ଶିକ୍ଷକ ଅଭାବ, ପାଠ ପଢ଼ାଇଲେ ମଙ୍ଗଳ ଅଧିକାରୀ: ୧୫ ଦିନ ମଧ୍ୟରେ ଶିକ୍ଷକ ନିଯୁକ୍ତି ପ୍ରତିଶ୍ରୁତି

ଫିରିଙ୍ଗିଆ,୨୧ା୧୨-ସେବାଶ୍ରମରେ ଶିକ୍ଷକ ନିଯୁକ୍ତି ପାଇଁ ଅନେକ ଦିନରୁ ଦାବି ଜଣାଇ ଆସୁଛନ୍ତି ଗ୍ରାମବାସୀ। ତଥାପି ଶିକ୍ଷକ ନିଯୁକ୍ତି କରୁନାହିଁ ପ୍ରଶାସନ। ଫିରିଙ୍ଗିଆ ବ୍ଲକ କ୍ରାଣ୍ଡିବାଲି ପଞ୍ଚାୟତର କାଙ୍ଗାପଡା ସେବାଶ୍ରମରେ ଦେଖିବାକୁ ମିଳିଛି ଏପରି ଘଟଣା। ଅନେକ ଦିନ ଧରି ଶିକ୍ଷକ ଅଭାବ ଜନିତ ସମସ୍ୟା ଲାଗି ରହିଥିବାରୁ ଶତାଧିକ ଗ୍ରାମବାସୀ ବୁଧବାର କନ୍ଧମାଳ ଜିଲାପାଳଙ୍କୁ ଭେଟି ଲିଖିତ ଭାବେ ଜଣାଇଥିଲେ। ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଜିଲା ଗ୍ରାମ ମଙ୍ଗଳ ଅଧିକାରୀ ଶେଷଦେବ ବେହେରା ଗୁରୁବାର ଉକ୍ତ ବିଦ୍ୟାଳୟ ପରିଦର୍ଶନରେ ଯାଇଥିଲେ। ବିଦ୍ୟାଳୟରେ ୨୧୬ ଛାତ୍ରୀଛାତ୍ର ଥିବାବେଳେ ମାତ୍ର ୨ଜଣ ଶିକ୍ଷକ ଅଛନ୍ତି। ଶିକ୍ଷକ ଅଭାବରୁ ପାଠପଢା ଗୁରୁତର ବାଧାପ୍ରାପ୍ତ ହେଉଛି। ଏହାର ସମାଧାନ ପାଇଁ ଯଥାଶୀଘ୍ର ପଦକ୍ଷେପ ନିଆଯିବ ବୋଲି ସେ କହିଥିଲେ। ଶିକ୍ଷକ ନ ଥିବାରୁ ପିଲାଙ୍କୁ ନିଜେ ମଙ୍ଗଳ ଅଧିକାରୀ ପାଠ ପଢାଇଥିଲେ।
ଏହି ସମସ୍ୟାର ସ୍ଥାୟୀ ସମାଧାନ ପାଇଁ କି ପଦକ୍ଷେପ ଗ୍ରହଣ କରାଯାଉଛି ବୋଲି ପଚାରିବାରୁ, ଫିରିଙ୍ଗିଆ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ରବୀନ୍ଦ୍ର ବେହେରା କହିଛନ୍ତି ଯେ, ମଙ୍ଗଳ ଅଧିକାରୀ ବିଦ୍ୟାଳୟ ପରିଦର୍ଶନ ପରେ ସମାଧାନ ପାଇଁ ତୁରନ୍ତ ପଦକ୍ଷେପ ଗ୍ରହଣ କରାଯାଉଛି। ୧୫ ଦିନ ମଧ୍ୟରେ ବିଦ୍ୟାଳୟକୁ ସ୍ଥାୟୀ ଶିକ୍ଷକ ଯୋଗାଇ ଦିଆଯିବା ସହ ମାଟ୍ରନ ମଧ୍ୟ
ନିଯୁକ୍ତି ହେବେ ବୋଲି ସେ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାମ୍ନାକୁ ଆସିଲା ଭାରତର ପ୍ରଥମ ବୁଲେଟ ଟ୍ରେନ୍‌ର ଚିତ୍ର: ଦେଖିବାକୁ…

ନୂଆଦିଲ୍ଲୀ,୧୮।୫: ଭାରତର ପ୍ରଥମ ବୁଲେଟ ଟ୍ରେନ୍‌ର ଚିତ୍ର ସାମ୍ନାକୁ ଆସିଛି। ଏହି ଟ୍ରେନ୍‌ଟି ଗୁଜରାଟରେ ପ୍ରଥମଥର ପାଇଁ ଚାଲିବାକୁ ଯାଉଛି। ଏଥିରେ ଏକ କେଶର ରଙ୍ଗ(ଗେରୁଆ) ରହିବ।…

ଏବେ ଶେଷ ହୋଇଯିବ ଯୁଦ୍ଧ! ଇରାନ ଆମେରିକାକୁ ପଠାଇଲା ଏଭଳି ଏକ ଜିନିଷ, ଦେଖିଲେ କ’ଣ ରାଜି ହୋଇଯିବେ ଟ୍ରମ୍ପ?

ନୂଆଦିଲ୍ଲୀ,୧୮।୫: ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମାପ୍ତ କରିବା ପାଇଁ ଇରାନ ଆମେରିକା ସହିତ ଏକ ସଂଶୋଧିତ ଶାନ୍ତି ପ୍ରସ୍ତାବ ଶେୟାର କରିଛି। ସୋମବାର ଏକ ପାକିସ୍ତାନୀ…

ପେଟ୍ରୋଲ ପମ୍ପ ଉପରେ ଅଚାନକ ଚଢାଉ କଲେ ଜିଲାପାଳ, ଏସପି: କହିଲେ ଜିଲାରେ ଆହୁରି ଏତେ ଲିଟର ତେଲ ଗଚ୍ଛିତ

ଭବାନୀପାଟଣା,୧୮।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ତୈଳ ଯୋଗାଣ ବିତରଣରେ ଅନିୟମିତତା ହେଉଥିବାର ଅଭିଯୋଗ ଆସିଛି। ଯାହାକୁ ନେଇ ସୋମବାର ଜିଲାପାଳ ପାୱାର ସଚିନ ପ୍ରକାଶ,ଏସପି ନାଗରାଜ ଦେବରକୋଣ୍ଡା…

ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ପୂର୍ବତନ ତହସିଲଦାର: ୩ ବର୍ଷ ସଶ୍ରମ କାରାଦଣ୍ଡ ସହ…

ଗୁଣପୁର,୧୮।୫(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ପଦ୍ମପୁରର ପୂର୍ବତନ ଅବସରପ୍ରାପ୍ତ ତହସିଲଦାର ଖୀରାବ୍ଦି ବେହେରା ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି l ତାଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା…

ମୃତ୍ୟୁର ୯ ଦିନ ପରେ ମାଟି ତଳୁ ଖୋଳି ବାହାର କରାଗଲା ଅଢ଼େଇ ବର୍ଷର ଶିଶୁର ଶବ, କାରଣ ଜାଣିଲେ ହୋଇଯିବେ ତାଜୁବ

ଧର୍ମଶାଳା,୧୮।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ନୋସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବକୁ ମିଳିଛି । ଅଢ଼େଇ ବର୍ଷର ଶିଶୁର ମୃତ୍ୟୁ ହେବାର…

କୋର୍ଟଙ୍କ ଦ୍ୱାରସ୍ତ ହେଲେ ଭିନେଶ

ନୂଆଦିଲ୍ଲୀ,୧୮ା୫: ରେସଲିଂ ଫେଡେରେଶନ ଅଫ୍‌ ଇଣ୍ଡିଆ (ଡବ୍ଲ୍ୟୁଏଫ୍‌ଆଇ) ସହିତ ଚାଲିଥିବା ବିବାଦ ମଧ୍ୟରେ ଜାତୀୟ ରେସଲିଂ ଚୟନ ପ୍ରକ୍ରିୟାରୁ ବାଦ୍‌ ଦିଆଯିବାକୁ ନେଇ ଭାରତୀୟ ରେସଲର ଭିନେଶ…

ନାବାଳିକାଙ୍କୁ ଅସଦାଚରଣ: କୋର୍ଟଙ୍କ ଆସିଲା ବଡ଼ ରାୟ

ବ୍ରହ୍ମପୁର,୧୮ା୫(ସୁବାସ ଚନ୍ଦ୍ର ପାଢ଼ୀ): ୨୦୧୮ରେ ସୋରଡ଼ା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ହୋଇଥିବା ଅସଦାଚରଣ ମାମଲାର ଶୁଣାଣି ହୋଇଛି। ଫାଷ୍ଟଟ୍ରାକ ପୋକ୍‌ସୋ କୋର୍ଟ ଜଜ୍‌ ରୋହିତ ଲାଲ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ କୀର୍ତ୍ତିମାନ: IPL ଇତିହାସରେ କେହି ଏମିତି ରେକର୍ଡ ହାସଲ କରିପାରିନାହାନ୍ତି

ନୂଆଦିଲ୍ଲୀ,୧୮।୫: ବୈଭବ ସୂର୍ଯ୍ୟବଂଶୀ ତାଙ୍କର ଛୋଟ IPL କ୍ୟାରିୟର ମଧ୍ୟରେ ଅନେକ ରେକର୍ଡ ସ୍ଥାପନ କରିସାରିଛନ୍ତି। ତାଙ୍କ କ୍ୟାରିୟରରେ ସୂର୍ଯ୍ୟବଂଶୀ ଚୌକା ଅପେକ୍ଷା ଅଧିକ ଛକା ମାରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri