ଶିକ୍ଷକ କର୍ମଶାଳା ଉଦ୍‌ଯାପିତ

ସବ୍‌ଡ଼େଗା, ୨୬।୪ (ଡି.ଏନ.ଏ)- ସୁନ୍ଦରଗଡ଼ ଜିଲା ସବ୍‌ଡେଗା ବ୍ଲକ ଅନ୍ତର୍ଗତ ସମସ୍ତ ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଏବଂ ଜଣେ ଲେଖାଏଁ ସହକାରୀ ଶିକ୍ଷୟିତ୍ରୀ, ଶିକ୍ଷକଙ୍କୁ ନେଇ ଏକ ଦିବସୀୟ କର୍ମଶାଳା ଆୟୋଜିତ ହୋଇଥିଲା। ସବ୍‌ଡେଗା ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ଆନୁକୂଲ୍ୟରେ ସ୍ଥାନୀୟ ନ୍ୟୁ ଓଡ଼ିଶା ଉଚ୍ଚ ବିଦ୍ୟାଳୟ ଗାଈବିରାଠାରେ ଏହି କର୍ମଶାଳା ଅନୁଷ୍ଠିତ ହୋଇଥିଲା। ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଛାତ୍ରୀଛାତ୍ରଙ୍କ ପାଇଁ ଛୁଟି ଘୋଷଣା କରିଥିବା ବେଳେ ମେ ୪ ପର୍ଯ୍ୟନ୍ତ ବିଦ୍ୟାଳୟ ଖୋଲା ରହିବ। ସମସ୍ତ ଶିକ୍ଷୟିତ୍ରୀ, ଶିକ୍ଷକ ବିଦ୍ୟାଳୟକୁ ଆସିବା ପାଇଁ ବିଭାଗ ତରଫରୁ ନିର୍ଦ୍ଦେଶନାମା ଜାରି କରାଯାଇଥିବା ଜଣାପଡିଛି। ଛାତ୍ରୀଛାତ୍ର ବିଦ୍ୟାଳୟକୁ ଆସୁ ନ ଥିବା ବେଳେ ସମସ୍ତ ଶିକ୍ଷୟିତ୍ରୀ, ଶିକ୍ଷକ ବିଦ୍ୟାଳୟକୁ ନିୟମିତ ଆସୁଛନ୍ତି। ଏଣୁ ଏହି ସମୟରେ ଶିକ୍ଷୟିତ୍ରୀ, ଶିକ୍ଷକମାନେ ଚଳିତ ଶିକ୍ଷାବର୍ଷ ପାଇଁ କଣ ସବୁ କାର୍ଯ୍ୟକ୍ରମ ହାତକୁ ନେବେ କଣ ସବୁ ଯୋଜନା ପ୍ରସ୍ତୁତ କରିବେ ସେସବୁ ବିଷୟରେ ଏହି କର୍ମଶାଳାରେ ବିସ୍ତୃତ ଆଲୋଚନା କରାଯାଇଥିଲା। ଉଜ୍ଜଳ ଏବଂ ଉତ୍‌ଥାନ କାର୍ଯ୍ୟକ୍ରମ ପାଇଁ ଯୋଜନା ପ୍ରସ୍ତୁତି, ରେକର୍ଡ ପ୍ରସ୍ତୁତି, ବିଦ୍ୟାଳୟ ନଥିପତ୍ର ପ୍ରସ୍ତୁତି, କ୍ୟାସବହି ଲିପିବଦ୍ଧ, ସ୍କୁଲ ପରିସର, ଶ୍ରେଣୀ ଗୃହ, ସଫା ସୁତରା, ରଙ୍ଗ ଧଉଳାକରଣ, ଶ୍ରେଣୀ ଗୃହ ଓ ବିଦ୍ୟାଳୟର ନାମଲିଖିନ, ଅତ୍ୟାବଶ୍ୟକ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତି ଆଦି କାର୍ଯ୍ୟକ୍ରମ ହାତକୁ ନିଆଯିବାକୁ ସ୍ଥିର କରାଯାଇଥିଲା। ସବ୍‌ଡେଗା ବ୍ଲକ ଶିକ୍ଷା ଅଧିକାରୀ ଅଜୟ କୁମାର ଏକ୍କାଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ଏହି କାର୍ଯ୍ୟକ୍ରମ ସୂଚାରୁରୂପେ ସମ୍ପନ୍ନ ହୋଇଥିଲା। ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ଅକ୍ଷୟ କୁମାର ବେହେରା, ଫକୀର କିସପଟ୍ଟା ପ୍ରମୁଖ ତାଲିମ ପ୍ରଦାନ କରିଥିଲେ। ସିଆରସିସି ଅର୍ଜୁନ ରୋହିଦାସ, ପ୍ରଶାନ୍ତ ନାଏକ, ମହେନ୍ଦ୍ର ତନ୍ତୀ, ଲଙ୍କେଶ୍ୱର ନାଏକ, ସଞ୍ଜୟ ଗରଡିଆ, ନରେନ୍ଦ୍ର ପୁରୋହିତ, ସୁରେଶ ପୃଷେଟ ପ୍ରମୁଖ ପରିଚାଳନାରେ ସହଯୋଗ କରିଥିଲେ। ଶେଷରେ କୃଷ୍ଣଚନ୍ଦ୍ର ପଟେଲ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧାନ ସଂଗ୍ରହରେ ଅଚଳାବସ୍ଥା ଜାରି: ଜାତୀୟ ରାଜପଥରେ ଗର୍ଜିଲେ ଚାଷୀ

ସମ୍ବଲପୁର,୧୨।୧୨(ପ୍ରମୋଦ ବହିଦାର): ସମ୍ବଲପୁରରେ ଟୋକନ ମିଳିବା ବିଳମ୍ବକୁ ନେଇ ତାତି ଉଠିଛନ୍ତି ଚାଷୀ। ଉତ୍ତ୍ୟକ୍ତ ଚାଷୀ ଶୁକ୍ରବାର ପୂର୍ବାହ୍ନରୁ ସମ୍ବଲପୁର ସହରର ୨କୁ ନେଇ ଚାଷୀ...

ଭିସୁଟ୍‌ ଛାତ୍ରୀଙ୍କୁ ନିର୍ଯାତନା, ଛାତ୍ର ଅଟକ

ସମ୍ବଲପୁର,୪ା୧୨: ଭିସୁଟ୍‌ ଛାତ୍ରୀଙ୍କୁ ନିର୍ଯାତନା ଅଭିଯୋଗ ହୋଇଛି। ଏହି ଅଭିଯୋଗରେ ଜଣେ ଛାତ୍ର ଅଟକ ଅଛନ୍ତି। ଛାତ୍ରୀଙ୍କୁ ଛାତ୍ର ଜଣଙ୍କ ପ୍ରବଳ ମାଡ଼ ମାରିଥିବା ବୁର୍ଲା...

ମା’ର ମର୍ଡର ଦେଖିଦେବାରୁ ଆମ ଭାଣିଜୀକୁ ମାରିଦେଲେ, ଏମିତି ଅଭିଯୋଗ ଆଣି ମାମୁ-ମାଇଁ କହିଲେ…

ସମ୍ବଲପୁର,୪ା୧୨(ପ୍ରମୋଦ ବହିଦାର): ଅଇଁଠାପାଲି ଥାନା ଅନ୍ତର୍ଗତ ଶାନ୍ତିନଗର ଗଳିର ଏକ ନାଳରୁ ବୁଧବାର ସକାଳେ ଜଣେ ନାବାଳିକାଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା। ସେ ହେଉଛନ୍ତି ଶାନ୍ତିନଗର...

ଧାନ ସଂଗ୍ରହରେ ଅଚଳାବସ୍ଥା ଜାରି: ରାଜରାସ୍ତାକୁ ଓହ୍ଲାଇଲେ ଚାଷୀ

ସମ୍ବଲପୁର,୧।୧୨(ପ୍ରମୋଦ ବହିଦାର): ସମ୍ବଲପୁରରେ ଧାନ ସଂଗ୍ରହ ପକ୍ରିୟାରେ ଅଚଳାବସ୍ଥା ଜାରି ରହିଛି। ଯାହାକୁ ନେଇ ଚାଷୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ସୃଷ୍ଟି ହୋଇଛି। ଉତ୍ତ୍ୟକ୍ତ ଚାଷୀ...

ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟକୁ ମିଳିଲା ଗ୍ରେଡ୍‌ ‘ଏ’ ମାନ୍ୟତା

ସମ୍ବଲପୁର,୨୭ା୧୧: ସମ୍ବଲପୁର ଗଙ୍ଗାଧର ମେହେର ବିଶ୍ବବିଦ୍ୟାଳୟକୁ ନାକ୍‌ ଗ୍ରେଡ ଏ’ ମାନ୍ୟତା ମିଳିଛି। ଏନେଇ ଡେପୁଟି ରେଜିଷ୍ଟ୍ରାର ସୂଚନା ଦେଇଛନ୍ତି। ମହାବିଦ୍ୟାଳୟରୁ ବିଶ୍ୱବିଦ୍ୟାଳୟ ହେବା ପରେ...

ରୋଷେଇ ଛାଡି ଫୋନ୍‌ରେ ଅଧିକ କଥା ହେବାରୁ ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

ଜମନକିରା,୨୭ା୧୧(ରବୀନ୍ଦ୍ର ପ୍ରସାଦ ଦାନୀ): ରୋଷେଇ ଛାଡ଼ି ମୋବାଇଲ ଫୋନ୍‌ରେ କଥା ହେଉଥିଲେ ସ୍ତ୍ରୀା ରୋଷେଇ କରିବାକୁ କହିବାରୁ ନ ଶୁଣି ଫୋନ୍‌ରେ ଗପିଚାଲିଥିଲେ। ଏଥିରେ ରାଗି...

ଟ୍ରକ୍‌ ପଛରେ ପିଟିହେଲା ଆମ୍ବୁଲାନ୍ସ: ଚାଲିଗଲା ଜଣଙ୍କ ଜୀବନ, ୫ ଗୁରୁତର

ସମ୍ବଲପୁର,୨୨ା୧୧(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ ଫୁଲଝରଣ ନିକଟରେ ଶନିବାର ଭୋର୍‌ରେ ୧୦୮ ଆମ୍ବୁଲାନ୍ସ ଦୁର୍ଘଟଣାରେ ଜଣଙ୍କର ଜୀବନ ଯାଇଛି। ଅନ୍ୟ ୫...

ପୁଣି ବ୍ରାଉନସୁଗାର ଜବତ: ୩ ମହିଳାଙ୍କ ସହ ୫ ଅଟକ

ସମ୍ବଲପୁର,୧୮।୧୧(ପ୍ରମୋଦ ବହିଦାର): ସମ୍ବଲପୁରରେ ମଙ୍ଗଳବାର ପୁଣି ଜବତ ହୋଇଛି ବ୍ରାଉନସୁଗାର। ପୋଲିସ ସୁନାପାଲିର ମହମ୍ମଦ ସୋହେଲ ଓ ମହମ୍ମଦ ନୁମାଲଙ୍କ ଅଟକ ରଖି ପଚରାଉଚରା କରୁଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri