ଶିକ୍ଷକ ଅଭାବ ପ୍ରତିବାଦରେ ବିଦ୍ୟାଳୟରେ ତାଲା ପକାଇଲେ ଛାତ୍ରୀଛାତ୍ର

ସାକ୍ଷୀଗୋପାଳ,୨୯।୮(ଡି.ଏନ୍‌.ଏ.): ପୁରୀ ଜିଲା ସତ୍ୟବାଦୀ ବ୍ଲକ ଦାଶବିଦ୍ୟାଧରପୁର ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଶିକ୍ଷକ ଅଭାବ ପ୍ରତିବାଦରେ ଗୁରୁବାର ବିଦ୍ୟାଳୟରେ ତାଲା ପକାଇ ଦିଆଯାଇଛି । ଶିକ୍ଷୟିତ୍ରୀ ମିନତୀ ମିଶ୍ରଙ୍କ ବଦଳି ଆଦେଶ ବାତିଲ ଓ ଦୁଇବର୍ଷ ହେଲା ବିଦ୍ୟାଳୟରେ ଖାଲି ପଡ଼ିଥିବା ବିଜ୍ଞାନ ଶିକ୍ଷକ ଓ କଳା ଶିକ୍ଷକଙ୍କୁ ନିଯୁକ୍ତି ଦାବିରେ ଅଭିଭାବକ, ଶିକ୍ଷା କମିଟିର ସଭ୍ୟାସଭ୍ୟ ବିଦ୍ୟାଳୟ ମୁଖ୍ୟ ଫାଟକରେ ତାଲା ପକାଇ ଦେଇଛନ୍ତି। ଫଳରେ ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ, ଶିକ୍ଷକମାନେ ଦିନ ତମାମ ଗେଟ୍‌ ସମ୍ମୁଖରେ ବସି ରହିଛନ୍ତି । ବାରମ୍ବାର ବିଭିଗୀୟ ଅଧିକାରୀମାନଙ୍କୁ ସମସ୍ୟାର ସମାଧାନ କରିବାକୁ ଲିଖିତ ଜଣାଇବା ସତ୍ତ୍ୱେ କୌଣସି ସୁଫଳ ମିଳି ନ ଥିଲା ବୋଲି ଅଭିଭାବକମାନଙ୍କ ସହିତ ସ୍ଥାନୀୟ ସରପଞ୍ଚ ହରିହର ନନ୍ଦ, ଶିକ୍ଷା କମିଟି ସଦସ୍ୟ ରବୀନ୍ଦ୍ର ମୁଦୁଲି ପ୍ରମୁଖ କହିଛନ୍ତି। ଖବରପାଇ ସତ୍ୟବାଦୀ ବ୍ଲକ ସହ ଶିକ୍ଷା ଅଧିକାରୀ ଆର୍ତ୍ତତ୍ରାଣ ମିଶ୍ର, ବିଦ୍ୟାଳୟ ସାଧନ କେନ୍ଦ୍ର ସଂଯୋଜକ ରାମଚନ୍ଦ୍ର ଦାଶ ବିଦ୍ୟାଳୟରେ ପହଞ୍ଚି ଆନ୍ଦୋଳନକାରୀଙ୍କ ସହ ଆଲୋଚନା କରିଛନ୍ତି। ସୂଚନାଯୋଗ୍ୟ ଯେ, ଉକ୍ତ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ୨୫୬ ଜଣ ଛାତ୍ରୀଛାତ୍ର ପାଠ ପଢୁଛନ୍ତି। ପ୍ରଧାନଶିକ୍ଷକଙ୍କ ସହିତ ୧୦ଟି ଶ୍ରେଣୀ ପାଇଁ ୮ ଜଣ ଶିକ୍ଷକ ରହିଥିବାବେଳେ ଚଳିତ ୨୭ ତାରିଖରେ ସେମାନଙ୍କ ମଧ୍ୟରୁ ଶିକ୍ଷୟିତ୍ରୀ ମିନତୀ ମିଶ୍ରଙ୍କୁ ବଦଳି କରାଯାଇଥିବାରୁ ଅସନ୍ତୋଷ ପ୍ରକାଶ ପାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଅଭାବନୀୟ! ପିଲା ଚୋର ସନ୍ଦେହରେ ଫେଲୋଶିପ୍ କରିଥିବା ଯୁବତୀ-ସହଯୋଗୀଙ୍କୁ ଦୁର୍ବ୍ୟବହାର ସହ ଆକ୍ରମଣ,

କଲ୍ୟାଣସିଂହପୁର, ୧୬।୬(ଦୀପକ କୁମାର ପରିଡା ): ରାୟଗଡ଼ାରୁ ଏକ ଅଭାବନୀୟ ଖବର ସାମ୍ନାକୁ ଆସିଛି, ଯେଉଁଠି ପିଲା ଚୋର ସନ୍ଦେହରେ ଫେଲୋଶିପ୍ ଜଣେ ଯୁବତୀ ଓ ତାଙ୍କ…

ମମତାଙ୍କ ପରେ ଉଦ୍ଧବଙ୍କ ପାଳି, ଦଳ ଛାଡିବେ ୧୬ ବିଧାୟକ ୭ ଏମପି…

ମୁମ୍ୱାଇ,୧୬।୬: ମହାରାଷ୍ଟ୍ରର ପୂର୍ୱତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା(ୟୁବିଟି) ପୁଣିଥରେ ଭାଙ୍ଗିପାରେ ବୋଲି ଚର୍ଚ୍ଚା ହେଉଛି। ୧୪ରୁ ୧୬ ଜଣ ବିଧାୟକ ଏବଂ ୭ ଜଣ…

ଥୁଆମୂଳ ରାମପୁରରେ ରଜ ଉତ୍ସବ, ଦୋଳି ଖେଳିଲେ ଲାଞ୍ଜିଗଡ଼ ବିଧାୟକ; ଦଳୀୟ ଆଭିମୁଖ୍ୟ ଭୁଲି…

ଥୁଆମୂଳ ରାମପୁର, ୧୬।୬(ଦୁର୍ଗା କୀର୍ତ୍ତି): ଓଡ଼ିଶାର ଗଣପର୍ବ ‘ରଜ’ ଏବେ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଅଞ୍ଚଳରେ ମଧ୍ୟ ବେଶ୍ ଲୋକପ୍ରିୟତା ହାସଲ କରିଛି। କଳାହାଣ୍ଡି ଜିଲା ଥୁଆମୂଳ…

E100 ଇଥାନଲ ନା ପେଟ୍ରୋଲ? କେଉଁ ଇନ୍ଧନରେ ଅଧିକ ମାଇଲେଜ୍ ଦେବ ଗାଡ଼ି, ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୬: ଇଥାନଲ ଫୁଏଲକୁ ନେଇ ଭାରତରେ ଚର୍ଚ୍ଚା ଲାଗି ରହିଛି । ସରକାରଙ୍କଠୁ ନେଇ ଗାଡି ନିର୍ମାତା କମ୍ପାନୀ ଯାଏ ସମସ୍ତେ ଏହାକୁ ଭବିଷ୍ୟତର ଇନ୍ଧନ ରୁପେ…

ରମ୍ଭାକୁ ହରାଇ ଛତ୍ରପୁର ଚମ୍ପିୟାନ

ଛତ୍ରପୁର, ୧୬।୬(ବିଦ୍ୟାଧର ସାହୁ): ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ପବିତ୍ର ରଜ ପର୍ବ ଉପଲକ୍ଷେ ବାବା ବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଏକ ୬-ଓଭର…

ରକ୍ତଦାନରେ ଉଲ୍ଲେଖନୀୟ ଅବଦାନ: ଜାତୀୟ ସ୍ତରରେ ସମ୍ମାନିତ ହେଲା ବରଗଡ଼ର ‘ନିଷ୍ଠା ପରିବାର’

ବରଗଡ଼, ୧୬ ଜୁନ୍ (ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ ‘ନିଷ୍ଠା ପରିବାର’ ପାଇଁ ଏକ ଗର୍ବର ବିଷୟ । ମଙ୍ଗଳବାର ଦିନ ଗୁଜରାଟର ଅହମଦାବାଦଠାରେ…

ଜୁନ୍ ୧୯ରୁ ଖଣ୍ଡୁଆଳ ମାଳି ପାହାଡ଼ ଉପରେ ପ୍ରସିଦ୍ଧ ଯାତ୍ରା: ଖଣି ଖନନ ବିରୋଧରେ ବଜ୍ର ଶପଥ ନେବେ ହଜାର ହଜାର…

ଥୁଆମୂଳ ରାମପୁର,  ୧୬।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ ଅନ୍ତର୍ଗତ କର୍ଲାପାଟ ଅଭୟାରଣ୍ୟ ପାର୍ଶ୍ୱ ଖଣ୍ଡୁଆଳ ମାଳି ପାହାଡ଼ ଉପରେ ଆସନ୍ତା ଜୁନ୍ ୧୯…

ମହେନ୍ଦ୍ରତନୟାରେ ବୁଡ଼ି ଚାଲିଗଲା ଜୀବନ, ଶବାଗାରର ଅଚଳ ଆଇସ୍ ବକ୍ସକୁ ନେଇ ପ୍ରବଳ ଅସନ୍ତୋଷ

ପାରଳାଖେମୁଣ୍ଡି,  ୧୬।୬(ଗିରିଧାରୀ ପରିଛା): ଗଜପତି ଜିଲା କେରାଣ୍ଡି ଗ୍ରାମର ମହେନ୍ଦ୍ରତନୟା ନଦୀରେ ବୁଡ଼ି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ହେଉଛନ୍ତି କେରାଣ୍ଡି ଗ୍ରାମର ସୁବାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri