Posted inଜାତୀୟ

ଶାହ ମିଛ କହୁଛନ୍ତି: ଫାରୁକ୍‌

ଶ୍ରୀନଗର/ନୂଆଦିଲ୍ଲୀ, ୭ା୮(ପି.ଟି./ଆଇଏଏନ୍‌ଏସ୍‌): ସମ୍ବିଧାନ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ୍‌ ଅବ୍‌ଦୁଲ୍ଲା ମଙ୍ଗଳବାର କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଛନ୍ତି। ଶ୍ରୀନଗରସ୍ଥିତ ତାଙ୍କ ବାସଭବନରେ ଖବରଦାତାଙ୍କୁ ସମ୍ବୋଧିତ କରି ଫାରୁକ୍‌ କହିଛନ୍ତି, କେନ୍ଦ୍ର ଆମକୁ ହତ୍ୟା କରିବାକୁ ଚାହୁଁଛି। ଲୋକଙ୍କୁ ଜେଲ୍‌ରେ ଭର୍ତ୍ତି କରାଯାଉଛି। ପୁଅ ଓମାର ଅବ୍‌ଦୁଲ୍ଲାଙ୍କୁ ମଧ୍ୟ ବନ୍ଦୀ କରାଯାଇଛି। ଆମେ ଗ୍ରେନେଡ୍‌ ଫିଙ୍ଗିବା ବା ଟେକାମାଡ଼ କରିବା ଲୋକ ନୋହୁଁ। ମୋ ଭାରତ ସମସ୍ତଙ୍କ ପାଇଁ ଗଣତାନ୍ତ୍ରିକ ଓ ଧର୍ମନିରପେକ୍ଷ। ଆମେ ଶାନ୍ତିପୂର୍ଣ୍ଣ ଉପାୟରେ ପରିବର୍ତ୍ତନ ଚାହୁଁଛୁ। କେନ୍ଦ୍ର ସରକାର ଯାହା କରୁଛନ୍ତି, ତାହା ଅଗଣତାନ୍ତ୍ରିକ। ଆମକୁ ଗୃହବନ୍ଦୀ ରଖାଯାଇଥିବାବେଳେ ପ୍ରକୃତ ସ୍ଥିତିକୁ ନେଇ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହ ମିଛ କହୁଛନ୍ତି ବୋଲି ନ୍ୟାଶନାଲ କନ୍‌ଫରେନ୍ସ (ଏନ୍‌ସି) ଅଧ୍ୟକ୍ଷ ଫାରୁକ୍‌ ଅଭିଯୋଗ କରିଛନ୍ତି। ଫାରୁକ୍‌ଙ୍କ ମନ୍ତବ୍ୟ ପରେ ଲୋକ ସଭାରେ ବିରୋଧୀ ସଦସ୍ୟମାନେ ସରକାରଙ୍କୁ ଘେରିଥିବାବେଳେ ଶାହ ଏହାକୁ ଖଣ୍ଡନ କରିଛନ୍ତି। ଶାହ କହିଛନ୍ତି, ଫାରୁକ୍‌ଙ୍କୁ ଅଟକ ରଖାଯାଇନାହିଁ କିମ୍ବା ଗିରଫ କରାଯାଇନାହିଁ। ସେ ସ୍ବଇଚ୍ଛାରେ ତାଙ୍କ ଘରେ ଅଛନ୍ତି। ଫାରୁକ୍‌ ତାଙ୍କ ଘରୁ ବାହାରିବାକୁ ନ ଚାହିଁଲେ ତାଙ୍କୁ କ’ଣ ବନ୍ଧୁକମୁନରେ ବାହାରକୁ ଅଣାଯିବ ବୋଲି ଶାହ ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କର୍‌କରେଙ୍କ ହତ୍ୟାକାରୀ ଆର୍‌ଏସ୍‌ଏସ୍‌ ସହ ଜଡ଼ିତ: କଂଗ୍ରେସ ନେତାଙ୍କ ଦାବିକୁ ନେଇ ବିବାଦ

ମୁମ୍ବାଇ,୬ା୫:୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣ ବେଳେ ଆତଙ୍କବାଦ ନିରୋଧୀ ସ୍କ୍ବାଡ୍‌ (ଏଟିଏସ୍‌)ର ତତ୍କାଳୀନ ମୁଖ୍ୟ ହେମନ୍ତ କର୍‌କରେଙ୍କୁ ଆତଙ୍କବାଦୀ ଅଜମଲ କସବ ହତ୍ୟା କରି ନ...

ବିପତ୍ତି ଡାକୁଛି ଜଙ୍ଗଲ ନିଆଁ

ଡେରାଡୁନ୍‌,୬ା୫:ଉତ୍ତରାଖଣ୍ଡ ଜଙ୍ଗଲରେ ଗତ ନଭେମ୍ବରରୁ ଅଦ୍ୟାବଧି ୮୮୬ ଥର ନିଅଁା ଲାଗିଛି। ବନାଗ୍ନିରେ ୩ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଜାଣିଶୁଣି ନିଆଁ ଲଗାଇବା ଅଭିଯୋଗରେ ୬୪...

ରୋହିତ ବେମୁଲାଙ୍କ ଆତ୍ମହତ୍ୟାର ପୁଣି ତଦନ୍ତ କରିବେ ତେଲଙ୍ଗାନା ସରକାର

ହାଇଦ୍ରାବାଦ, ୫।୫:ବହୁ ଚର୍ଚ୍ଚିତ ରୋହିତ ବେମୁଲା ଆତ୍ମହତ୍ୟା ମାମଲାରେ ସାଇବରାବାଦ ପୋଲିସ ପକ୍ଷରୁ ଜାରି ହୋଇଥିବା କ୍ଲୋଜର ରିପୋର୍ଟକୁ ନେଇ ରୋହିତଙ୍କ ପରିବାର ପକ୍ଷରୁ ଅସନ୍ତୋଷ...

ରାମଲାଲାଙ୍କୁ ସାଷ୍ଟାଙ୍ଗ ପ୍ରଣିପାତ କରି ରୋଡ ଶୋ’ରେ ବାହାରିଲେ ମୋଦି

ଅଯୋଧ୍ୟା,୫।୫: ଜାନୁଆରୀ ୨୨ରେ ରାମ ମନ୍ଦିରର ଉଦଘାଟନ ପରେ ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ରାମ ଲାଲାଙ୍କ ଦର୍ଶନ ପାଇବା ପାଇଁ...

ଗଧରେ ଚଢ଼ି ନାମାଙ୍କନ ଦାଖଲ ପାଇଁ ପହଞ୍ଚିଲେ ପ୍ରାର୍ଥୀ

ଗୋପାଳଗଞ୍ଜ,୫।୫ଚଳିତ ଲୋକ ସଭା ନିର୍ବାଚନରେ ବିଭିନ୍ନ ପ୍ରାର୍ଥୀଙ୍କ ଅଜବ ଗଜବ ରଙ୍ଗ ଥମିବାର ନାଁ ନେଉନାହିଁ। ବିହାରର ଗୋପାଳଗଞ୍ଜ ଲୋକ ସଭା ଆସନରୁ ଜଣେ ସ୍ବାଧୀନ...

ମେହେବୁବା ମୁଫତିଙ୍କୁ ନୋଟିସ ଜାରି କଲେ ନିର୍ବାଚନ ଆୟୋଗ

ଶ୍ରୀନଗର,୫।୫: ଲୋକ ସଭା ନିର୍ବାଚନରେ ତୃତୀୟ ପର୍ଯ୍ୟାୟ ଭୋଟ ଦେବା ପୂର୍ବରୁ ରବିବାର (ମେ ୫) ପିଡିପି ସଭାପତି ମେହବୁବା ମୁଫତିଙ୍କୁ ଏକ ସୋ କଜ...

ନୁପୂର ଶର୍ମାଙ୍କୁ ହତ୍ୟା ଧମକ ଦେଇଥିବା ମୌଲବୀ ଗିରଫ

ସୁରଟ,୫ା୫: ଭାଜପାର ପୂର୍ବତନ ମୁଖପାତ୍ର ନୁପୂର ଶର୍ମାଙ୍କୁ ହତ୍ୟା ଧମକ ଦେବା ସହ ହିନ୍ଦୁ ସଂଗଠନର ଜଣେ ନେତାଙ୍କୁ ହତ୍ୟା ଯୋଜନା କରିଥିବା ଅଭିଯୋଗରେ ସୁରଟର...

ଗୁରୁଦ୍ୱାରାରେ ଯୁବକଙ୍କୁ ପିଟିପିଟି ମାରିଦେଲେ

ଚଣ୍ଡିଗଡ଼,୫ା୫: ପଞ୍ଜାବର ଫିରୋଜପୁରସ୍ଥିତ ଗୁରୁଦ୍ୱାରାରେ ଜଣେ ୧୯ ବର୍ଷୀୟ ଯୁବକ ପ୍ରବେଶ କରି ପବିତ୍ର ଗୁରୁଗ୍ରନ୍ଥ ସାହିବ୍‌ର କେତେକ ପୃଷ୍ଠା ଚିରିଦେବା ଅଭିଯୋଗରେ ଉତ୍ତ୍ୟକ୍ତ ଲୋକେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri