ଶାହରୁଖଙ୍କୁ ପ୍ରଶଂସକଙ୍କ ଧମକ

ମୁମ୍ବାଇ: କିଛି ଦିନ ହେବ ବଡ଼ ପରାଦାରୁ ଦୂରେଇ ରହିଛନ୍ତି ବଲିଉଡ୍‌ ବାଦଶାହ। ଶେଷଥର ନିର୍ଦ୍ଦେଶକ ଆନନ୍ଦ ଏଲ୍‌ ରୟଙ୍କ ଫିଲ୍ମ ‘ଜିରୋ’ରେ ତାଙ୍କୁ ଦେଖିବାକୁ ମିଳିଥିବା ବେଳେ ଏବେ ପର୍ଯ୍ୟନ୍ତ ଶାହରୁଖ ଖାଁଙ୍କର କୌଣସି ନୂଆ ପ୍ରୋଜେକ୍ଟ ଆସିନାହିଁ। ବହୁ ଦିନରୁ ବଡ଼ ପରାଦାରେ ତାଙ୍କୁ ଦେଖିବା ପାଇଁ ଅପେକ୍ଷା ରହିଥିବା ପ୍ରଶଂସକଙ୍କ ଏବେ ଧୈର୍ଯ୍ୟ ଭାଙ୍ଗିଯାଇଛି। ଯଦି ଶାହରୁଖ ଆସନ୍ତା ବର୍ଷରେ ନିଜର ଫିଲ୍ମକୁ ନେଇ କିଛି ଘୋଷଣା ନ କରନ୍ତି ତେବେ ତାଙ୍କ ପ୍ରଶଂସକ ଆତ୍ମହତ୍ୟା କରିବେ ବୋଲି ଧମକ ଦେଇଛନ୍ତି। ନିକଟରେ ଶାହରୁଖ କିଛି ଫିଲ୍ମ ସାଇନ୍‌ କରିଥିବା ନେଇ ଖବର ଶୁଣିବାକୁ ମିଳିଥିଲା। ହେଲେ ଏବେ ପର୍ଯ୍ୟନ୍ତ ଏହା ଔପଚାରିକ ଭାବେ ଘୋଷଣା କରାଯାଇନାହିଁ। ଗତ ନଭେମ୍ବର ୨ରେ ଶାହରୁଖଙ୍କ ନିଜ ଜନ୍ମଦିନ ପାଳିଥିଲେ। ଏହି ଅବସରରେ ସେ ନୂଆ ପ୍ରୋଜେକ୍ଟ ନେଇ ଘୋଷଣା କରିବେ ବୋଲି ପ୍ରଂଶସକ ଆଶା କରିଥିଲେ। କିନ୍ତୁ ଏଭଳି କିଛି ହୋଇ ନ ଥିଲା। ତେବେ ଏହାକୁ ନେଇ ଅପେକ୍ଷାରତ ଥିବା ପ୍ରଶଂସକମାନଙ୍କ କିଛି ଟୁଇଟ ଏବେ ଟୁଇଟରରେ ଟ୍ରେଣ୍ଡ କରୁଛି। ହାସଟ୍ୟାଗ କରି ଖୁବ୍‌ଶୀଘ୍ର ନିଜ ଫିଲ୍ମକୁ ନେଇ ଘୋଷଣା କରନ୍ତୁ ବୋଲି କିଛି ପ୍ରଶଂସକ ଶାହାରୁଖଙ୍କୁ ନିବେଦନ କରିଛନ୍ତି। ସୂଚନା ମୁତାବକ ଫିଲ୍ମ ଜିରୋରେ ଶାହରୁଖ ଅଭିନୟ କରିଥିବା ବେଳେ ତାଙ୍କ ବିପକ୍ଷଷର ଅନୁଷ୍କା ଶର୍ମା ଓ କ୍ୟାଟ୍ରିନା କୈଫଙ୍କୁ ଦେଖିବାକୁ ମିଳିଥିଲା। ହେଲେ ଏହି ଫିଲ୍ମ ବକ୍ସ ଅଫିସରେ କିଛି ଭଲ ବ୍ୟବସାୟ କରିପାରି ନ ଥିଲା। ସେହି ଦିନଠାରୁ ଶାହରୁଖ ଫିଲ୍ମରୁ ବିରତି ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲକୁ କାଠ ପାଇଁ ଯାଉଥିଲେ ସୁଲୋଚନା, ନଦୀ ପାର୍‌ ହେବା ସମୟରେ ଘଟିଲା…

ମୋହନା.,୧୨।୧୦(ମନ୍ମଥ ମିଶ୍ର): ନଦୀ ପାର ହେବା ସମୟରେ ଭାସି ଯାଇ ମହିଳାଙ୍କ ମୃତ୍ୟୁ ଘଟିଛି l ଏଭଳି ଏକ ଦୁଃଖଦ ଘଟଣା ଘଟିଛି ଗଜପତି ଜିଲା ରା…

ମାଣିକେଶ୍ୱରୀ ଛକ ନିକଟରୁ ମିଳିଲା ଅଜଣା ବୃଦ୍ଧାଙ୍କ ମୃତଦେହ: ବଢୁଛି ସନ୍ଦେହ

ଭବାନୀପାଟଣା,୧୨।୧୦(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସହର ମାଣିକେଶ୍ୱରୀ ଛକ ଯାତ୍ରୀ ପ୍ରେକ୍ଷାଳୟରୁ ସୋମବାର ଅପରାହ୍ନରେ ଜଣେ ଅଜଣା ବୃଦ୍ଧାଙ୍କ ମୃତଦେହ ଉଦ୍ଧାର ହୋଇଛି। ଖବର ପାଇ…

ଥୁଆମୂଳ ରାମପୁରରେ ୧୭ ଦିନ ହେଲା ପାନୀୟ ଜଳ ସଙ୍କଟ: ‘ପାଣ୍ଠି ଅଭାବ’ ସଫେଇକୁ ନେଇ ଅସନ୍ତୋଷ

ଥୁଆମୂଳ ରାମପୁର, ୧୨।୧୦ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସଙ୍କଟ ଗୁରୁତର ରୂପ ନେଇଛି। ‘ବସୁଧା’ ଯୋଜନାରେ ଜଳ…

୩୬ ଦିନ ଜେଲରୁ ରହିବା ପରେ ଦମ୍‌ଦାର ପ୍ରତ୍ୟାବର୍ତ୍ତନ କଲେ ଏହି ଖେଳାଳି, ପ୍ରଥମ ମ୍ୟାଚରେ ଶତକ ମାରି କାନ୍ଦି ପକାଇଲେ…

ନୂଆଦିଲ୍ଲୀ,୧୨।୧୦: ରଣଜୀ ଟ୍ରଫିର ନୂଆ ସିଜନ ଅକ୍ଟୋବର ୧୧ରୁ ଆରମ୍ଭ ହୋଇଛି। ବଙ୍ଗଳା ଓ ଦିଲ୍ଲୀ ମଧ୍ୟରେ ଖେଳାଯାଉଥିବା ମ୍ୟାଚରେ ବଙ୍ଗଳା ଦଳ ଦିଲ୍ଲୀ ଉପରେ ଚାପ…

୧୩ରୁ ୨୨ ଯାଏ ୧୦ ଟ୍ରେନ୍‌ ବାତିଲ, କେଉଁ କେଉଁ ଟ୍ରେନ୍‌ ହେଲା ବାତିଲ୍‌ ଜାଣନ୍ତୁ…

ଜୟପୁର,୧୨ା୧୦(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ମାଳିଗୁଡ଼ା ଓ ଛତ୍ରୀପୁଟ ରେଳ ଷ୍ଟେଶନ ମଧ୍ୟରେ ଭୂସ୍ଖଳନ ଯୋଗୁ ଚାଲିଥିବା ପୁନରୁଦ୍ଧାର କାର୍ଯ୍ୟ ପାଇଁ ପୂର୍ବତଟ ରେଲଓ୍ବେ ରାୟଗଡ଼ା…

ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ ଚଳଚଞ୍ଚଳ: ସଭାପତି ପଦ ପାଇଁ ୪ ପ୍ରାର୍ଥୀ, ଏବିଭିପିର ପ୍ରଚାର ଜୋରଦାର

ପାଟଣା, ୧୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲ୍ଲା ସ୍ୱାମପାଟଣା ଆଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନକୁ ନେଇ ପ୍ରଚାର ଜୋରଦାର ହୋଇଛି। ଆସନ୍ତା ୧୫ ତାରିଖରେ…

ଭାରତ-ଶ୍ରୀଲଙ୍କା ମ୍ୟାଚ୍‌ ସ୍ଥାନାନ୍ତରକୁ ନେଇ ସ୍ପଷ୍ଟ କଲା ବିସିସିଆଇ, ଜାଣନ୍ତୁ…

ନୂଆଦିଲ୍ଲୀ,୧୨ା୧୦: ଆସନ୍ତା ଶ୍ରୀଲଙ୍କା ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ସିରିଜର ଓପନିଂ ମ୍ୟାଚ୍‌ ଦିଲ୍ଲୀରୁ ଅହମଦାବାଦ ସ୍ଥାନାନ୍ତର ହେବ ବୋଲି ଗଣମାଧ୍ୟମରେ ଚର୍ଚ୍ଚା ହେଉଥିଲା। ଏହା ସଠିକ୍‌…

ଗ୍ରୋସରୀ ଦୋକାନରୁ ଦେଢ଼ ଲକ୍ଷ ଟଙ୍କା ଲୁଟ୍‌, ଜଣେ ଗିରଫ

ହାଟଡିହୀ/ଛେନାପଦୀ, ୧୨।୧୦ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ-ଜଳକଳଙ୍ଗ ବଜାରରେ ବ୍ୟାଙ୍କ ନିକଟରେ ଥିବା ଏକ ଗ୍ରୋସରୀ ଦୋକାନରୁ ଦେଢ଼ ଲକ୍ଷ ଟଙ୍କା ଲୁଟ୍‌ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?