ଶିକ୍ଷକ ନିଯୁକ୍ତି ଦାବିରେ ଆନ୍ଦୋଳନ:ସ୍କୁଲରେ ତାଲା ପକାଇଲେ ଗ୍ରାମବାସୀ

ବନ୍ତଳା, ୧୪।୧(ଡି.ଏନ.ଏ.)

ଆବଶ୍ୟକ ଶିକ୍ଷକ ନିଯୁକ୍ତି ଦାବିରେ ଅନୁଗୋଳ ଜିଲା ବନ୍ତଳା ଥାନା ଗଡ଼ତରାସ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସୋମବାର ତାଲା ପକାଇ ଆନ୍ଦୋଳନ କରାଯାଇଛି। ସରପଞ୍ଚ ପୁଷ୍ପାଞ୍ଜଳି ମାଝି, ସମିତି ସଭ୍ୟା କାମିନୀ ସାମଲ, ଗ୍ରାମ ସଭାପତି ସାବର୍ଣ୍ଣି ରାଉତ, ଶିକ୍ଷକ କମିଟି ସଭାପତି ସନ୍ତୋଷ କୁମାର ମାଝିଙ୍କ ନେତୃତ୍ୱରେ ଏହି ଆନ୍ଦୋଳନ କରାଯାଇଥିଲା।
ଗ୍ରାମବାସୀ ଅଭିଯୋଗ କରିଛନ୍ତି ଯେ, ଏହି ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ମୋଟ୍‌ ୫୦୬ ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି। ପ୍ରଥମରୁ ଅଷ୍ଟମ ଶ୍ରେଣୀରେ ୩୫୮ ଛାତ୍ରୀଛାତ୍ରଙ୍କ ପାଇଁ ୫ ଓ ନବମରୁ ଦଶମ ଶ୍ରେଣୀର ୧୪୮ ଛାତ୍ରୀଛାତ୍ରଙ୍କ ନିମନ୍ତେ ୫ଜଣ ଶିକ୍ଷକ ରହିଛନ୍ତି। ପିଲା ସଂଖ୍ୟା ଅନୁଯାୟୀ ଅଧିକ ସଂଖ୍ୟକ ଶିକ୍ଷକ ନିଯୁକ୍ତିର ଆବଶ୍ୟକତା ଥିବାବେଳେ ଏ ନେଇ ବହୁବାର ଜିଲାପାଳ, ଜିଲା ଶିକ୍ଷା ଅଧିକାରୀ, ବ୍ଲକ ଶିକ୍ଷା ଅଧିକାରୀ ଓ ଡିପିସିଙ୍କ ନିକଟରେ ଦାବି କରାଯାଇଛି। କିନ୍ତୁ କୌଣସି ପଦକ୍ଷେପ ନିଆଯାଇ ନାହିଁ। ତୁରନ୍ତ ଆବଶ୍ୟକ ୫ ଶିକ୍ଷକ ନିଯୁକ୍ତି କରା ନ ଗଲେ ଆନ୍ଦୋଳନ ଚାଲୁ ରହିବ ବୋଲି ଗ୍ରାମବାସୀ କହିଛନ୍ତି। ଅନ୍ୟପକ୍ଷରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କ ପଦୋନ୍ମତି ହୋଇ ଅନ୍ୟତ୍ର ବଦଳି ହୋଇଥିବା ଗ୍ରାମବାସୀ ଜାଣିବାକୁ ପାଇଛନ୍ତି। ତୁରନ୍ତ ସମସ୍ତ ଶିକ୍ଷକ ପଦବୀ ପୂରଣ କରିବା ପାଇଁ ଗ୍ରାମର ସୁବଳ ସାମଲ, ଅଭୟ ସାହୁ, ତ୍ରିନାଥ ମାଝି, ସର୍ବେଶ୍ୱର ନାଏକ, କାନ୍ଦିଆ ଜାନ୍‌, ମେଘନାଦ ପ୍ରଧାନ, ଗୀତା ପ୍ରଧାନ, ଯଶୋମନ୍ତି ପ୍ରଧାନ, ପରୀ ପ୍ରଧାନ, ଶରତ ସାମଲ, ରୀନା ସାହୁ, ସସ୍ମିତା ସାହୁ ପ୍ରମୁଖ ଦାବି କରିଛନ୍ତି। ଏ ସମ୍ପର୍କରେ ଜିଲା ଶିକ୍ଷାଧିକାରୀ ସଚ୍ଚିଦାନନ୍ଦ ବେହେରା କୁହନ୍ତି, ଜିଲାରେ ସମୁଦାୟ ୪୧୨ ଶିକ୍ଷୟିତ୍ରୀ ଓ ଶିକ୍ଷକ ପଦବୀ ଖାଲି ପଡ଼ିଛି। ବର୍ତ୍ତମାନ ସୁଦ୍ଧା ସରକାରଙ୍କ ପକ୍ଷରୁ କୌଣସି ଶିକ୍ଷକଙ୍କୁ ନିଯୁକ୍ତି କରାଯାଇ ନାହିଁ। ଅନ୍ୟପକ୍ଷରେ ଉକ୍ତ ବିଦ୍ୟାଳୟରେ ବ୍ଲକ ଶିକ୍ଷା ଅଧିକାରୀ ଜଣେ ଶିକ୍ଷକଙ୍କୁ ନିଯୁକ୍ତ କରିଛନ୍ତି। ସରକାର ଶିକ୍ଷକ ନିଯୁକ୍ତି କଲେ ଅଗ୍ରାଧିକାର ଭାବରେ ପ୍ରଥମେ ଗଡ଼ତରାସ ଉଚ୍ଚ ବିଦ୍ୟାଳୟ କଥା ବୁଝାଯିବ ବୋଲି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ବାଇକ୍‌ରେ ନେଉଥିଲେ ଶାଳକାଠ, ଗୋଡ଼ାଇ ଗୋଡ଼ାଇ ଧରିଲା ବନ ବିଭାଗ

ବଲାଙ୍ଗୀର,୧୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ବିଭାଗ ପାଟଣାଗଡ଼ ରେଞ୍ଜର କର୍ମଚାରୀମାନେ ପାଟ୍ରୋଲିଂ କରୁଥିବା ବେଳେ ପାଟଣାଗଡ଼ ସେକ୍ସନର ମାନାଇପାଦ ଗ୍ରାମ ନିକଟରୁ ୬ଟି ଶାଳ...

ଟ୍ରକ୍‌କୁ ସାଇଡ୍‌ ଦେବାକୁ ଯାଇ ଗଛରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣୀ ବ୍ଲକ ପାରଳାଖେମୁଣ୍ଡି ଆଦର୍ଶ ଥାନା ଅନ୍ତର୍ଗତ କତଳକଇଠା ଗ୍ରାମ ନିକଟରେ ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ବୁଧବାର ଜଣେ...

ଟାଟା ପାଓ୍ବାରରେ ଚାଲିଛି ଛଟେଇ: ପ୍ରତିବାଦରେ ଏସ୍‌ଇ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଭଞ୍ଜନଗର,୧୦ା୧୨(ବାବୁଲା ପ୍ରଧାନ): ଟାଟା ପାଓ୍ବାରରେ ଆଉଟସୋର୍ସିଂ କର୍ମଚାରୀଙ୍କୁ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ପରୋକ୍ଷରେ ଠିକାଦାର ସଂସ୍ଥା ଉପରେ ଚାପ ପକାଇ ବିଭିନ୍ନ ସମୟରେ ଛଟେଇ କରୁଛନ୍ତି।...

ସରପଞ୍ଚ ପ୍ରାର୍ଥୀ ଓଡ଼ିଆ ପଢ଼ିବା, ଲେଖିବା ବାଧ୍ୟତାମୂଳକ: ଓଡିଶା ହାଇକୋର୍ଟ

କଟକ,୧୦।୧୨: ଓଡ଼ିଶା ଗ୍ରାମ ପଞ୍ଚାୟତ ନିର୍ବାଚନରେ ସରପଞ୍ଚ ପଦ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ପ୍ରାର୍ଥୀଙ୍କୁ ଓଡ଼ିଆ ଭାଷାରେ ପଢ଼ିବା ଏବଂ ଲେଖିବା ଜାଣିବା ଅତ୍ୟନ୍ତ ଆବଶ୍ୟକ...

ଜୁନାଗଡ଼ରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ଲାଇସେନ୍ସ ନବୀକରଣ ନ ହେବା ଯାଏ ଖାଦ୍ୟ ସାମଗ୍ରୀ ଉତ୍ପାଦନ ବନ୍ଦ

ଜୁନାଗଡ଼,୧୦ା୧୨(ଉତ୍ତମ ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ସହରର ବିଭିନ୍ନ ଖାଦ୍ୟ ଦୋକାନରେ ବୁଧବାର ଧର୍ମଗଡ଼ ଉପଖଣ୍ଡ ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଛି।...

ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି ମିଟୁ, ପର୍ଯ୍ୟଟନକ୍ଷେତ୍ରରେ ବ୍ୟବସାୟ କରି…

ଦାରିଙ୍ଗବାଡ଼ି,୧୦ା୧୨(ଅରୁଣ ସାହୁ): ଏବେ ଚାଲିଛି ପର୍ଯ୍ୟଟନ ଋତୁ। ଆଉ ଏହି ଋତୁରେ କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିକୁ ଛୁଟି ଆସୁଛନ୍ତି ବହୁ ସଂଖ୍ୟାରେ ପର୍ଯ୍ୟଟକ। ପର୍ଯ୍ୟଟକ ଆସିଲେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri