ସୌଭାଗ୍ୟ ଆଣିବ ବୋଲି କହିଛନ୍ତି...

୨୬ ମାର୍ଚ୍ଚରୁ IPL ଆରମ୍ଭ , ଏହି ଦିନ ଖେଳାଯିବ ଫାଇନାଲ; କାର୍ଯ୍ୟସୂଚୀ ଘୋଷଣାରେ ପାକିସ୍ତାନରେ ହଙ୍ଗାମା

ନୂଆଦିଲ୍ଲୀ,୧୮।୧୨: IPL ୨୦୨୬ ମିନି ନିଲାମ ପରେ, ସମସ୍ତ ୧୦ଟି ଦଳର ଦଳ ଚୂଡ଼ାନ୍ତ ହୋଇଛି। ଏହି ସମୟରେ, ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI)...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri