Posted inଜାତୀୟ

ଶାହ ଫୈଜଲଙ୍କ ବିରୋଧରେ ପିଏସ୍‌ଏରେ ମାମଲା

ଶ୍ରୀନଗର,୧୬ା୨(ପି.ଟି.): ପୂର୍ବତନ ଆଇଏଏସ୍‌ ଅଫିସରରୁ ରାଜନେତା ହୋଇଥିବା ଶାହ ଫୈଜଲଙ୍କ ବିରୋଧରେ ଜମ୍ମୁ-କଶ୍ମୀର ପ୍ରଶାସନ ସାଧାରଣ ନିରାପତ୍ତା ଆଇନ (ପିଏସ୍‌ଏ)ରେ ମାମଲା ରୁଜୁ କରିଛି। ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରଠାରୁ ଫୈଜଲ ଅଟକ ରହିଥିଲେ। ଶୁକ୍ରବାର ତାଙ୍କ ବିରୋଧରେ ପିଏସ୍‌ଏରେ ମାମଲା ରୁଜୁ ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ଉମାର ଅବ୍‌ଦୁଲ୍ଲା, ମେହବୁବା ମୁଫ୍‌ତିଙ୍କ ବିରୋଧରେ ପୂର୍ବରୁ ପିଏସ୍‌ଏ ଲାଗୁ ହୋଇଥିଲା। ଆଇନ ଶୃଙ୍ଖଳା କିମ୍ବା ରାଜ୍ୟର ସୁରକ୍ଷା ପ୍ରତି ବିପଦ ଦର୍ଶାଇ ଜଣେ ବ୍ୟକ୍ତିଙ୍କୁ ପିଏସ୍‌ଏରେ ୬ ମାସରୁ ୨ ବର୍ଷ ଅଟକ ରଖାଯାଇପାରିବ। ଗତବର୍ଷ ଅଗଷ୍ଟ ୧୩ ତାରିଖ ରାତିରେ ଫୈଜଲ ଇସ୍ତାନବୁଲ ଯିବା ପାଇଁ ଦିଲ୍ଲୀ ବିମାନବନ୍ଦରରେ ପହଞ୍ଚତ୍ଥିବାବେଳେ ତାଙ୍କୁ ଅଟକା ଯାଇ ଶ୍ରୀନଗର ଅଣାଯାଇଥିଲା। ସେବେଠାରୁ ସେ ଅଟକ ରହିଛନ୍ତି। ଫୈଜଲ ଆଇଏଏସ୍‌ ଅଫିସର ପଦବୀରୁ ଇସ୍ତଫା ଦେବା ପରେ ଜମ୍ମୁ-କଶ୍ମୀର ପିପୁଲ୍ସ ମୁଭ୍‌ମେଣ୍ଟ ନାମରେ ଏକ ଦଳ ଚଳାଉଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଗାମୀ ଦୁଇଦିନ ବଜ୍ରପାତ ସହ ପ୍ରବଳ ବର୍ଷା! ଏସବୁ ଜିଲାକୁ ହାଇ ଆଲର୍ଟ…

ନୂଆଦିଲ୍ଲୀ,୨୦।୨: ୨୪ ଘଣ୍ଟା ଭିତରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଅନୁଭୁତ ହୋଇଛି । ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ ଆଗାମୀ ୨…

DA Hike: କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ଆସିବ ଅଧିକ ଦରମା!

ନୂଆଦିଲ୍ଲୀ,୨୦।୨: ଖୁବଶୀଘ୍ର ଖୁସି ଖବର ଦେବାକୁ ଯାଉଛନ୍ତି ମୋଦି ସରକାର । ୧ କୋଟିରୁ ଅଧିକ କର୍ମଚାରୀ ଓ ପେନସନଭୋଗୀଙ୍କ ପାଇଁ ଖୁସି ଖବର ରହିଛି ।…

ଆଲୋକମାଳାରେ ଝଲସୁଛି ବ୍ରାହ୍ମଣୀଗାଁ: ନାମଯଜ୍ଞରେ କମ୍ପୁଛି ମୁକ୍ତେଶ୍ୱରଙ୍କ ପୀଠ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୦ା୨ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ଶ୍ରୀ ଶ୍ରୀ ମୁକ୍ତେଶ୍ୱର ମହାରୁଦ୍ରଙ୍କ ଜୀର୍ଣ୍ଣୋଦ୍ଧାର ଭବ୍ୟ ମନ୍ଦିର ଓ ହନୁମାନଙ୍କ ବିଗ୍ରହ ପ୍ରତିଷ୍ଠା ମହାସମାରୋହ…

ବକ୍ସାଇଟ୍‌ ଖଣି ଖନନ ପାଇଁ ଗ୍ରାମସଭା, ଏଥିରେ ରହିଛି ମୃତକଙ୍କ ଦସ୍ତଖତ, ପ୍ରତିବାଦରେ ଉତ୍ତେଜନା

ନନ୍ଦପୁର,୨୦ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବାଲଡ଼ା ନାଗେଶ୍ୱରୀ ପାହାଡ଼ ବକ୍ସାଇଟ ଖଣି ଖନନ ପାଇଁ ଗତ ଅକ୍ଟୋବର ୯ ତାରିଖରେ ବାଲଡ଼ା ଓ ବନୁରରେ…

Holi 2026: ମାର୍ଚ୍ଚ ୩ ନା ୪, ଏ ବର୍ଷ କେବେ ଖେଳିବେ ହୋଲି? ଜ୍ୟୋତିଷ କହିଦେଲେ…

ପ୍ରତିବର୍ଷ ଫାଲଗୁନ ମାସର ପୂର୍ଣ୍ଣିମା ଦିନ ରାତିରେ ହୋଲିକା ଦହନ କରାଯାଏ। ହୋଲିକା ଦହନ ପର୍ୱକୁ ମିଥ୍ୟା ଉପରେ ସତ୍ୟର ବିଜୟର ପ୍ରତୀକ ଭାବରେ ବିବେଚନା କରାଯାଏ।…

ଖୁବଶୀଘ୍ର ଭାରତ ଆସିବେ ଟ୍ରମ୍ପ! ଏହା ପୂର୍ବରୁ ହେଲା ବଡ଼ ଡିଲ୍‌

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୦।୨: ଭାରତ ଆମେରିକା ନେତୃତ୍ୱାଧୀନ ପାକ୍ସ ସିଲିକା ପଦକ୍ଷେପରେ ସାମିଲ ହୋଇଛି। ନୂଆଦିଲ୍ଲୀରେ ପାକ୍ସ ସିଲିକା ଘୋଷଣାପତ୍ର ସ୍ବାକ୍ଷର ସମାରୋହରେ ଭାରତରେ ଥିବା ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ…

ରୁଟି କେଉଁଠୁ ଆସିଥିଲା? ଭାରତ ସହ କ’ଣ ରହିଛି ଲିଙ୍କ୍‌…

ରୁଟି ହେଉଛି ମଣିଷଜାତିର ସବୁଠାରୁ ପୁରୁଣା ଖାଦ୍ୟ ମଧ୍ୟରୁ ଗୋଟିଏ। ଏହା ସଭ୍ୟତାର ଉତ୍ଥାନ ସହିତ ଗଭୀର ଭାବରେ ଜଡିତ। ଆଜି ରୁଟିକୁ ଭାରତୀୟ ଖାଦ୍ୟର ଏକ…

କଣାସରେ ପଶିଲା ଗୋଠଛଡ଼ା ହାତୀ

କଣାସ,୨୦ା୨(ବିଭୂତି ଭୂଷଣ ତ୍ରିପାଠୀ): ପ୍ରତ୍ୟେକ ବର୍ଷ ଧାନ ଫସଲ ଖାଇବା ପାଇଁ ବରୁଣେଇ ଜଙ୍ଗଲରୁ ହାତୀମାନେ କଣାସ ବ୍ଲକର ବିଭିନ୍ନ ପଞ୍ଚାୟତକୁ ଆସି ବ୍ୟାପକ ଫସଲ କ୍ଷତିଗ୍ରସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri