ଶିକାରକୁ ଯିବା ହେଲା କାଳ: ଗୁଳି ମାଡ଼ରେ ଶିକାରୀ ମୃତ, ବାପାଙ୍କ ସମେତ ୩ ଅଟକ

ଦାରିଙ୍ଗବାଡ଼ି,୨।୧୨(ଡି.ଏନ.ଏ)-କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଜଙ୍ଗଲକୁ ଶିକାର ପାଇଁ ଯିବା ଜଣେ ଯୁବକଙ୍କ ପାଇଁ କାଳ ହୋଇଛି। ଗୁଳିମାଡ଼ରେ ସହଯୋଗୀମାନଙ୍କ ସହ ଯାଇଥିବା ଶିକାରୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବି. ଡକେବାଡ଼ି ଗ୍ରାମର କ୍ରିଷ୍ଣା ନାୟକ (୨୮)। କ୍ରିଷ୍ଣାଙ୍କ ଗୁଳିବିଦ୍ଧ ମୃତଦେହକୁ ଦାରିଙ୍ଗବାଡ଼ି ପୋଲିସ ସୋମବାର ଜବତ କରି ବ୍ୟବଚ୍ଛେଦ କରାଇଛି ା ଏହି ଘଟଣାରେ ପୋଲିସ କ୍ରିଷ୍ଣାଙ୍କ ବାପାଙ୍କ ସମେତ ୩ ଜଣଙ୍କୁ ଅଟକ ରଖିଛି। ଶିକାରରେ ବ୍ୟବହୃତ ଏକ ଦେଶୀ ବନ୍ଧୁକ ଜବତ କରାଯାଇଛି। ଏ ନେଇ ନଂ.୧୧/୧୯ରେ ଅପମୃତ୍ୟୁ ମାମଲା ରୁଜୁ କରାଯାଇ ତଦନ୍ତ ଚାଲିଥିବା ଆଇଆଇସି କୌଶିକ ମାଝି କହିଛନ୍ତି।
ଶନିବାର ବି. ଡକେବାଡ଼ିର କ୍ରିଷ୍ଣା, ତାଙ୍କ ବାପା ଗୌତମ ଓ ଅନ୍ୟ ୨ ଜଣ ଜଙ୍ଗଲକୁ ବନ୍ଧୁକ ଓ ଅନ୍ୟାନ୍ୟ ମାରଣାସ୍ତ୍ର ଧରି ଶିକାର କରିବାକୁ ଯାଇଥିଲେ। ସେମାନେ ଜଙ୍ଗଲରେ ରୋଷଇ କରି ଖାଇବା ସହ ସେଠାରେ ରାତି ବିତାଇଥିଲେ। ରବିବାର ବାପ, ପୁଅ ବନ୍ଧୁକ ନେଇ ଶିକାର ଉଦ୍ଦେଶ୍ୟରେ ଅଲଗା ଅଲଗା ଯାଇଥିଲେ। ଅନ୍ୟ ୨ ଜଣ ରୋଷେଇ ସ୍ଥାନରେ ଥିଲେ। ଅପରାହ୍ନ ପ୍ରାୟ ସାଢ଼େ ୩ଟାରେ ଗୁଳି ଶବ୍ଦ ଶୁଣାଯାଇଥିଲା। କୌଣସି ବନ୍ୟଜନ୍ତୁ ଶିକାର ହୋଇଥିବା ଭାବି ପୁଅ ପାଖକୁ ଦୌଡ଼ିଯାଇ ଦେଖିବା ବେଳକୁ ସେ ଗୁଳିବିଦ୍ଧ ହୋଇ ଛଟପଟ ହେଉଥିଲେ ବୋଲି ଗୌତମ ପୋଲିସକୁ କହିଛନ୍ତି। ଅପରାହ୍ନରେ ମୃତଦେହ ଧରି ସମସ୍ତେ ଗାଁକୁ ଫେରିଥିଲେ। ସୋମବାର ସକାଳେ ଏ ନେଇ ପରିବାର ପକ୍ଷରୁ ଥାନାରେ ଅଭିଯୋଗ କରାଯାଇଥିଲା। ଘଟଣାର ତଦନ୍ତ ଚାଲିଛି, ଆବଶ୍ୟକ ପଡ଼ିଲେ ଅପମୃତ୍ୟୁ ମାମଲା ପରିବର୍ତ୍ତନ ହେବ ବୋଲି ଆଇଆଇସି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri