Posted inଜାତୀୟ

ଶାହିନ ବାଗ୍‌ରେ ପ୍ରଦର୍ଶନ ଶାନ୍ତିପୂର୍ଣ୍ଣ: ପୋଲିସ ଅଯଥା ବନ୍ଦ କରିଛି ରାସ୍ତା; ସୁପ୍ରିମ୍‌କୋର୍ଟରେ ସତ୍ୟପାଠ ଦାଖଲ

ନୂଆଦିଲ୍ଲୀ,୨୩।୨: ଶାହିନ ବାଗ୍‌ରେ ୨ ମାସରୁ ଅଧିକ ଦିନ ଧରି ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ପ୍ରଦର୍ଶନ ଜାରି ରହିଛି। ସୁପ୍ରିମ୍‌କୋର୍ଟଙ୍କ ପକ୍ଷରୁ ପ୍ରଦର୍ଶନକାରୀଙ୍କ ସହିତ କଥାବାର୍ତ୍ତା ହେବା ସହିତ ସମାଧାନର ପଥ ବାହାର କରିବା ପାଇଁ ନିଯୁକ୍ତ କରାଯାଇଥିବା ଓ୍ବଜାହତ୍‌ ହବିବୁଲ୍ଲା ରାସ୍ତା ବନ୍ଦ ନେଇ ଏକ ସତ୍ୟପାଠ ଦାଖଲ କରିଛନ୍ତି। ଏଥିରେ ଦର୍ଶାଯାଇଛି ଯେ,ଶାହିନ ବାଗ୍‌ରେ ପ୍ରଦର୍ଶନ ଶାନ୍ତିପୂର୍ଣ୍ଣ ରହିଛି। ତେବେ ପୋଲିସ ପକ୍ଷରୁ ଅଯଥା ରାସ୍ତା ବନ୍ଦ କରାଯାଇଛି। ପୋଲିସ ଏହି ଅଞ୍ଚଳର ୫ଟି ସ୍ଥାନରେ ରାସ୍ତା ଅବରୋଧ କରିଥିବା ସତ୍ୟପାଠରେ ଉଲ୍ଲେଖ ହୋଇଛି। କେବଳ ସ୍କୁଲ ବସ୍‌ ଓ ଆମ୍ବୁଲାନ୍ସ୍‌କୁ ଯାଞ୍ଚ୍‌ ପରେ ଯିବାକୁ ଅନୁମତି ଦିଆଯାଉଥିବା ଏଥିରେ ଦର୍ଶାଯାଇଛି। ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିର୍ଦ୍ଦେଶ ଅନୁସାରେ ବହିବୁଲ୍ଲା ଶାହିନ ବାଗ୍‌ରେ ଲୋକଙ୍କ ସହିତ କଥାହୋଇ ସତ୍ୟପାଠ ସଂଗ୍ରହ କରିଛନ୍ତି। ସୂଚନାଯୋଗ୍ୟ, ହବିବୁଲ୍ଲା ଜଣେ ଅବସରପ୍ରାପ୍ତ ଆଇଏଏସ୍‌ ଅଫିସର। ସେ ମୁଖ୍ୟ ସୂଚନା ଆୟୁକ୍ତ ଭାବେ ମଧ୍ୟ କାର୍ଯ୍ୟ କରିଛନ୍ତି। ସେ ରାଷ୍ଟ୍ରୀୟ ଅଳ୍ପସଂଖ୍ୟକ ଆୟୋଗର ଅଧ୍ୟକ୍ଷ ଭାବେ ମଧ୍ୟ କାର୍ଯ୍ୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟା ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଏନକାଉଣ୍ଟରରେ ନିହତ; ମା’ କହିଲେ: ‘ଘର ଉପରେ ମଧ୍ୟ ବୁଲଡୋଜର ଚଲାଇ ଦିଅ’

ନୂଆଦିଲ୍ଲୀ,୩୧।୫: ଗାଜିଆବାଦରେ ସୂର୍ଯ୍ୟା ଚୌହାନ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଆସଦ ପୋଲିସ ଏନକାଉଣ୍ଟରରେ ନିହତ ହୋଇଛି। ପୋଲିସ ଇନ୍ଦିରାପୁରମରେ ଆସଦକୁ ଏନକାଉଣ୍ଟରରେ ନିଯୁକ୍ତ କରିଥିଲା। ଏହି…

ଆକ୍ସନ ମୁଡ୍‌ରେ ଦାରିଙ୍ଗବାଡି ପୋଲିସ୍: ସପ୍ତାହରେ ଏକାଧିକ ଗାଡ଼ି ଜବତ, ନିୟମ ଖିଲାପକାରୀଙ୍କ ନିଦ ହଜାଇଲେ…

ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ଏବେ ଆକ୍ସନ ମୁଡ୍‌ରେ। ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀ ଏବଂ ବେପରୁଆ ଗାଡ଼ି ଚାଳକଙ୍କ ବିରୋଧରେ ପୋଲିସ…

୩ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଶିବକୁମାର

ବେଙ୍ଗାଲୁରୁ,୩୦ା୫: କର୍ନାଟକ ପ୍ରଦେଶ କଂଗ୍ରେସ ସଭାପତି ଡି.କେ. ଶିବକୁମାର ଶନିବାର ବିଧାୟକ ଦଳ ନେତା ନିର୍ବାଚିତ ହୋଇଛନ୍ତି। ଜୁନ୍‌ ୩ରେ ସେ କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ…

ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ

ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦…

ଟିଏମ୍‌ସି ନେତା ଅଭିଷେକଙ୍କୁ ଆକ୍ରମଣ

କୋଲକାତା,୩୦।୫: ଟିଏମ୍‌ସି ନେତା ତଥା ସାଂସଦ ଅଭିଷେକ ବାନାର୍ଜୀଙ୍କ ଉପରେ ଶନିବାର ସନ୍ଧ୍ୟାରେ କିଛି ଲୋକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା ମୁତାବକ, ଅଭିଷେକ…

ବିଦ୍ୟୁତ୍‌ତାର ଚୋରି ଘଟଣାରେ ଯୁବକଙ୍କୁ ଥାନାରେ ଅଟକ ରଖି ଛାଡ଼ିଦେଲା ପୋଲିସ, ତାତିଲେ ଗ୍ରାମବାସୀ

ବାସୁଦେବପୁର,୩୦ା୫(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ଜାମଝାଡ଼ି ରାସ୍ତାର ପରପୋଖରୀ ଛକଠାରେ ବିଦ୍ୟୁତତାର ଚୋରି ଘଟଣାରେ ଦୁଇ ଯୁବକଙ୍କୁ ଥାନାରେ ଅଟକ ଘଟଣାକୁ ନେଇ ଉତ୍ତ୍ୟକ୍ତ ଗ୍ରାମବାସୀ…

ଜନଗଣନା ଫର୍ମ ବାଣ୍ଟିଲେ ଜିଲାପାଳ, SIRକୁ ନେଇ ଗଞ୍ଜାମବାସୀ ଉତ୍ସାହିତ

ଛତ୍ରପୁର,୩୦ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଶନିବାରଠାରୁ ପରିଗଣନା ଫର୍ମ ବଣ୍ଟନ ଆରମ୍ଭ ହୋଇଛି। ସ୍ଥାନୀୟ ବିଏଲ୍‌ଓ ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀ ଭି କୀର୍ତ୍ତି ଭାସନଙ୍କ…

ବଜ୍ରକାପ୍ତା ବିକ୍ରି ପାଇଁ ଏତିକି ଟଙ୍କାରେ ଛିଡ଼ିଥିଲା ଦାମ୍‌, ହଠାତ୍‌ ପହଞ୍ଚିଗଲା ବନବିଭାଗ, ୨ ଜଣଙ୍କୁ ଧରି…

ନବରଙ୍ଗପୁର,୩୦ା୫(ସଦାଶିବ ପ୍ରହରାଜ): ନବରଙ୍ଗପୁର ଡିଏଫ୍‌ଓ ଉଦୟନ ସୁବୁଦ୍ଧିଙ୍କ ନିର୍ଦ୍ଦେଶ କ୍ରମେ ଏକ ବଜ୍ରକାପ୍ତା ଜବତ କରାଯିବା ସହ ଦୁଇଜଣ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri