Posted inଜାତୀୟ

ଶାହ ମିଛ କହୁଛନ୍ତି: ଫାରୁକ୍‌

ଶ୍ରୀନଗର/ନୂଆଦିଲ୍ଲୀ, ୭ା୮(ପି.ଟି./ଆଇଏଏନ୍‌ଏସ୍‌): ସମ୍ବିଧାନ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ୍‌ ଅବ୍‌ଦୁଲ୍ଲା ମଙ୍ଗଳବାର କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଛନ୍ତି। ଶ୍ରୀନଗରସ୍ଥିତ ତାଙ୍କ ବାସଭବନରେ ଖବରଦାତାଙ୍କୁ ସମ୍ବୋଧିତ କରି ଫାରୁକ୍‌ କହିଛନ୍ତି, କେନ୍ଦ୍ର ଆମକୁ ହତ୍ୟା କରିବାକୁ ଚାହୁଁଛି। ଲୋକଙ୍କୁ ଜେଲ୍‌ରେ ଭର୍ତ୍ତି କରାଯାଉଛି। ପୁଅ ଓମାର ଅବ୍‌ଦୁଲ୍ଲାଙ୍କୁ ମଧ୍ୟ ବନ୍ଦୀ କରାଯାଇଛି। ଆମେ ଗ୍ରେନେଡ୍‌ ଫିଙ୍ଗିବା ବା ଟେକାମାଡ଼ କରିବା ଲୋକ ନୋହୁଁ। ମୋ ଭାରତ ସମସ୍ତଙ୍କ ପାଇଁ ଗଣତାନ୍ତ୍ରିକ ଓ ଧର୍ମନିରପେକ୍ଷ। ଆମେ ଶାନ୍ତିପୂର୍ଣ୍ଣ ଉପାୟରେ ପରିବର୍ତ୍ତନ ଚାହୁଁଛୁ। କେନ୍ଦ୍ର ସରକାର ଯାହା କରୁଛନ୍ତି, ତାହା ଅଗଣତାନ୍ତ୍ରିକ। ଆମକୁ ଗୃହବନ୍ଦୀ ରଖାଯାଇଥିବାବେଳେ ପ୍ରକୃତ ସ୍ଥିତିକୁ ନେଇ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହ ମିଛ କହୁଛନ୍ତି ବୋଲି ନ୍ୟାଶନାଲ କନ୍‌ଫରେନ୍ସ (ଏନ୍‌ସି) ଅଧ୍ୟକ୍ଷ ଫାରୁକ୍‌ ଅଭିଯୋଗ କରିଛନ୍ତି। ଫାରୁକ୍‌ଙ୍କ ମନ୍ତବ୍ୟ ପରେ ଲୋକ ସଭାରେ ବିରୋଧୀ ସଦସ୍ୟମାନେ ସରକାରଙ୍କୁ ଘେରିଥିବାବେଳେ ଶାହ ଏହାକୁ ଖଣ୍ଡନ କରିଛନ୍ତି। ଶାହ କହିଛନ୍ତି, ଫାରୁକ୍‌ଙ୍କୁ ଅଟକ ରଖାଯାଇନାହିଁ କିମ୍ବା ଗିରଫ କରାଯାଇନାହିଁ। ସେ ସ୍ବଇଚ୍ଛାରେ ତାଙ୍କ ଘରେ ଅଛନ୍ତି। ଫାରୁକ୍‌ ତାଙ୍କ ଘରୁ ବାହାରିବାକୁ ନ ଚାହିଁଲେ ତାଙ୍କୁ କ’ଣ ବନ୍ଧୁକମୁନରେ ବାହାରକୁ ଅଣାଯିବ ବୋଲି ଶାହ ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୭ରୁ ୧୩ ସେପ୍ଟେମ୍ୱର ଯାଏ ଏହି ୪ରାଶିଙ୍କୁ ମିଳିବ ବଡ଼ ଲାଭ; ହୁ ହୁ ହୋଇ ବଢିବ ଇନକମ୍‌, ଘରକୁ ଆସିବ ଖୁସି ଖବର

ସେପ୍ଟେମ୍ୱର ମାସର ଦ୍ୱିତୀୟ ସପ୍ତାହ କିଛି ରାଶିର ବ୍ୟକ୍ତିବିଶେଷଙ୍କ ପାଇଁ ଖୁସି ଏବଂ ସଫଳତାର ଉପହାର ନେଇ ଆସିଛି। ଏହି ସମୟ ମଧ୍ୟରେ ମନମୁତାବକ ଲାଭ ମିଳିବା…

ମନ୍ତ୍ରୀଙ୍କ ପ୍ରଦର୍ଶନ ଉପରେ ମୋଦିଙ୍କ ନଜର, କ୍ୟାବିନେଟ୍ ଅଦଳବଦଳ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୬ା୯: ମନ୍ତ୍ରୀମାନଙ୍କ କାର୍ଯ୍ୟଧାରା ଓ ବିଭିନ୍ନ ମନ୍ତ୍ରଣାଳୟର ପ୍ରଦର୍ଶନକୁ ନେଇ ସୋମବାର ସନ୍ଧ୍ୟାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ବୈଠକରେ ଅଧ୍ୟକ୍ଷତା…

ଗାଁରେ ମାଙ୍କଡ଼ ଆତଙ୍କ: ଦୁଇଜଣଙ୍କୁ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ ପରେ…

ବଞ୍ଚୋ,୬ା୯(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ମୋଚିନ୍ଦା ଗ୍ରାମରେ ଏକ ବୁଲା ମାଙ୍କଡ଼ର ଉତ୍ପାତକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଭୟ ଓ ଆତଙ୍କ ଦେଖାଦେଇଛି। ଗ୍ରାମ…

ପାଳନ ହେବ ଘୁମୁସର ଦିବସ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯିବ…

ଭଞ୍ଜନଗର,୬ା୯(ବାବୁଲା ପ୍ରଧାନ): ଘୁମୁସର ବିକାଶ ପରିଷଦର ଏକ ବୈଠକ ଭଞ୍ଜନଗରଠାରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ପରିଷଦର ବରିଷ୍ଠ କର୍ମକର୍ତ୍ତା ସୋମନାଥ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଘୁମୁସର…

TVK ନେତାଙ୍କୁ ବୀଭତ୍ସ ହତ୍ୟା, କାର୍ଯ୍ୟାଳୟକୁ ଯାଉଥିବା ବେଳେ ହାଣିଦେଲେ

ଚେନ୍ନାଇ,୬।୯: ତାମିଲନାଡୁର ଚେନ୍ନାଇରେ ଜଣେ ବ୍ୟକ୍ତିଙ୍କୁ ବୀଭତ୍ସ ଭାବେ ହତ୍ୟା କରାଯାଇଛି । ମୃତକଙ୍କ ନାମ କନ୍ନନ ବୋଲି ଜଣାପଡ଼ିଛି। ସୂଚନା ଅନୁସାରେ, କନ୍ନନ ନିକଟରେ ଶାସକ…

ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ହେଲେ ପ୍ରଦେଶ କଂଗ୍ରେସ କମିଟି ସାଧାରଣ ସମ୍ପାଦକ:  ଚାରିଆଡୁ ଛୁଟୁଛି ଶୁଭେତ୍ସାର ସୁଅ 

ଦିଗପହଣ୍ଡି,୬|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡାଙ୍କୁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି(ପିସିସି)ର ସାଧାରଣ ସମ୍ପାଦକ ଭାବେ ନିଯୁକ୍ତ କରାଯାଇଥିବା ଜଣାପଡିଛି।…

ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ନେଇ…

ବଲାଙ୍ଗୀର,୬ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଓକିଲ ସଂଘ ପକ୍ଷରୁ ରବିବାର ହାଇକୋର୍ଟ ଜ୍ୟୋତିଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ବଲାଙ୍ଗୀରଠାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା କରାଯିବାକୁ…

ଢେଙ୍କାନାଳ ଶକ୍ତି ସୁଗାର ନିକଟରେ ରାସ୍ତାରୁ ଖାଲକୁ ଖସିଲା ଚଳନ୍ତା ବସ୍‌: ୫୦ ଯାତ୍ରୀ…

ଢେଙ୍କାନାଳ, ୬।୯: ଢେଙ୍କାନାଳ ଶକ୍ତି ସୁଗାର ନିକଟରେ ରବିବାର ଏକ ଚଳନ୍ତା ଯାତ୍ରୀବାହୀ ବସ୍‌ ରାସ୍ତାରୁ ଖାଲକୁ ଖସିପଡ଼ିଥିବା ଜଣାପଡ଼ିଛି। ବସ୍‌ଟି କେନ୍ଦୁଝର ଜିଲାର ତେଲକୋଇରୁ ଭୁବନେଶ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri